ବନ୍ଦ ହୋଇଯିବ କି ‘ଅନ୍ୱେଷା’ ?

Spread the love


ଜେଏମଜେ ବ୍ୟୁରୋ : ବଡ଼ ସ୍କୁଲରେ ପାଠ ପଢିବା ପାଇଁ ଅନେକ ସ୍ୱପ୍ନ ଦେଖିଥାନ୍ତି । କିନ୍ତୁ ବାଧକ ସାଜିଥାଏ ଅର୍ଥ । ଏହି ସମସ୍ୟାକୁ ଦୂର କରିବା ପାଇଁ ୨୦୧୫-୧୬ରେ ଓଡିଶା ସରକାର ଅନ୍ୱେଷା କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ । କିନ୍ତୁ କାର୍ଯ୍ୟକ୍ରମ ପରିଚାଳନା ପାଇଁ ଚଳିତ ବର୍ଷ ରାଜ୍ୟ ସରକାର ଦେଇନାହାନ୍ତି ଅନୁଦାନ । ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମ ବନ୍ଦ ହେବା ନେଇ ଦେଖାଦେଇଛି ଆଶଙ୍କା ।
ଘରଠାରୁ ଅନେକ ଦୂରରେ ରହି ପାଠ ପଢିବାକୁ ଆସିଛନ୍ତି ଛାତ୍ରଛାତ୍ରୀ । ପ୍ରତ୍ୟେକ ବର୍ଷ ୫ ହଜାର ଛାତ୍ରଛାତ୍ରୀ ଅନ୍ୱେଷା କାର୍ଯ୍ୟକ୍ରମ ମାଧ୍ୟମରେ ଶିକ୍ଷାଲାଭ କରୁଥିଲେ । କିନ୍ତୁ ଅନ୍ୱେଷା କାର୍ଯ୍ୟକ୍ରମ ବନ୍ଦ ହେବା ନେଇ ଏବେ ଦେଖାଦେଇଛି ଆଶଙ୍କା । ସହରାଞ୍ଚଳ ଶିକ୍ଷା କାର୍ଯ୍ୟକ୍ରମ ‘ଅନ୍ୱେଷା’ ମାଧ୍ୟମରେ ଦୁର୍ଗମ ଏବଂ ଉପାନ୍ତ ଅଞ୍ଚଳର ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କୁ ସହରରେ ରଖି ଇଂରାଜି ମିଡିୟମ ସ୍କୁଲରେ ପାଠ ପଢାଉ ଥିଲେ ସରକାର । ୨୦୧୫-୧୬ ଶିକ୍ଷା ବର୍ଷ ଠାରୁ ରାଜ୍ୟର ୧୭ଟି ଜନଜାତି ବହୁଳ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରି ଥିଲେ ପୂର୍ବତନ ସରକାର । ନାମଲେଖା ପାଇଁ ପ୍ରତି ବର୍ଷ ସରକାର ପକ୍ଷରୁ ବିଜ୍ଞାପନ ପ୍ରକାଶ ପାଏ । କିନ୍ତୁ ଚଳିତ ଶିକ୍ଷାବର୍ଷରେ ବିଜ୍ଞାପନ ପ୍ରକାଶ ହୋଇନାହିଁ । ଅନ୍ୱେଷା କାର୍ଯ୍ୟକ୍ରମ ପାଇଁ ସରକାର ଅନୁଦାନ ଦେଇନଥିବା ଅଭିଯୋଗ ହେଲାଣି ।

  • jmjnewso

    Related Posts

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟର ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବ୍ୟାବହାରିକ ଏବଂ କ୍ଷେତ୍ର-ଭିତ୍ତିକ ଧନ୍ଦାମୂଳକ ଶିକ୍ଷା ପ୍ରଦାନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ…

    ରାଜ୍ୟର ସମସ୍ତ ବିଦ୍ୟାଳୟରେ ଗୁରୁ ଦିବସ ଏଵଂ ଶିଶୁ ଦିବସରେ ହେବ ପାଠପଢା

    Spread the love

    Spread the loveଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ବିଦ୍ୟାଳୟରେ ଏଣିକି ଗୁରୁ ଦିବସ ଏବଂ ଶିଶୁ ଦିବସ ଅବସରରେ ପାଠପଢ଼ା ବନ୍ଦ ରହିବ ନାହିଁ। ଏହି ବିଶେଷ ଦିନଗୁଡ଼ିକରେ ସ୍କୁଲରେ ଉତ୍ସବ ପାଳନ ହେବା ସହିତ ନିୟମିତ ଭାବେ ଶିକ୍ଷାଦାନ…

    Leave a Reply

    Your email address will not be published. Required fields are marked *

    You Missed

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 25 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 20 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 30 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 36 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 41 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 41 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ