ନିଜ ବ୍ଲକରେ ଚାକିରି କରିପାରିବେନି ସରକାରୀ କର୍ମଚାରୀ.

Spread the love

ଜେଏମଜେ ବ୍ୟୁରୋ : ଓଡ଼ିଶା ସରକାର ଶିକ୍ଷକଙ୍କୁ ବାଦ ଦେଇ ଅନ୍ୟ କାର୍ଯ୍ୟରତ କର୍ମଚାରୀଙ୍କ ବଦଳି ଓ ନିଯୁକ୍ତି ପାଇଁ ନୂଆ ନୀତି ପ୍ରସ୍ତୁତ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ଅନୁଯାୟୀ, ବାର୍ଷିକ ବଦଳି ଏପ୍ରିଲ ୧୫ରୁ ଜୁନ ୧୫ ମଧ୍ୟରେ ହେବ।ଅଧିକାରୀମାନଙ୍କୁ ଯେତେଦୂର ସମ୍ଭବ ନିଜ ଜିଲାରେ ନିଯୁକ୍ତି ଦିଆଯିବ ନାହିଁ। ଜିଲା କ୍ୟାଡର ଅଧିକାରୀ କିମ୍ବା କର୍ମଚାରୀ ଏକ ସ୍ଥାନରେ ଅତି କମରେ ୩ ବର୍ଷ ରହିବା ପରେ ବଦଳି ପାଇଁ ଯୋଗ୍ୟ ହେବେ ଏବଂ ୬ ବର୍ଷରୁ ଅଧିକ ସମୟ ଗୋଟିଏ ସ୍ଥାନରେ ରହିପାରିବେ ନାହିଁ।

ଯେଉଁ ଅଧିକାରୀ ଚାକିରିର ୫ ବର୍ଷ ଅବିଭକ୍ତ କେବିକେ, ଗଜପତି, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାରେ କାମ କରିଥିବେ, ସେମାନେ ଅନ୍ୟ ଜିଲ୍ଲାକୁ ବଦଳି ହୋଇପାରିବେ। ଅନ୍ୟପକ୍ଷରେ, ୧୦ ବର୍ଷ ଅନ୍ୟ ଜିଲାରେ କାମ କରିଥିବା ଅଧିକାରୀମାନେ ଏହି ଜିଲ୍ଲାଗୁଡ଼ିକରେ ନିଯୁକ୍ତ ହେବେ।

ସ୍ବାମୀ-ସ୍ତ୍ରୀ ଉଭୟ ସରକାରୀ କର୍ମଚାରୀ ହୋଇଥିଲେ ସେମାନଙ୍କୁ ନିକଟସ୍ଥ ଅଞ୍ଚଳରେ ନିଯୁକ୍ତି ଦିଆଯାଇପାରିବ। ଅବସର ପୂର୍ବରୁ ୨ ବର୍ଷ ବାକି ଥିବା ଅଧିକାରୀଙ୍କୁ ସେମାନଙ୍କ ବର୍ତ୍ତମାନ ଜାଗାରେ ରଖାଯାଇପାରିବ କିମ୍ବା ନିଜ ଜିଲ୍ଲାକୁ ବଦଳି କରାଯାଇପାରିବ। ଏକ କମିଟି ମାଧ୍ୟମରେ ବଦଳି ଓ ନିଯୁକ୍ତି ପ୍ରକ୍ରିୟାରେ ସ୍ବଚ୍ଛତା ଆଣିବାକୁ ବିଭାଗ ନିଷ୍ପତ୍ତି ନେଇଛି।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 14 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 26 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 48 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 34 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 44 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 42 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ