ଉପରାଷ୍ଟ୍ରପତି ନିର୍ବାଚନ : ଭୋଟିଂ ବେଳେ ଅନୁପସ୍ଥିତ ରହିବ ବିଜୁ ଜନତା ଦଳ

Spread the love

ଜେଏମଜେ ବ୍ୟୁରୋ : ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ । ଏହା ପୂର୍ବରୁ ସାମ୍ନାକୁ ଆସିଛି ବଡ ଅପଡେଟ୍ । ଉପରାଷ୍ଟ୍ରପତି ନିର୍ବାଚନରେ ଉପସ୍ଥିତ ରହିବନି ବିଜେଡି । ଭୋଟିଂ ବେଳେ ଅନୁପସ୍ଥିତ ରହିବ ବିଜୁ ଜନତା ଦଳ । ତେବେ ଭୋଟ୍ ପ୍ରକିୟାରୁ ସଂପୂର୍ଣ୍ଣ ଓହରିଛି ବିଜୁ ଜନତା ଦଳ । ଦିଲ୍ଲୀରେ ସାଂସଦଙ୍କ ବୈଠକ ପରେ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ । ରାଜ୍ୟସଭାରେ ବିଜେଡିର ଅଛନ୍ତି ୭ ସାଂସଦ । ଏମାନେ ସମସ୍ତେ ଅନୁପସ୍ଥିତ ରହିବା ନେଇ ସୂଚନା ମିଳିଛି ।

ଯାହା ସୂଚନା ରହିଛି, ଗତ କିଛିଦିନ ଧରି ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି କାହାକୁ ସମର୍ଥନ ଦେବ, ଚାଲିଥିଲା ଚର୍ଚ୍ଚା । ଜଗଦୀପ ଧନଖଡଙ୍କ ଇସ୍ତଫା ପରେ ବର୍ତ୍ତମାନ ଉପରାଷ୍ଟ୍ରପତି ନିର୍ବାଚନ ହେଉଛି । ଯେଉଁଥିରେ ଏନଡିଏ ସିପି ରାଧାକ୍ରିଷ୍ଣନଙ୍କୁ ପ୍ରାର୍ଥୀ କରିଥିବାବେଳେ, ବିରୋଧୀ ମେଣ୍ଟ ବି ସୁଦର୍ଶନ ରେଡ୍ଡୀଙ୍କୁ ପ୍ରାର୍ଥୀ କରିଛି । ତେବେ ଗଲା କିଛି ଦିନ ଧରି ଚର୍ଚ୍ଚା ହେଉଥିଲା, ଏହି ନିର୍ବାଚନରେ ବିଜେଡି କାହାକୁ ସମର୍ଥନ ଜଣାଇବ? ଆଉ ଶେଷରେ ବିଜେଡି ଏହି ନିର୍ବାଚନରେ ଭାଗ ନେବନି ବୋଲି ବିଶେଷ ସୂତ୍ରରୁ ଜଣାପଡ଼ିଛି । ଏମିତି ବି ଶୁଣିବାକୁ ମିଳିଥିଲା ଯେ, ‘ଠିକଣା ସମୟରେ’ ନବୀନ ଏ ସଂକ୍ରାନ୍ତରେ ନିଷ୍ପତ୍ତି ନେବେ ।
ରାଜନୈତିକ ଦୃଷ୍ଟିକୋଣରୁ ଦେଖିଲେ, ବିଜେଡି ଯଦି ଏହି ନିର୍ବାଚନରେ ଏନଡିଏ ପ୍ରାର୍ଥୀଙ୍କୁ ସମର୍ଥନ କରିଥାନ୍ତା, ତେବେ କେଉଁଠି ନା କେଉଁଠି ବିଜେଡି-ବିଜେପି ଏକ ବୋଲି କଥା ଉଠିଥାନ୍ତା । ଏହାସହ ଯଦି ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ବିରୋଧ କରି ଇଣ୍ଡି ମେଣ୍ଟର ପ୍ରାର୍ଥୀଙ୍କୁ ସମର୍ଥନ କରିଥାନ୍ତା, ତେବେ କେନ୍ଦ୍ରର ମୋଦୀ ସରକାରର ଟାର୍ଗେଟରେ ରହିଥାନ୍ତା । ହେଲେ ଏ ଦୁଇଟି ଯାକ କଥାକୁ ଛାଡ଼ି ବିଜେଡି ଏବେ ତୃତୀୟ ରାସ୍ତା ବାଛିଛି । ଦଳ ଉପରାଷ୍ଟ୍ରପତି ନିର୍ବାଚନରେ ନିରବ ରହିବା ସହିତ ଭୋଟ୍ ଦାନ ପ୍ରକ୍ରିୟାରୁ ବିରତ ରହିବ ବୋଲି ସୂଚନା ରହିଛି ।

  • jmjnewso

    Related Posts

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    Spread the love

    Spread the loveଜେଏମଜେ ବ୍ୟୁରୋ : ବିଜେପିର ରାଜ୍ୟସଭା ସାଂସଦ ତଥା ଉତ୍ତରପ୍ରଦେଶର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡା. ଦିନେଶ ଶର୍ମା ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ରାଜ୍ୟସଭାର ଚେୟାରମ୍ୟାନ୍ ସି.ପି. ରାଧାକୃଷ୍ଣନ ତାଙ୍କ ଇସ୍ତଫାକୁ ଗ୍ରହଣ କରିବା ସହ ତାଙ୍କ ଆସନକୁ…

    MMDR ଆକ୍ଟକୁ ଜୋରଦାର ବିରୋଧ, ଇଣ୍ଡିଆ ବ୍ଲକର ବିଶାଳ ସମାବେଶ, ଆସନ୍ତାକାଲି ବିକ୍ଷୋଭ କରିବ ବିଜେଡି

    Spread the love

    Spread the loveଭୁବନେଶ୍ଵର, ୮/୯ : ଜେଏମଜେ ନ୍ୟୁଜ : ଏମଏମଡିଆର ବିଲ ବିରୋଧ କରି ଭୁବନେଶ୍ୱର ଲୋୟର ପିଏମଜିରେ ଇଣ୍ଡିଆ ବ୍ଲକ ପକ୍ଷରୁ ବିଶାଳ ସମାବେଶ ଅନୁଷ୍ଠିତ ହୋଇଛି । ଆସନ୍ତା ୨୯ ତାରିଖରେ ବିଧାନସଭା ଘେରାଉ କରିବାକୁ ଇଣ୍ଡିଆ…

    Leave a Reply

    Your email address will not be published. Required fields are marked *

    You Missed

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 4 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 73 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ