ସାର ଅଭାବ ନେଇ ରାଜ୍ୟପାଳଙ୍କୁ ବିଜେଡିର ଫେରାଦ

Spread the love


ଜେଏମଜେ ବ୍ୟୁରୋ : ସାର ସଂକଟକୁ ନେଇ ବିଧାନସଭା ହୁଲସ୍ତୁଲ । ସାରା ରାଜ୍ୟରେ ସାର ଅଭାବ ନେଇ ଚାଷୀ ହନ୍ତସନ୍ତ । ହେଲେ ସାର ସମସ୍ୟା ନେଇ ଗୃହରେ ସ୍ବତନ୍ତ୍ର ଆଲୋଚନାକୁ ଡରୁଛନ୍ତି ସରକାର । ଗତକାଲିଠୁ କଂଗ୍ରେସ ସାର ସଂକଟ ନେଇ ଗୃହରେ ମୁଲତବୀ ଆଲୋଚନା ଦାବିକୁ ଗ୍ରହଣ କରିଛନ୍ତି ବାଚସ୍ପତି। କିନ୍ତୁ ମୁଖ୍ୟ ବିରୋଧୀ ଦଳ ବିଜେଡି ସାର ସଂକଟ ନେଇ ଗୃହର ସବୁ କାର୍ଯ୍ୟ ବାତିଲ କରି ସାର ଉପରେ ସ୍ବତନ୍ତ୍ର ଆଲୋଚନା ପାଇ ଦାବି କରିଆସୁଛି।
ଯାହାକୁ ନେଇ ଆଜି ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବିଜେଡି ବିଧାୟକ ମାନେ ଗୃହରେ ନାରାବାଜି କରିବା ସହିତ ମଧ୍ୟଭାଗକୁ ଆସି ହୋହଲ୍ଲା କରିଥିଲେ । ଏହାକୁ ନେଇ ଗୃହ ବାରମ୍ବାର ମୁଲତବୀ ହୋଇଥିଲା । ଅପରାହ୍ନ ଅଧିବେଶନ ଆରମ୍ଭ ହେବାମାତ୍ରେ ସମାନ ପ୍ରସଙ୍ଗରେ ବିରୋଧୀ ସଦସ୍ୟମାନେ ଆଲୋଚନା ଦାବି କରି ହଟ୍ଟଗୋଳ କରିଥିଲେ । ହେଲେ ବାଚସ୍ପତି ଗୃହକୁ ସୋମବାର ଯାଏ ମୁଲତବୀ ରଖିଛନ୍ତି । ଗୃହ ମୁଲତବୀ ପରେ ସନ୍ଧ୍ୟା ୫ଟାରେ ବିଜେଡି ବିଧାୟକ ଦଳ ରାଜ୍ୟପାଳଙ୍କୁ ଭେଟି ରାଜ୍ୟରେ ସାର ସଂକଟ ନେଇ ସରକାର ଆଲୋଚନାକୁ ପଛଘୁଞ୍ଚା ଦେଉଥିବା ନେଇ ସ୍ମାରକପତ୍ର ପ୍ରଦାନ କରିଛି । ଗତକାଲି ମଧ୍ୟ ଏହି ପ୍ରସଙ୍ଗରେ ମୁଖ୍ୟ ବିରୋଧୀ ଦଳର ଦାବି ଗ୍ରହଣ ନହେବାରୁ ଗୃହକାର୍ଯ୍ୟ ଅଚଳ ହୋଇଥିଲା ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 22 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 35 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 28 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 33 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 40 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 42 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର