ଚଳିତ ମାସରେ ମଦ ନୀତି ଆଣିବେ ସରକାର, ମନ୍ତ୍ରୀ କହିଲେ ଗାନ୍ଧୀ ଜୟନ୍ତୀରୁ ‘ନିଶା ନୁହେଁ ଜୀବନ’ ସଚେତନତା କାର୍ଯ୍ୟକ୍ରମ

Spread the love

ଜେଏମଜେ ବ୍ୟୁରୋ : ନୂଆ ମଦ ନୀତି ଆଣିବେ ସରକାର । ଦିନେ ଦୁଇ ଦିନ ଭିତରେ ମୁଖ୍ୟମନ୍ତ୍ରୀଙ୍କ ସହିତ ମଦନୀତି ନେଇ ଆଲୋଚନା ହେବ । ଏନେଇ ସୂଚନା ରଖିଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ଚଳିତ ମାସରେ ମଦ ନୀତି ଆଣିବେ ସରକାର । ମନ୍ତ୍ରୀ କହିଛନ୍ତି ଅନ୍ୟ ରାଜ୍ୟଗୁଡିକ ଭ୍ରମଣ କରିଛନ୍ତି ଅବକାରୀ ଅଧିକାରୀ । ଦୁଇ ରାଜ୍ୟକୁ ଗସ୍ତ କରି ଫେରିଛନ୍ତି ପ୍ରତିନିଧି ଦଳ ।

​​​​​​​ଦିନେ ଦୁଇ ଦିନ ଭିତରେ ମୁଖ୍ୟମନ୍ତ୍ରୀ ନୂଆ ନୀତି ଉପରେ ଆଲୋଚନା କରାଯାଇ ସମସ୍ତ ତଥ୍ୟ ଦିଆଯିବ । ସରକାର ସେଥିପାଇଁ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି । ଚଳିତ ମାସରେ ନୂଆ ଅବକାରୀ ନୀତି କାର୍ଯ୍ୟ ଶେଷ ହେବ । ବର୍ତ୍ତମାନ ପୁରୁଣା ଅବକାରୀ ନୀତି ବଳବତ୍ତର ରହିଛି ବୋଲି କହିଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ନୂଆ ନୀତିରେ ଚୋରା ମାଦକ ଦ୍ରବ୍ୟ ବିକ୍ରି ଉପରେ ରୋକ ଏବଂ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।
ସମ୍ପୂର୍ଣ ଓଡିଶାରେ ଚଢ଼ାଉକୁ ଜୋରଦାର କରାଯାଇଛି । ଆସନ୍ତା ମାସରେ ଅକ୍ଟୋବର ୨ ଅର୍ଥାତ ଗାନ୍ଧୀ ଜୟନ୍ତିରୁ ସଚେତନତା କାର୍ଯ୍ୟକ୍ରମ ହେବ । ‘ନିଶା ନୁହେଁ ଜୀବନ’ ମାସେ ବ୍ୟାପୀ ସଚେତନତା କାର୍ଯ୍ୟକ୍ରମ ହେବ । ଚଢାଉ ହେବ ଏବଂ ସଚେତନତା କାର୍ଯ୍ୟକ୍ରମ କରାଯିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି.

  • jmjnewso

    Related Posts

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    Spread the love

    Spread the love ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତଦନ୍ତ କମିସନ ଫାଇଲ୍ ଗାଏବ ହେବା ଘଟଣାରେ ରାଜ୍ୟ ବିଜେପି ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ ପାଇଛି । ଏହି ସମ୍ବେଦନଶୀଳ ମାମଲାରେ ଯେଉଁମାନେ ଦୋଷୀ ସେମାନେ ଜେଲ୍ ଯିବେ…

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିସନ ଫାଇଲ ହଜିବା ମାମଲାରେ ଏବେ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମ୍ବେଦନଶୀଳ ଘଟଣାରେ ଆଜି ଏକ ବଡ଼ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ…

    Leave a Reply

    Your email address will not be published. Required fields are marked *

    You Missed

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ