ଶିକ୍ଷକମାନେ ଆନ୍ଦୋଳନରୁ ନିବୃତ୍ତ ରୁହନ୍ତୁ -ଗଣଶିକ୍ଷା ମନ୍ତ୍ରୀ

Spread the love

ଜେଏମଜେ ବ୍ୟୁରୋ : ଆନ୍ଦୋଳନରୁ ନିବୃତ୍ତ ରହିବ ପାଇଁ ଶିକ୍ଷକଙ୍କୁ ଏଭଳି ପରାମର୍ଶ ଦେଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସରକାର, ଶିକ୍ଷକଙ୍କ ସମସ୍ୟା ପ୍ରତି ଅବଗତ ଓ ସଚେତନ ଅଛନ୍ତି ।ସବୁ ସମୟରେ ଶିକ୍ଷକ ମାନେ ରାଜରାସ୍ତାକୁ ଆସିବା ଠିକ ନୁହେଁ। ଏଭଳି କଲେ ଛାତ୍ରଛାତ୍ରୀଙ୍କ ପାଠ ପଢା ବ୍ୟାଘାତ ହେବ । ଆମ ସରକାର ମାତ୍ର ୧୪ ମାସର ସରକାର । ଏତେ କମ ସମୟ ମଧ୍ୟରେ ସମସ୍ତ କଥା ଜାଣିବା ବୁଝିବାକୁ ସମୟ ଆବଶ୍ୟକ। ଶିକ୍ଷକ ମାନଙ୍କର ଏହି ସମସ୍ୟା ହେଉଛି ଦୀର୍ଘ ଦିନର ।

ସରକାର ପରିବର୍ତ୍ତନ ପରେ ୯ହଜାରରୁ ଅଧିକ ଶିକ୍ଷକଙ୍କୁ ରେଗୁଲାର କରାଯାଇଛି । ବହୁ ଶିକ୍ଷକଙ୍କ କୋର୍ଟ କଚେରୀରେ ସମସ୍ୟା ପଡିରହିଛି । ମାନ୍ୟବର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଥିବାରୁ ସରକାର ଚାହିଁଲେ ବି କିଛି କରିପାରୁନାହାନ୍ତି । ମୋହନ ସରକାର ଶିକ୍ଷକଙ୍କ ସମସ୍ୟା ପ୍ରତି ଅବଗତ ଓ ସଚେତନ ଅଛନ୍ତି । ଶିକ୍ଷା ବ୍ୟବସ୍ଥାରେ ପରିବର୍ତ୍ତନ ଆସୁଛି । ଆଗାମୀ ଦିନରେ ଠିକା ବ୍ୟବସ୍ଥାକୁ ଉଛେଦ କରାଯାଇ ରେଗୁଲାର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି ।

  • jmjnewso

    Related Posts

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟର ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବ୍ୟାବହାରିକ ଏବଂ କ୍ଷେତ୍ର-ଭିତ୍ତିକ ଧନ୍ଦାମୂଳକ ଶିକ୍ଷା ପ୍ରଦାନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ…

    ରାଜ୍ୟର ସମସ୍ତ ବିଦ୍ୟାଳୟରେ ଗୁରୁ ଦିବସ ଏଵଂ ଶିଶୁ ଦିବସରେ ହେବ ପାଠପଢା

    Spread the love

    Spread the loveଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ବିଦ୍ୟାଳୟରେ ଏଣିକି ଗୁରୁ ଦିବସ ଏବଂ ଶିଶୁ ଦିବସ ଅବସରରେ ପାଠପଢ଼ା ବନ୍ଦ ରହିବ ନାହିଁ। ଏହି ବିଶେଷ ଦିନଗୁଡ଼ିକରେ ସ୍କୁଲରେ ଉତ୍ସବ ପାଳନ ହେବା ସହିତ ନିୟମିତ ଭାବେ ଶିକ୍ଷାଦାନ…

    Leave a Reply

    Your email address will not be published. Required fields are marked *

    You Missed

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 24 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 20 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 30 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 36 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 41 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 41 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ