ଆଦିବାସୀ ନେତା ତଥା ପୂର୍ବତନ ବିଧାୟକ ଜର୍ଜ ତିର୍କୀଙ୍କ ଦେହାନ୍ତ

Spread the love

ଜେଏମଜେ ବ୍ୟୁରୋ : ଚାଲିଗଲେ ଚାରି ଚାରି ଥରର ବିଧାୟକ । ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁରର ପୂର୍ବତନ ବିଧାୟକ ତଥା ଆଦିବାସୀ ନେତା ଜର୍ଜ ତିର୍କୀ ଆଉ ନାହାନ୍ତି । ୬୮ ବର୍ଷ ବୟସରେ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲ୍‌ରେ ଆଖି ବୁଜିଛନ୍ତି ଜର୍ଜ ତିର୍କୀ । ତାଙ୍କ ବିୟୋଗରେ ସୁନ୍ଦରଗଡ଼ ଜିଲ୍ଲାରେ ଶୋକର ଛାୟା ଖେଳି ଯାଇଛି । ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚ (JMM) ଟିକେଟ୍‌ରେ ୧୯୯୫ରେ ପ୍ରଥମଥର ବିଧାୟକ ନିର୍ବାଚିତ ହୋଇଥିଲେ ଜର୍ଜ ତିର୍କୀ । ୨୦୦୦ ମସିହାରେ ବି ଜେଏମ୍ଏମ୍ ଟିକେଟ୍‌ରେ ଲଢ଼ି ଦ୍ଵିତୀୟଥର ବୀରମିତ୍ରପୁର ଆସନରୁ ବିଧାୟକ ହୋଇଥିଲେ । ୨୦୦୨ରେ ବିଜେଡିରେ ଯୋଗ ଦେଇଥିଲେ, ହେଲେ ଦଳ ୨୦୦୪ରେ ତାଙ୍କୁ ପ୍ରାର୍ଥୀ ନ କରିବାରୁ ସେ ବିଜେଡି ଛାଡ଼ି ଦେଇଥିଲେ ।

୨୦୦୯ ସାଧାରଣ ନିର୍ବାଚନରେ ସ୍ଵାଧୀନ ପ୍ରାର୍ଥୀ ଭାବେ ବୀରମିତ୍ରପୁର ଆସନରୁ ଲଢ଼ି ତୃତୀୟ ଥର ବିଧାୟକ ହୋଇଥିଲେ ଜର୍ଜ ତିର୍କୀ । ଏହା ପରେ ୨୦୧୪ରେ ନିଜେ ସମତା କ୍ରାନ୍ତି ଦଳ ଗଢ଼ିବା ସହ ବୀରମିତ୍ରପୁର ଆସନରୁ ଚତୁର୍ଥଥର ପାଇଁ ଜିତି ବିଧାନସଭାକୁ ଯାଇଥିଲେ । ଏହାପରେ ୨୦୧୮ରେ କଂଗ୍ରେସରେ ଯୋଗ ଦେଇଥିଲେ । ୨୦୧୯ ନିର୍ବାଚନରେ କଂଗ୍ରେସ ଟିକେଟ୍‌ରେ ସୁନ୍ଦରଗଡ଼ ଲୋକସଭା ଆସନରୁ ପ୍ରାର୍ଥୀ ହୋଇ ପରାଜୟ ବରଣ କରିଥିଲେ ।

  • jmjnewso

    Related Posts

    ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ମୁକାବିଲା ପାଇଁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ।

    Spread the love

    Spread the loveଛତ୍ରପୁର : ଜେଏମଜେ ନ୍ୟୁଜ : ସମ୍ଭାବ୍ୟ ବାତ୍ୟା ଓ ଏହାର ପ୍ରଭାବରେ ହେବାକୁ ଥିବା ପ୍ରବଳ ବର୍ଷାକୁ ମୁକାବିଲା କରିବାକୁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ। ଆସନ୍ତାକାଲିଠାରୁ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ହେବାର…

    ଶିକ୍ଷକ ପଦୋନ୍ନତି ଘଟଣା…ନିଯୁକ୍ତି ତାଲିକାରେ ଅନିୟମିତତା ନେଇ ଚର୍ଚ୍ଚାରେ ଡିଇଓ।

    Spread the love

    Spread the loveଜେଏମଜେ ବ୍ୟୁରୋ : ଗଞ୍ଜାମ ଜିଲ୍ଲାରେ ଶିକ୍ଷକ ପଦୋନ୍ନତିରେ ଅନିୟମିତତା ଆସିଲା ନେଇ ଅଭିଯୋଗ.. ଜିଲ୍ଲା ଶିକ୍ଷା ଧିକାରୀ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁ ବିଭିନ୍ନ ବିଦ୍ୟାଳୟ ରେ ଅଶାନ୍ତି ଆଶଙ୍କା ଦେଖାଦେଲାଣି..ଗଞ୍ଜାମ ଜିଲ୍ଲାର ପ୍ରାଥମିକ ଶିକ୍ଷକମାନଙ୍କର ପଦୋନ୍ନତି…

    Leave a Reply

    Your email address will not be published. Required fields are marked *

    You Missed

    ପଞ୍ଚାୟତରୁ ପୁରୀ: ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’

    • By jmjnewso
    • September 20, 2026
    • 22 views
    ପଞ୍ଚାୟତରୁ ପୁରୀ:   ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’

    ଗଞ୍ଜାମ ଜିଲ୍ଲା ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

    • By jmjnewso
    • September 20, 2026
    • 24 views
    ଗଞ୍ଜାମ ଜିଲ୍ଲା ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

    ଓଡିଶା ମୁହାଁ ହେଉଛି ସମ୍ଭାବ୍ୟ ବାତ୍ୟା।

    • By jmjnewso
    • September 20, 2026
    • 13 views
    ଓଡିଶା ମୁହାଁ ହେଉଛି ସମ୍ଭାବ୍ୟ ବାତ୍ୟା।

    ବିଧାନସଭା ମୌସୁମୀ ଅଧିବେଶନ ପାଇଁ କମିଶନରେଟ୍ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା: ମୁତୟନ ହେବେ ୩୦ ପ୍ଲାଟୁନ୍ ଫୋର୍ସ

    • By jmjnewso
    • September 20, 2026
    • 21 views
    ବିଧାନସଭା ମୌସୁମୀ ଅଧିବେଶନ ପାଇଁ କମିଶନରେଟ୍ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା: ମୁତୟନ ହେବେ ୩୦ ପ୍ଲାଟୁନ୍ ଫୋର୍ସ

    ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ମୁକାବିଲା ପାଇଁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ।

    • By jmjnewso
    • September 20, 2026
    • 18 views
    ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ମୁକାବିଲା ପାଇଁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ।

    ଶିକ୍ଷକ ପଦୋନ୍ନତି ଘଟଣା…ନିଯୁକ୍ତି ତାଲିକାରେ ଅନିୟମିତତା ନେଇ ଚର୍ଚ୍ଚାରେ ଡିଇଓ।

    • By jmjnewso
    • September 20, 2026
    • 33 views
    ଶିକ୍ଷକ ପଦୋନ୍ନତି ଘଟଣା…ନିଯୁକ୍ତି ତାଲିକାରେ ଅନିୟମିତତା ନେଇ ଚର୍ଚ୍ଚାରେ ଡିଇଓ।