ଆଜି ସର୍ବଦଳୀୟ ବୈଠକ: ୧୮ରୁ ଆରମ୍ଭ ହେବ ବିଧାନସଭା

Spread the love


ଜେଏମଜେ ବ୍ୟୁରୋ : ଆସନ୍ତା ୧୮ରୁ ୨୫ତାରିଖ ପର୍ଯ୍ୟନ୍ତ ବିଧାନସଭାର ମୌସୁମୀ ଅଧିବେଶନ ବସିବ। ଏଥିରେ ମୋଟ୍‌ ୭ଟି କାର୍ଯ୍ୟଦିବସ ରହିଛି। ରାଜ୍ୟରେ ଏବେ ସରକାରଙ୍କ ବିରୋଧରେ ମାଳ ମାଳ ପ୍ରସଙ୍ଗ ଥିବାରୁ ଏହି ଅଧିବେଶନ ସରଗରମ ହେବାର ସମ୍ଭାବନା ରହିଛି। ଉଭୟ ବିରୋଧୀ ଓ ଶାସକଙ୍କ ପାଇଁ ଏହି ଅଧିବେଶନ ବେଶ୍‌ ଗୁରୁତ୍ବ ବହନ କରୁଛି। ବିଧାନସଭା ଯେପରି ସୁରୁଖୁରରେ ଚାଲିବ ସେଥିପାଇଁ ବାଚସ୍ପତି ସୁରମା ପାଢ଼ୀ ମଙ୍ଗଳବାର ଦିନ ସର୍ବଦଳୀୟ ବୈଠକ ଡାକିଛନ୍ତି।
ଅଧିବେଶନଟି ସଂକ୍ଷିପ୍ତ ହେଲେ ବି ସରକାରଙ୍କୁ ବିଭିନ୍ନ ପ୍ରସଙ୍ଗରେ ଶାଣିତ ଆକ୍ରମଣ କରିବାକୁ ବିରୋଧୀ ବିଜେଡି ଓ କଂଗ୍ରେସ ଜୋରଦାର୍ ରଣନୀତି ପ୍ରସ୍ତୁତ କରୁଛନ୍ତି। ୧୭ରେ ଉଭୟ ବିଜେଡି ଓ କଂଗ୍ରେସର ବିଧାୟକ ଦଳ ବୈଠକ ପୃଥକ ପୃଥକ ଭାବେ ବସିବ। ଏଥିରେ କେଉଁ କେଉଁ ପ୍ରସଙ୍ଗରେ ବିଧାନସଭାରେ ସରକାରଙ୍କ ଉପରେ ଆକ୍ରମଣାତ୍ମକ ଆଭିମୁଖ୍ୟ ଗ୍ରହଣ କରାଯିବ ସେନେଇ ଆଲୋଚନା ହେବ। ଆସନ୍ତା ଅଧିବେଶନରେ ଦୁଇ ବିରୋଧୀ ଦଳ ମୁଖ୍ୟତଃ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି, ସାର ସମସ୍ୟା, ଧାନ କିଣା‌ରେ ବିଭ୍ରାଟ, ଶିକ୍ଷାନୁଷ୍ଠାନ କ୍ୟାମ୍ପସ ଅଶାନ୍ତ, ରଥଯାତ୍ରା ବିଭ୍ରାଟ ଭଳି ପ୍ରସଙ୍ଗ ଉଠାଇବେ ବୋଲି ଜଣାପଡ଼ିଛି। ୧୭ତାରିଖ ଅପରାହ୍ନ ୫ଟାରେ ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ।

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏବେ ନୂଆଦିଲ୍ଲୀରେ ଅଛନ୍ତି। ତେଣୁ ଏହି ବୈଂକରେ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ ଅଧ୍ୟକ୍ଷତା କରିପାରନ୍ତି। ସେହିପରି ୧୭ରେ କଂଗ୍ରେସ ଭବନରେ ପିସିସି ସଭାପତି ଭକ୍ତ ଦାସଙ୍କ ଉପସ୍ଥିତିରେ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମଙ୍କ ଅଧ୍ୟକ୍ଷତାରେ ବିଧାୟକ ଦଳ ବୈଠକ ବସିବ। ଗତ ବିଧାନସଭା ଅଧିବେଶନରେ କଂଗ୍ରେସର ସବୁ ବିଧାୟକଙ୍କୁ ନିଲମ୍ବନ କରାଯାଇଥିବାରୁ ଏଥର କଂଗ୍ରେସ କି ରଣନୀତି କରୁଛି, ତାହା ଉପରେ ସମସ୍ତଙ୍କ ନଜର ରହିଛି। ବିଜେପି ବିଧାୟକ ଦଳ ବୈଠକ ମଧ୍ୟ ୧୭ ତାରିଖରେ ବସିବାର ସମ୍ଭାବନା ରହିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ସାଧାରଣ ସମ୍ପାଦକ (ସଂଗଠନ) ମାନସ ମହାନ୍ତି ପ୍ରମୁଖ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି.
ବ୍ୟୁରୋ ରିପୋର୍ଟ jmj ନ୍ୟୁଜ

  • jmjnewso

    Related Posts

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଗୁରୁବାର ଲୋକ ଭବନ ପରିସରସ୍ଥିତ ଅଟଳ ବନରେ ‘ଏକ ପେଡ୍ ମା କେ ନାମ’ ଅଭିଯାନ ଅଧୀନରେ ଚାରା…

    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ :ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ସମୀକ୍ଷା ବୈଠକରେ ସହରାଞ୍ଚଳ ପାନୀୟ ଜଳ…

    Leave a Reply

    Your email address will not be published. Required fields are marked *

    You Missed

    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    • By jmjnewso
    • September 17, 2026
    • 36 views
    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    • By jmjnewso
    • September 17, 2026
    • 80 views
    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    • By jmjnewso
    • September 17, 2026
    • 24 views
    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    • By jmjnewso
    • September 17, 2026
    • 31 views
    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    • By jmjnewso
    • September 17, 2026
    • 33 views
    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ

    • By jmjnewso
    • September 17, 2026
    • 80 views
    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ