୨୩ ତାରିଖରେ ବିଧାନସଭା ଘେରାଉ କରିବ ବିଜେଡି

Spread the love


ଜେଏମଜେ ବ୍ୟୁରୋ : ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାରେ ଜନ ପ୍ରତିନିଧିଙ୍କ କ୍ଷମତାକୁ ସଙ୍କୁଚିତ କରିବା ଓ ହଡପ କରିବା ଅଭିଯୋଗରେ ଆସନ୍ତା ୨୩ ତାରିଖରେ ବିଧାନସଭା ଘେରାଉ କରିବ ବିଜେଡି। ଏଥିରେ ସରପଞ୍ଚ, ୱାର୍ଡମେମ୍ବର, ସମିତି ସଭ୍ୟ, ଜିଲ୍ଲା ପରିଷଦ ସଦସ୍ୟ, ବ୍ଲକ ଅଧ୍ୟକ୍ଷ, ଜିଲ୍ଲା ପରିଷଦ ଅଧ୍ୟକ୍ଷ, ଗ୍ରାମର ମୁଖିଆ ତଥା ଅନ୍ୟ ଜନ ପ୍ରତିନିଧି ସାମିଲ ହେବେ।
ସାମ୍ବାଦିକ ସମ୍ମିଳନୀରେ ଏହି ଘୋଷଣା କରିଛି ବିଜେଡି। ସାମ୍ବାଦିକ ସମ୍ମିଳନୀରେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ ମିଶ୍ର, ବିଧାୟକ ଅରୁଣ ସାହୁ ଓ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଉପସ୍ଥିତ ରହି ବିଜେପିକୁ ଟାର୍ଗେଟ କରିଛନ୍ତି। ଗଣତନ୍ତ୍ରକୁ ହତ୍ୟା କରି କର୍ମୀ ପୋଷିବା ଯୋଜନା ବନ୍ଦ କରିବାକୁ ଚେତାବନୀ ଦେଇଛି ବିଜେଡି। ୧୪ ମାସର ସରକାରରେ ପଂଚାୟତକୁ ୨୮ ସରକୁଲାର ଜାରି ହୋଇଥିବା ଅଭିଯୋଗ। କର୍ମୀଙ୍କୁ ସୁହାଇଲା ଭଳି ସରକାର ଜାରି କରିଛନ୍ତି ସରକୁଲାର। ଯେମିତି କର୍ମୀମାନେ ଗୁଣ୍ଡାରାଜ, ଦାଦାବଟି ଓ ପିସି ଆଦାୟ କରିବେ ସେଥିପାଇଁ ବ୍ୟବସ୍ଥା କରୁଛନ୍ତି ସରକାର ବୋଲି ବଡ଼ ଅଭିଯୋଗ ଆଣିଛି ବିଜେଡି।
ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାରେ ଗାଁରେ ରହୁଥିବା ଲୋକଙ୍କ ଅଧିକାରକୁ ଚଳିତ ସରକାର ଧ୍ୱସ୍ତ କରୁଛନ୍ତି। ବିଧି ବ୍ୟବସ୍ଥାକୁ ହନନ କରୁଛନ୍ତି। ଲୋକଙ୍କ ସରକାର ବୋଲି ଯେଉଁ ଡିଣ୍ଡିମ ପିଟାଯାଉଛି ସେଥିରେ ଉଚ୍ଚାରଣ ଆଚରଣ ଅଲଗା। ପଞ୍ଚାୟତିରାଜ ବଜେଟକୁ ହ୍ରାସ କରାଯାଇଛି। ପିଏମ ଆବାସ ଯୋଜନା ୪୩୧୦ କୋଟିରୁ ୮୨୫ କୋଟି ହୋଇଛି। ୩୭ ଲକ୍ଷ ଘର ସର୍ଭେ କରାଗଲା ଏ ଯାଏ କିଛି କରାଗଲା ନାହିଁ। ଅନ୍ତଦୟ ଆବାସ ଯୋଜନା ଆରମ୍ଭ କଲେ। ଏଥିପାଇଁ ୨୪ କୋଟି ଖର୍ଚ୍ଚ ହୋଇଥିଲେ ବି ଏଯାଏ କୋଅର୍ଡିନେଟରଙ୍କ ଦରମା ବି ମିଳିନି। ନରେଗାରେ ମଜୁରୀ ମିଳୁନି। ଆମ ଓଡ଼ିଶା ନବୀନ ଓଡିଶାରେ ୪୨୦୦ କୋଟି ବଜେଟ ଥିଲା ନବୀନ ସରକାରରେ। କିନ୍ତୁ ଯୋଜନା ନାଁ ବଦଳାଇ ‘ବିକଶିତ ଗାଁ ବିକଶିତ ଓଡ଼ିଶା’ ଯୋଜନା କରି ଅର୍ଥ ବରାଦ କମାଇ ଦିଆଯାଇଛି। ସାଧାରଣ ଲୋକଙ୍କ ସରକାର କହୁଛନ୍ତି କିନ୍ତୁ ଲୋକଙ୍କ ସ୍ୱର ଶୁଣିପାରୁ ନାହାନ୍ତି। କର୍ମୀଙ୍କୁ ପୋଷିବା ପାଇଁ ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାକୁ ଧ୍ୱଂସ କରୁଛନ୍ତି। ଏହାକୁ ବିରୋଧ କରି ଆସନ୍ତା ୨୩ ତାରିଖ ବିକ୍ଷୋଭ ପ୍ରଦର୍ଶନ ହେବ।

  • jmjnewso

    Related Posts

    କ୍ରସ ଭୋଟିଂ, ଆଜି ହାଇକୋର୍ଟରେ ଶୁଣାଣି

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଂ ମାମଲା । ଆଜି ହାଇକୋର୍ଟ ରେ ହେବ ଶୁଣାଣି । କ୍ରସ ଭୋଟିଂ କରିଥିବା ୮ ଜଣ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ବିଜେଡି ପକ୍ଷରୁ…

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଭିତ୍ତିଭୂମି ବିକାଶ କାର୍ଯ୍ୟର ମନ୍ଥର ଗତିକୁ ନେଇ ବ୍ୟାପକ ଅସନ୍ତୋଷ ମଧ୍ୟରେ, ବର୍ତ୍ତମାନ ଖୋଦ ଶାସକ ଦଳର ତିନିଜଣ ପ୍ରଭାବଶାଳୀ ସାଂସଦ ସରକାରଙ୍କ ଉପରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।ବଲାଙ୍ଗୀର…

    Leave a Reply

    Your email address will not be published. Required fields are marked *

    You Missed

    ପଞ୍ଚାୟତରୁ ପୁରୀ: ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’

    • By jmjnewso
    • September 20, 2026
    • 22 views
    ପଞ୍ଚାୟତରୁ ପୁରୀ:   ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’

    ଗଞ୍ଜାମ ଜିଲ୍ଲା ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

    • By jmjnewso
    • September 20, 2026
    • 26 views
    ଗଞ୍ଜାମ ଜିଲ୍ଲା ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

    ଓଡିଶା ମୁହାଁ ହେଉଛି ସମ୍ଭାବ୍ୟ ବାତ୍ୟା।

    • By jmjnewso
    • September 20, 2026
    • 15 views
    ଓଡିଶା ମୁହାଁ ହେଉଛି ସମ୍ଭାବ୍ୟ ବାତ୍ୟା।

    ବିଧାନସଭା ମୌସୁମୀ ଅଧିବେଶନ ପାଇଁ କମିଶନରେଟ୍ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା: ମୁତୟନ ହେବେ ୩୦ ପ୍ଲାଟୁନ୍ ଫୋର୍ସ

    • By jmjnewso
    • September 20, 2026
    • 22 views
    ବିଧାନସଭା ମୌସୁମୀ ଅଧିବେଶନ ପାଇଁ କମିଶନରେଟ୍ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା: ମୁତୟନ ହେବେ ୩୦ ପ୍ଲାଟୁନ୍ ଫୋର୍ସ

    ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ମୁକାବିଲା ପାଇଁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ।

    • By jmjnewso
    • September 20, 2026
    • 18 views
    ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ମୁକାବିଲା ପାଇଁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ।

    ଶିକ୍ଷକ ପଦୋନ୍ନତି ଘଟଣା…ନିଯୁକ୍ତି ତାଲିକାରେ ଅନିୟମିତତା ନେଇ ଚର୍ଚ୍ଚାରେ ଡିଇଓ।

    • By jmjnewso
    • September 20, 2026
    • 34 views
    ଶିକ୍ଷକ ପଦୋନ୍ନତି ଘଟଣା…ନିଯୁକ୍ତି ତାଲିକାରେ ଅନିୟମିତତା ନେଇ ଚର୍ଚ୍ଚାରେ ଡିଇଓ।