୪ ଦିନିଆ ଦିଲ୍ଲୀ ଗସ୍ତରେ ବିଜେଡି ସଭାପତି ନବୀନ ପଟ୍ଟନାୟକ, ଉପରାଷ୍ଟ୍ରପତି ନିର୍ବାଚନ ଥିବାରୁ ବଢ଼ିଲା ଚର୍ଚ୍ଚା

Spread the love

ଭୁବନେଶ୍ୱର: (ଜେଏମଜେ ବ୍ୟୁରୋ ):୪ ଦିନିଆ ଦିଲ୍ଲୀ ଗସ୍ତରେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ୯ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ଥିବାବେଳେ ନବୀନଙ୍କ ଦିଲ୍ଲୀ ଗସ୍ତ ନେଇ ଚର୍ଚ୍ଚା ବଢିଛି। ତେବେ ଆଗକୁ ଉପରାଷ୍ଟ୍ରପତି ନିର୍ବାଚନ ଥିବାରୁ ନବୀନଙ୍କ ଦିଲ୍ଲୀ ଗସ୍ତକୁ ନେଇ ଆରମ୍ଭ ହୋଇଛି ରାଜନୀତି।

ଆଉ ଗୋଟିଏ ଦିନ ପରେ ପଡ଼ିବ ଉପରାଷ୍ଟ୍ରପତି ନିର୍ବାଚନ ଭୋଟ୍ । ଏବେ ପର୍ଯ୍ୟନ୍ତ ଏହି ନିର୍ବାଚନରେ ବିଜେଡି କାହାକୁ ସମର୍ଥନ ଦେବ, ସେନେଇ କିଛି ବି ସ୍ପଷ୍ଟ ହେଇନି । ଚର୍ଚ୍ଚା ହେଉଛି ଏହି ଗସ୍ତରେ ନବୀନ ବିଜେପିର କିଛି ବଡ଼ ନେତାଙ୍କୁ ଭେଟି ଆଲୋଚନା କରିପାରନ୍ତି । ଏହାସହ ସେ ପିଏମ୍ ମୋଦିଙ୍କୁ ମଧ୍ୟ ଭେଟିପାରନ୍ତି ବୋଲି କୁହାଯାଉଛି। ତେଣୁ କେଉଁଠି ନା କେଉଁଠି ନବୀନଙ୍କ ଉପରେ ଏବେ ସମସ୍ତଙ୍କର ନଜର ରହିଛି ।

ସେପଟେ ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀରୁ ସୁସ୍ଥ ପରେ ଗତକାଲି ପ୍ରଥମ ବୈଠକ କରିଛନ୍ତି ନବୀନ। ନବୀନ ନିବାସରେ ବସିଥିଲା ବିଜେଡି ରାଜନୈତିକ ବ୍ୟାପାର କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ । ନବୀନ ଦଳକୁ ପରିଚାଳନା କରିବା, ଦଳର ରଣନୀତିକୁ ଦିଗ ଦେବା ଓ ନୀତି ନିର୍ଦ୍ଧାରଣ କରିବା ନେଇ ଏହି ବୈଠକରୁ ବଡ଼ ବାର୍ତ୍ତା ଦେଇଛନ୍ତି । ଦଳର ଯୁବ, ଛାତ୍ର ଓ ମହିଳା ସଂଗଠନକୁ ଆହୁରି କିପରି ସୁଦୃଢ କରାଯିବ ଏବଂ ତୃଣମୂଳ ସ୍ତରରେ ଦଳକୁ ମଜବୁତ କରିବା ପାଇଁ ପିଏସି ବୈଠକରେ ନିର୍ଦ୍ଦେଶ ଦେଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ ।

ଏହା ସହ ଆଗାମୀ ବିଧାନସଭା ମୌସୁମୀ ଅଧିବେଶନରେ ଉଠିବାକୁ ଥିବା ପ୍ରସଙ୍ଗ ସଂପର୍କରେ ମଧ୍ୟ ବୈଠକରେ ଆଲୋଚନା ହୋଇଛି । ରାଜ୍ୟରେ ଦଳିତ, ଆଦିବାସୀ, ମହିଳାଙ୍କ ବିରୋଧରେ ଅତ୍ୟାଚାର ସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ବିଭ୍ରାଟକୁ ନେଇ ଆସନ୍ତା ବିଧାନସଭା ଅଧିବେଶନରେ ଉପସ୍ଥାପନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ । ଉପ ରାଷ୍ଟ୍ରପତି ନିର୍ବାଚନରେ ବିଜେଡ଼ିର ଆଭିମୁଖ୍ୟ ନେଇ ଚୂଡାନ୍ତ ନିଷ୍ପତ୍ତି ନେବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।

ଅନ୍ୟପଟେ ରାଜ୍ୟ ବିଜେପି ମୁଖିଆ ମନମୋହନ ସାମଲ ଶନିବାର ବିଳମ୍ବିତ ରାତିରେ ପୁଣିଥରେ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଚର୍ଚ୍ଚା ହେଉଛି ଉପରାଷ୍ଟ୍ରପତି ନିର୍ବାଚନ ପ୍ରସଙ୍ଗରେ କେନ୍ଦ୍ରୀୟ ନେତାଙ୍କ ସହ ତାଙ୍କର ମିଟିଂ ହେଇପାରେ । ତେଣୁ ଯେହେତୁ ବିଜେଡି ଆଉ ବିଜେପି ଭଳି ଦୁଇ ଦଳର ରାଜ୍ୟ ସଭାପତି ଏବେ ଦିଲ୍ଲୀ ଗସ୍ତରେ ବାହାରିଛନ୍ତି, ତେଣୁ ଚର୍ଚ୍ଚା ହେବା ସ୍ୱାଭାବିକ।

ସାଧାରଣ ନିର୍ବାଚନ ପରଠାରୁ ବିଜେଡି-ବିଜେପି ସମ୍ପର୍କରେ ତିକ୍ତତା ଆସିଛି । ପୂର୍ବରୁ ଅଧିକାଂଶ ପ୍ରସଙ୍ଗରେ ନବୀନ, ବିଜେପିକୁ ସମର୍ଥନ କରିଆସୁଥିଲେ । ହେଲେ ନିର୍ବାଚନ ପରେ କିନ୍ତୁ, ସେମିତି ଖୋଲା ସମର୍ଥନ ଦେଖିବାକୁ ମିଳିନି । ଅନେକ ପ୍ରସଙ୍ଗରେ ବିଜେଡି ସାଂସଦମାନେ ଭାଗ ଭାଗ ହେଇ ସମର୍ଥନ ଦେଇଛନ୍ତି ନଚେତ୍ ବିରୋଧ କରିଛନ୍ତି । ତେଣୁ ଆଗକୁ ଯେହେତୁ ଉପରାଷ୍ଟ୍ରପତି ନିର୍ବାଚନ ଅଛି, ତେଣୁ ବିଜେଡି ଉପରେ ଏବେ ସମସ୍ତଙ୍କର ନଜର ।

  • jmjnewso

    Related Posts

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    Spread the love

    Spread the loveଜେଏମଜେ ବ୍ୟୁରୋ : ବିଜେପିର ରାଜ୍ୟସଭା ସାଂସଦ ତଥା ଉତ୍ତରପ୍ରଦେଶର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡା. ଦିନେଶ ଶର୍ମା ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ରାଜ୍ୟସଭାର ଚେୟାରମ୍ୟାନ୍ ସି.ପି. ରାଧାକୃଷ୍ଣନ ତାଙ୍କ ଇସ୍ତଫାକୁ ଗ୍ରହଣ କରିବା ସହ ତାଙ୍କ ଆସନକୁ…

    MMDR ଆକ୍ଟକୁ ଜୋରଦାର ବିରୋଧ, ଇଣ୍ଡିଆ ବ୍ଲକର ବିଶାଳ ସମାବେଶ, ଆସନ୍ତାକାଲି ବିକ୍ଷୋଭ କରିବ ବିଜେଡି

    Spread the love

    Spread the loveଭୁବନେଶ୍ଵର, ୮/୯ : ଜେଏମଜେ ନ୍ୟୁଜ : ଏମଏମଡିଆର ବିଲ ବିରୋଧ କରି ଭୁବନେଶ୍ୱର ଲୋୟର ପିଏମଜିରେ ଇଣ୍ଡିଆ ବ୍ଲକ ପକ୍ଷରୁ ବିଶାଳ ସମାବେଶ ଅନୁଷ୍ଠିତ ହୋଇଛି । ଆସନ୍ତା ୨୯ ତାରିଖରେ ବିଧାନସଭା ଘେରାଉ କରିବାକୁ ଇଣ୍ଡିଆ…

    Leave a Reply

    Your email address will not be published. Required fields are marked *

    You Missed

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 1 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 73 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ