ଧୃତରାଷ୍ଟ୍ର ଉପାଖ୍ୟାନ ପରେ ଶ୍ରୀମୟୀଙ୍କ ଭଣ୍ଡ ସନ୍ନ୍ୟାସୀ ପ୍ରସଙ୍ଗ

Spread the love

ଜେଏମଜେ ବ୍ୟୁରୋ : ଧୃତରାଷ୍ଟ୍ର ଉପାଖ୍ୟାନ ପରେ ଏବେ ଭଣ୍ଡ ସନ୍ନ୍ୟାସୀ ପ୍ରସଙ୍ଗ ଉଠାଇ ପୁଣି ଥରେ ଚର୍ଚ୍ଚାରେ ବିଜେଡିର ବରିଷ୍ଠ ନେତ୍ରୀ ଶ୍ରୀମୟୀ ମିଶ୍ର। ଏହା ପରୋକ୍ଷରେ ପାଣ୍ଡିଆନ୍‌ଙ୍କ ସଂପର୍କରେ ଲେଖାଯାଇଥିବା ଚର୍ଚ୍ଚା ହେଉଛି। ଶ୍ରୀମୟୀ ମିଶ୍ର  ନିଜର ସୋସିଆଲ୍ ମିଡିଆ ପୋଷ୍ଟରେ ଲେଖିଛନ୍ତି, ଏଇ କିଛି ଦିନ ତଳେ ଗୋଟିଏ ଓଟିଟି ପ୍ଲାଟଫର୍ମରେ ବଲିଉଡର ପ୍ରତିଷ୍ଠିତ ନିର୍ଦ୍ଦେଶକ ପ୍ରକାଶ ଝା ଙ୍କ ଓ୍ବେବ୍ ସିରିଜ୍ ଦେଖିଲି ଯାହାକି ସନ୍ନ୍ୟାସ ଓ ସନ୍ନ୍ୟାସୀ ଉପରେ ଆଧାରିତ ଥିଲା। ସେଥିରେ କଳାକାରମାନଙ୍କ ଅଭିନୟ ବେଶ୍ ହୃଦୟସ୍ପର୍ଶୀ ଓ ଯୁଗୋପଯୋଗୀ ଥିଲା।

ସଂସାରର ସମସ୍ତ ସୁଖ ସମ୍ଭୋଗ ଠୁଁ ଦୁରେଇ ରହିବା ବା ସମସ୍ତ ମୋହ ମାୟା ପ୍ରତି ଦୁର୍ବଳତା ନ ରଖିବା ବ୍ୟକ୍ତି ବିଶେଷଙ୍କୁ ସମାଜ ସନ୍ନ୍ୟାସୀ ରୂପେ ଗ୍ରହଣ କରେ। କିନ୍ତୁ ଏଥିରେ ସନ୍ଦେହ କିମ୍ୱା ବ୍ୟତିକ୍ରମ ହେଲେ ସମାଜ ଭଣ୍ଡ ସନ୍ନ୍ୟାସୀ ର ରୂପ ଦେବାକୁ ତିଳେ ମାତ୍ର ପଛଘୁଞ୍ଚା ଦେଇନାହିଁ। ବର୍ତମାନ ଆମସମାଜରେ ଏହିପରି ଆମେ ଅନେକ ଗୁଡ଼ିଏ ଘଟଣା ଶୁଣୁଛେ କିମ୍ୱା ଦେଖୁଛେ, ଯେଉଁମାନେ ସନ୍ନ୍ୟାସ କହି ସମସ୍ତ ସୁଖ ସ୍ଵ।ଛନ୍ଦ୍ୟ ପ୍ରତି ଲାଳାୟିତ ରହୁଛନ୍ତି। ପରମୁହୁର୍ତ୍ତ ରେ ଏକ ଭଣ୍ଡ ସନ୍ନ୍ୟାସର ଆଖ୍ୟାରେ ପରିଚୟ ପାଇ ଶିରୋନାମା ମଣ୍ଡନ କରୁଛନ୍ତି।

ସନ୍ଥ, ସନ୍ନ୍ୟାସୀମାନେ ଜ୍ଞାନ, ତ୍ୟାଗ ଓ ଭକ୍ତିର ନିଦର୍ଶନ ଦିଅନ୍ତି,ତାଙ୍କ ଜ୍ଞାନର ଆଲୋକ ଆମ ଜାତିର ଗୌରବ, ଯାହା ଅନ୍ଧକାର ମନରେ ଆଲୋକ ଉତ୍ସ ଭଳି। ବୃକ୍ଷତଳେ ବସି, ନଦୀର କୂଳେ ଧ୍ୟାନମଗ୍ନ ହୋଇ, ଶୂନ୍ୟରୁ ସମସ୍ତ ସୃଷ୍ଟିର ରହସ୍ୟ ଦେଖନ୍ତି, ଆଉ ସର୍ବୋପରି ଜଗତର ମଙ୍ଗଳ କାମନା କରନ୍ତି|

ହେଲେ ଏ ଯୁଗର କିଛି ସନ୍ନ୍ୟାସୀଙ୍କ ଭାଷାରେ “ଜଗତେ ପଛେ ନର୍କେ ପଡ଼ିଥାଉ, ମୋ ଜୀବନ ଉଦ୍ଧାର ହଉ”। ଏବେ ମଧ୍ୟ କଛି ସନ୍ନ୍ୟାସୀ ଜନମଙ୍ଗଳକରି ଭାବନା ନେଇ ତପସ୍ୟା କରିଛନ୍ତି, ହେଲେ ଆଉ କିଛି ଜଗନ୍ନାଥଙ୍କ ନାମ ନେ଼ଇ ଅନ୍ୟ ପାଇଁ ଗାତ ଖୋଲିବାକୁ ଯାଇ, ନିଜେ ଗାତରେ ପଡ଼ୁଛନ୍ତି।

ପୂର୍ବରୁ ପରୋକ୍ଷରେ ଦଳର ମୁଖିଆଙ୍କୁ କଟାକ୍ଷ କରିଥିବା ପରେ ବି ଚୁପ୍ ବସିନାହାନ୍ତି ଶ୍ରୀମୟୀ। ଏବେ ଏହାକୁ ନେଇ ବିଜେଡି କିଭଳି ପ୍ରତିକ୍ରିୟାଶୀଳ ହେଉଛି ଏବଂ ତାଙ୍କୁ ଦଳରୁ ନିଲମ୍ବିତ କରୁଛି କି ନା, ତାଉପରେ ରହିଛି ସମସ୍ତଙ୍କ ନଜର।

  • jmjnewso

    Related Posts

    କ୍ରସ ଭୋଟିଂ, ଆଜି ହାଇକୋର୍ଟରେ ଶୁଣାଣି

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଂ ମାମଲା । ଆଜି ହାଇକୋର୍ଟ ରେ ହେବ ଶୁଣାଣି । କ୍ରସ ଭୋଟିଂ କରିଥିବା ୮ ଜଣ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ବିଜେଡି ପକ୍ଷରୁ…

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଭିତ୍ତିଭୂମି ବିକାଶ କାର୍ଯ୍ୟର ମନ୍ଥର ଗତିକୁ ନେଇ ବ୍ୟାପକ ଅସନ୍ତୋଷ ମଧ୍ୟରେ, ବର୍ତ୍ତମାନ ଖୋଦ ଶାସକ ଦଳର ତିନିଜଣ ପ୍ରଭାବଶାଳୀ ସାଂସଦ ସରକାରଙ୍କ ଉପରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।ବଲାଙ୍ଗୀର…

    Leave a Reply

    Your email address will not be published. Required fields are marked *

    You Missed

    ୨୨ରୁ ବିଧାନସଭାର ମୌସୁମୀ ଅଧିବେଶନ: ସରକାରଙ୍କୁ ଘେରିବେ ବିରୋଧୀ

    • By jmjnewso
    • September 19, 2026
    • 28 views
    ୨୨ରୁ ବିଧାନସଭାର ମୌସୁମୀ ଅଧିବେଶନ:  ସରକାରଙ୍କୁ ଘେରିବେ ବିରୋଧୀ

    ପଞ୍ଚାୟତ ସମିତି ବୈଠକରେ ବିଜେପି ନେତା ମୁହାଁମୁହିଁ

    • By jmjnewso
    • September 19, 2026
    • 38 views
    ପଞ୍ଚାୟତ ସମିତି ବୈଠକରେ ବିଜେପି ନେତା ମୁହାଁମୁହିଁ

    ବିକ୍ରମ ଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌, ପରୀକ୍ଷା ସ୍ଥଗିତ

    • By jmjnewso
    • September 19, 2026
    • 29 views
    ବିକ୍ରମ ଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌, ପରୀକ୍ଷା ସ୍ଥଗିତ

    ସକ୍ରିୟ ହେଉଛି ବାତ୍ୟା ‘ଅର୍ଣ୍ଣବ’!

    • By jmjnewso
    • September 19, 2026
    • 58 views
    ସକ୍ରିୟ ହେଉଛି ବାତ୍ୟା ‘ଅର୍ଣ୍ଣବ’!

    ଆଇଏଏସ ସ୍ତରରେ ପୁଣି ଅଦଳବଦଳ

    • By jmjnewso
    • September 18, 2026
    • 70 views
    ଆଇଏଏସ ସ୍ତରରେ ପୁଣି ଅଦଳବଦଳ

    “ନଶାମୁକ୍ତ ଭାରତ ଅଭିଯାନ” ଅଗ୍ରଗତି ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା

    • By jmjnewso
    • September 18, 2026
    • 48 views
    “ନଶାମୁକ୍ତ ଭାରତ ଅଭିଯାନ” ଅଗ୍ରଗତି ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା