ଦେଶର ୧୫ ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ସି.ପି. ରାଧାକ୍ରିଷ୍ଣନ୍

Spread the love

ଜେଏମଜେ ବ୍ୟୁରୋ : ଦେଶର ପଞ୍ଚଦଶ ଉପରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କଲେ ସିପି ରାଧାକ୍ରିଷ୍ଣନ୍ । ରାଧାକ୍ରିଷ୍ଣନ୍‌ଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏନେଇ ରାଷ୍ଟ୍ରପତି ଭବନରେ ଆୟୋଜିତ ହୋଇଛି ଶପଥ ସମାରୋହ । ଗୁରୁବାର ମହାରାଷ୍ଟ୍ର ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି ସି.ପି. ରାଧାକ୍ରିଷ୍ଣନ୍ ।

ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ମଧ୍ୟ ଉପସ୍ଥିତ ଥିଲେ । ଏହି ସମୟରେ ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କୁ ମଧ୍ୟ ଇସ୍ତଫା ଦେବା ପରେ ପ୍ରଥମ ଥର ପାଇଁ ଏକ କାର୍ଯ୍ୟକ୍ରମରେ ଦେଖିବାକୁ ମିଳିଥିଲା । ପୂର୍ବରୁ ସେ ସିପିଙ୍କୁ ଉପରାଷ୍ଟ୍ରପତି ନିର୍ବାଚିତ ହେବା ପାଇଁ ଅଭିନନ୍ଦନ ଜଣାଇଥିଲେ ।

ସୂଚନାଯୋଗ୍ୟ, ଦେଶର ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ୨୧ ଜୁଲାଇ ସନ୍ଧ୍ୟାରେ ଇସ୍ତଫା ଦେଇଥିଲେ । ଧନଖଡଙ୍କ ଇସ୍ତଫା ପରେ ହିଁ ନିର୍ବାଚନ ହୋଇଥିଲା । ଏହି ନିର୍ବାଚନରେ ​​ଏନଡିଏ ପ୍ରାର୍ଥୀ ସିପି ରାଧାକୃଷ୍ଣନ ଇଣ୍ଡି ମେଣ୍ଟର ବି. ସୁଦର୍ଶନ ରେଡ୍ଡିଙ୍କୁ ହରାଇ ବିଜୟୀ ହୋଇଛନ୍ତି । ଏହି ନିର୍ବାଚନରେ ​​ତାଙ୍କୁ ୪୫୨ ଭୋଟ ମିଳିଥିଲା । ​​ଅଲ୍ ଇଣ୍ଡିଆ ଆଲାଏନ୍ସ ପ୍ରାର୍ଥୀ ବି ସୁଦର୍ଶନ ରେଡ୍ଡୀଙ୍କୁ ୧୫୨ ଭୋଟରେ ପରାଜୟର ସାମ୍ନା କରିବାକୁ ପଡିଥିଲା ।

  • jmjnewso

    Related Posts

    UPI କାରବାର ନେଇ ଆସିଲା ନୂଆ ନିୟମ

    Spread the love

    Spread the loveନୂଆଦିଲ୍ଲୀ:ଜେଏମଜେ ନ୍ୟୁଜ : ଡିଜିଟାଲ୍ ଇଣ୍ଡିଆ ଯୁଗରେ ୟୁନିଫାଏଡ୍ ପେମେଣ୍ଟ୍ସ ଇଣ୍ଟରଫେସ୍ ବା ୟୁପିଆଇ ଏବେ ପ୍ରତ୍ୟେକ ବ୍ୟକ୍ତିଙ୍କ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି। ୟୁପିଆଇ କାରବାର ଉପରେ ଚାର୍ଜ ଲାଗିବା ନେଇ ଲୋକଙ୍କ ମନରେ…

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    Spread the love

    Spread the loveଆଉ ୩ ଦିନ ପରେ ମଞ୍ଚରେ ମଞ୍ଚସ୍ଥ ହୋଇଥାନ୍ତା ନାଟକ । ଗଣେଜ ପୂଜା ଉପଲକ୍ଷେ ନାଟକ ମଞ୍ଚସ୍ଥ ପାଇଁ ରିହର୍ସଲ ଚାଲିଥିବା ବେଳେ ଅଭାବନୀୟ ଘଟଣା ଘଟିଛି । ଦୁଇ ଯୁବକଙ୍କ ଛୁରାମାଡ଼ରେ ଜଣେ ଯାତ୍ରା କଳାକାରଙ୍କ…

    Leave a Reply

    Your email address will not be published. Required fields are marked *

    You Missed

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 25 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 43 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 33 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 42 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 42 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 31 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ