ଆସନ୍ତାକାଲି4 ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ନବୀନ, ସାଙ୍ଗରେ ଯିବେ ପାଣ୍ଡିଆନ.

Spread the love

ଜେଏମଜେ ବ୍ୟୁରୋ : ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆସନ୍ତାକାଲି ଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ନବୀନଙ୍କ ସହ ତାଙ୍କର ବ୍ୟକ୍ତିଗତ ସୁରକ୍ଷାକର୍ମୀ ଚନ୍ଦ୍ରଶେଖର ପତି ଓ ଭିକେ ପାଣ୍ଡିଆନ ମଧ୍ୟ ଦିଲ୍ଲୀ ଗସ୍ତରେ ଯିବେ ବୋଲି ସୂଚନା ମିଳିଛି ।ନବୀନ ନିବାସ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆସନ୍ତାକାଲିଠୁ ୪ଦିନିଆ ଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ଉପରାଷ୍ଟ୍ରପତି ନିର୍ବାଚନ ଆସନ୍ତା ୯ତାରିଖରେ ଥିବାବେଳେ ନବୀନଙ୍କ ଦିଲ୍ଲୀ ଗସ୍ତକୁ ରାଜନୀତିକ ମହଲରେ ଗୁରୁତ୍ୱ ଦିଆଯାଉଛି ।

ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି କାହାକୁ ସମର୍ଥନ କରିବ ସେନେଇ କୌଣସି ନିଷ୍ପତ୍ତି ଏପର୍ଯ୍ୟନ୍ତ ସାର୍ବଜନୀନ କରିନାହିଁ । ଦଳର ଆଭିମୁଖ୍ୟ ସମ୍ପର୍କରେ ନବୀନ ଦିଲ୍ଲୀରେ ଘୋଷଣା କରିବାର ସମ୍ଭାବନା ରହିଛି ।

ଉଲ୍ଲେଖଯୋଗ୍ୟ, ଗତମାସରେ ଅସୁସ୍ଥ ହୋଇ ନବୀନ ହସ୍ପିଟାଲରେ ଚିକିତ୍ସାଧୀନ ଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ସ୍ୱାସ୍ଥ୍ୟବସ୍ଥା ବୁଝିବା ସହ ସୁସ୍ଥ ହୋଇ ଦିଲ୍ଲୀ ଆସିଲେ ତାଙ୍କୁ ଭେଟିବାକୁ ଅନୁରୋଧ କରିଥିଲେ ।

ନବୀନ ସମ୍ଭବତଃ ଏହି ଗସ୍ତ ସମୟରେ ତାଙ୍କୁ ଭେଟିପାରନ୍ତି ବୋଲି ଚର୍ଚ୍ଚା ହେଉଛି । ପାଣ୍ଡିଆନ ଚଳିତ ସପ୍ତାହରେ ଦିଲ୍ଲୀ ଗସ୍ତରେ ଯାଇ ନବୀନଙ୍କ ଦିଲ୍ଲୀ ରହଣୀ ନିମନ୍ତେ ଆବଶ୍ୟକ ବନ୍ଦୋବସ୍ତ କରି ଫେରିଥିବା ଜଣାପଡ଼ିଛି । ନବୀନ ଶେଷଥର ପାଇଁ ଗତ ମାର୍ଚ୍ଚ ମାସରେ ଦିଲ୍ଲୀ ଗସ୍ତରେ ଯାଇଥିଲେ ।

  • jmjnewso

    Related Posts

    କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ

    Spread the love

    Spread the loveଜେଏମଜେ ବ୍ୟୁରୋ : ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ। ସରକାରଙ୍କ ଅନୁଭବ ହେଉଛି ଯେ ଇସ୍ତଫା ଦେବା…

    ବିଜେଡି ଓ କଂଗ୍ରେସର ସଭ୍ୟ ପଦ ରଦ୍ଦ ଆବେଦନ ଖାରଜ କଲେ ବାଚସ୍ପତି

    Spread the love

    Spread the loveଭୁବନେଶ୍ଵର: ଜେଏମଜେ ନ୍ୟୁଜ : ରାଜ୍ୟସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ଘଟଣା। କଂଗ୍ରେସ ଓ ବିଜେଡିର ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି ସୁରମା ପାଢ଼ୀ। ଚଳିତ ବର୍ଷ ମାର୍ଚ୍ଚରେ ଅନୁଷ୍ଠିତ ହୋଇଥିବା ରାଜ୍ୟସଭା ନିର୍ବାଚନ ସମୟରେ ବିଜେଡି…

    Leave a Reply

    Your email address will not be published. Required fields are marked *

    You Missed

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    “ଜନତା ମାଗେ ଜବାବ “28 ଜୁଲାଇ 2026