ମନମୋହନ ସାମଲଙ୍କ ପୁଣି ଦିଲ୍ଲୀ ଗସ୍ତକୁ ନେଇ ଚର୍ଚ୍ଚା.

Spread the love

ଜେଏମଜେ ବ୍ୟୁରୋ : ପୁଣି ଦିଲ୍ଲୀ ଗଲେ ମନମୋହନ । ନୂଆଦିଲ୍ଲୀ ଗସ୍ତରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଦିନକ ପୂର୍ବରୁ ସେ ଦିଲ୍ଲୀ ଗସ୍ତରୁ ଫେରିଥିଲେ। ଗତକାଲି ଦିଲ୍ଲୀ ଗସ୍ତରୁ ଉଭୟ ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ବିଜେପି ସଭାପତି ଫେରିଥିଲେ। ଗତକାଲି ହଠାତ୍‌ ବିଳମ୍ବିତ ରାତିରେ ସେ ପୁଣି ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଯାହାକୁ ନେଇ ଅନେକ କଥା ଚର୍ଚ୍ଚା ଓ ଆଲୋଚନା ଚାଲିଛି।

ଦିଲ୍ଲୀରେ ଶୀର୍ଷ ନେତୃତ୍ୱକୁ ଭେଟି ଆଲୋଚନା କରିବାର ସମ୍ଭାବନା ରହିଛି। ଏପିରିକି ରାଜ୍ୟରେ ଖୁବ୍‌ଶୀଘ୍ର ମନ୍ତ୍ରୀମଣ୍ଡଳ ଅଦଳବଦଳ ଏବଂ ଖାଲିପଡ଼ିଥିବା ନିଗମ, ବୋର୍ଡର ଅଧ୍ୟକ୍ଷ ପଦ ପୂରଣ ନେଇ ଆଲୋଚନା ହୋଇପାରେ। ତେବେ ବିଜେପି ସଭାପତି କାହିଁକି ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି, ସେନେଇ ଦଳ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ଦିଆଯାଇନାହିଁ।

ଦିନକ ପରେ ଉପରାଷ୍ଟ୍ରପତି ନିର୍ବାଚନ ରହିଛି । କେନ୍ଦ୍ରର ବରିଷ୍ଠ ନେତାଙ୍କ ଡକରାରେ ସେ ଦିଲ୍ଲୀ ଯାଇଥାଇପାରନ୍ତି ବୋଲି ଅନୁମାନ କରାଯାଉଛି। ସୂଚନା ଅନୁଯାୟୀ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଓ ଦଳୀୟ ସଭାପତି ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ବାସଭବନରେ ଦଳର ସମସ୍ତ ସାଂସଦଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ସେପ୍ଟେମ୍ବର ୧୨ରେ ମୋହନ ସରକାରକୁ ୧୫ ମାସ ପୁରିବ। କିନ୍ତୁ ଏପର୍ଯ୍ୟନ୍ତ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ହୋଇପାରିନାହିଁ । ତେଣୁ କେବେ ବଦଳିବ ମନ୍ତ୍ରିମଣ୍ଡଳର ରୂପରେଖ ତା ଉପରେ ସମସ୍ତଙ୍କ ନଜର ରହିଛି ।

  • jmjnewso

    Related Posts

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    Spread the love

    Spread the loveଜେଏମଜେ ବ୍ୟୁରୋ : ବିଜେପିର ରାଜ୍ୟସଭା ସାଂସଦ ତଥା ଉତ୍ତରପ୍ରଦେଶର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡା. ଦିନେଶ ଶର୍ମା ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ରାଜ୍ୟସଭାର ଚେୟାରମ୍ୟାନ୍ ସି.ପି. ରାଧାକୃଷ୍ଣନ ତାଙ୍କ ଇସ୍ତଫାକୁ ଗ୍ରହଣ କରିବା ସହ ତାଙ୍କ ଆସନକୁ…

    MMDR ଆକ୍ଟକୁ ଜୋରଦାର ବିରୋଧ, ଇଣ୍ଡିଆ ବ୍ଲକର ବିଶାଳ ସମାବେଶ, ଆସନ୍ତାକାଲି ବିକ୍ଷୋଭ କରିବ ବିଜେଡି

    Spread the love

    Spread the loveଭୁବନେଶ୍ଵର, ୮/୯ : ଜେଏମଜେ ନ୍ୟୁଜ : ଏମଏମଡିଆର ବିଲ ବିରୋଧ କରି ଭୁବନେଶ୍ୱର ଲୋୟର ପିଏମଜିରେ ଇଣ୍ଡିଆ ବ୍ଲକ ପକ୍ଷରୁ ବିଶାଳ ସମାବେଶ ଅନୁଷ୍ଠିତ ହୋଇଛି । ଆସନ୍ତା ୨୯ ତାରିଖରେ ବିଧାନସଭା ଘେରାଉ କରିବାକୁ ଇଣ୍ଡିଆ…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 73 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ