ମେଜର ଓ ବାନ୍ଧବୀଙ୍କୁ ମାଡ଼ ଘଟଣା: ଆଜି ରାଜଭବନ ଆଗରେ ଧାରଣା ଦେବେ ବିଜୁ ମହିଳା ଜନତ ଦଳ

Spread the love

ଜେଏମଜେ ବ୍ୟୁରୋ : ଭରତପୁର ଥାନା ଘଟଣାକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି ବିଜେଡି । ଏ ପ୍ରସଙ୍ଗ ନେଇ ଶନିବାର ବିଜୁ ମହିଳା ଜନତ ଦଳ ରାଜଭବନ ଆଗରେ ଧାରଣା ଦେବାକୁ ନିଷ୍ପତ୍ତି ନେଇଛି । ଶଙ୍ଖ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସାଂସଦ ସୁଲତା ଦେଓ, ବିଏମ୍ସି ମେୟର ସୁଲୋଚନା ଦାସ, ଦଳର ମୁଖପାତ୍ର ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି, ଭରତପୁର ଥାନାରେ ଜଣେ ମେଜର ଓ ତାଙ୍କ ବାନ୍ଧବୀ ପ୍ରତି ଅମାନବୀୟ ଅତ୍ୟାଚାର କରାଯାଇଛି ।
ରାଜ୍ୟରେ ଆଇନଶୃଙ୍ଖଳା ଭୁଶୁଡ଼ି ପଡ଼ିଥିବାବେଳେ ସରକାର ଶହେ ଦିନ ପୂରଣ କରିବାର ଉତ୍ସବ ପାଳିବାରେ ବ୍ୟସ୍ତ । ବିଜେପି ସରକାରକୁ ଆସିବା ପରେ ମୋ’ ସରକାରକୁ ହଟାଇ ଦିଆଗଲା । ଫଳରେ ପୁଲିସ ପ୍ରଶାସନର ଉତ୍ତର ଦାୟିତ୍ୱ ବି ହଟିଗଲା । ରାଜ୍ୟର ଏକ ମଡେଲ୍ ଥାନାରେ ଏଭଳି ଜଘନ୍ୟ ଘଟଣା ଘଟିଥିବା ବେଳେ ସରକାର ଚୁପ୍ ହୋଇ ବସିଛନ୍ତି । ଏହା କ’ଣ ଓଡ଼ିଆ ଅସ୍ମିତା? ଥାନାରୁ ସିସିଟିଭି ରହସ୍ୟମୟ ଭାବେ ଉଭାନ ହୋଇଯିବାର କାରଣ କ’ଣ? ପୂରା ଘଟଣାର ବିଚାର ବିଭାଗୀୟ ତଦନ୍ତ କରାଯାଉ । ଏହି ଘଟଣା ନେଇ ବିଜେଡିର ମହିଳା କର୍ମକର୍ତ୍ତାମାନେ ଶନିବାର ରାଜଭବନ ଆଗରେ ଧାରଣା ଦେବେ ।

  • Related Posts

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଚାପଗ୍ରସ୍ତ ହୋଇ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର ଦିଲ୍ଲୀରୁ ବାହାରି ସକାଳ…

    କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ

    Spread the love

    Spread the loveଜେଏମଜେ ବ୍ୟୁରୋ : ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ। ସରକାରଙ୍କ ଅନୁଭବ ହେଉଛି ଯେ ଇସ୍ତଫା ଦେବା…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ