ସୁନାମି ମୁକାବିଲା ନିମନ୍ତେ ଜିଲ୍ଲା ସ୍ତରୀୟ ପ୍ରଶିକ୍ଷଣ ଶିବିର

Spread the love

ଜେଏମଜେ ନ୍ୟୁଜ : ଗଞ୍ଜାମ ଜିଲ୍ଲା ସୁନାମି ମୁକାବିଲା ନିମନ୍ତେ ଜିଲ୍ଲା ସ୍ତରୀୟ ପ୍ରଶିକ୍ଷଣ ଶିବିର ଶନିବାର ଦିନ ଜିଲ୍ଲାପାଳଙ୍କ ସଦ୍ଭାବନା ସମ୍ମିଳନୀ କକ୍ଷ ଠାରେ ଅତିରିକ୍ତ ଜିଲ୍ଲାପାଳ ଦେବଦତ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ଜିଲ୍ଲା ଜରୁରୀକାଳୀନ ବିଭାଗର ଡେପୁଟି କଲେକ୍ଟର ଅଭିଷେକ ସାହୁ ସମସ୍ତଙ୍କୁ ସ୍ବାଗତ କରିବା ସହ କହିଥିଲେ ଯେ, ଗଞ୍ଜାମ ଜିଲ୍ଲା ଏକ ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ଜିଲ୍ଲା । ଏହା ଉପକୂଳବର୍ତ୍ତି ଜିଲ୍ଲା ହୋଇଥିବାରୁ ବାତ୍ୟା ଓ ସୁନାମୀ ପ୍ରବଣ ଜିଲ୍ଲା ଭାବେ ପରିଚିତ । ଗଞ୍ଜାମ ଜିଲ୍ଲାର ଚାରି ଗୋଟି ବ୍ଲକ୍ ର ୪୨ ଟି ଗ୍ରାମ ଓ ଦୁଇ ଗୋଟି ବିଜ୍ଞାପିତ ଅଞ୍ଚଳ ପରିଷଦର 23 ଗୋଟି ଓ୍ବାର୍ଡ ସୁନାମି ପ୍ରବଣ ଅଟେ । ସୁନାମୀ ମୁକାବିଲା ନିମନ୍ତେ ସମସ୍ତ ପ୍ରକାର ପ୍ରସ୍ତୁତି କାର୍ଯ୍ୟକ୍ରମ ସରକାର ହାତକୁ ନେଇଛନ୍ତି । ୨୦୨୦ ମସିହାରେ ଜିଲ୍ଲାର ଭେଙ୍କଟ ରାୟପୁର ଗ୍ରାମ ଏବଂ ୨୦୨୪ ମସିହାରେ ପ୍ରୟାଗୀ, କଣ୍ଟିଆଗଡ,ଉପୁଲାପୁଟି ଓ ମାର୍କଣ୍ଡି ଗ୍ରାମକୁ ସୁନାମୀ ରେଡି ଗ୍ରାମ ଭାବେ ମାନ୍ୟତା ମିଳିଥିବା କହିଥିଲେ । ବନ୍ୟା, ବାତ୍ୟା, ସୁନାମୀ ପ୍ରାକୃତିକ ଦୁର୍ବିପାକ ଭଳି ସର୍ପାଘାତ ଓ ବଜ୍ରାଘାତରୁ ମଧ୍ୟ ରକ୍ଷା ପାଇବା ପାଇଁ ସଚେତନତା ଜରୁରୀ ହୋଇ ପଡିଥିବା କହିଥିଲେ । ପ୍ରାକୃତିକ ବିପର୍ଯ୍ୟୟକୁ ସାମ୍ନା କରିବାକୁ ହେଲେ ପ୍ରାକ୍ ସତର୍କତା ଓ ସଚେତନତା ନିହାତି ଜରୁରୀ । ସୁନାମି ଆସିବାର ଦୁଇ ଘଣ୍ଟା ପୂର୍ବରୁ ଜଣାପଡିଥାଏ । ଏଣୁ ସ୍ଥାନୀୟ ଗୋଷ୍ଠୀ (କମ୍ୟୁନିଟି) ର ଭୂମିକା ଗୁରୁତ୍ବପୂର୍ଣ୍ଣ । ବୈଠକରେ ଅଧ୍ୟକ୍ଷତା କରି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପଣ୍ଡା କହିଥିଲେଯେ, ଜିଲ୍ଲାର ରଙ୍ଗେଇଲୁଣ୍ଡା, ଗଞ୍ଜାମ, ଛତ୍ରପୁର ଓ ଚିକିଟି ଏହି ଚାରିଗୋଟି ବ୍ଲକ୍ ସୁନାମି ପ୍ରବଣ ଅଟେ । ଜିଲ୍ଲାର ସମସ୍ତ ବିଭାଗର ସମନ୍ବୟରେ ସୁନାମି ଭଳି ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା କରିପାରିବା । ବିପର୍ଯ୍ୟୟ ସମୟରେ ପଛଘୁଞ୍ଚା ନ ଦେଇ ନିଜନିଜ କର୍ତ୍ତବ୍ୟରେ ଲାଗିପଡିଲେ ଆମେ ଏହାର ସହଜରେ ମୁକାବିଲା କରିପାରିବା ।

  • jmjnewso

    Related Posts

    ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ମୁକାବିଲା ପାଇଁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ।

    Spread the love

    Spread the loveଛତ୍ରପୁର : ଜେଏମଜେ ନ୍ୟୁଜ : ସମ୍ଭାବ୍ୟ ବାତ୍ୟା ଓ ଏହାର ପ୍ରଭାବରେ ହେବାକୁ ଥିବା ପ୍ରବଳ ବର୍ଷାକୁ ମୁକାବିଲା କରିବାକୁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ। ଆସନ୍ତାକାଲିଠାରୁ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ହେବାର…

    ଶିକ୍ଷକ ପଦୋନ୍ନତି ଘଟଣା…ନିଯୁକ୍ତି ତାଲିକାରେ ଅନିୟମିତତା ନେଇ ଚର୍ଚ୍ଚାରେ ଡିଇଓ।

    Spread the love

    Spread the loveଜେଏମଜେ ବ୍ୟୁରୋ : ଗଞ୍ଜାମ ଜିଲ୍ଲାରେ ଶିକ୍ଷକ ପଦୋନ୍ନତିରେ ଅନିୟମିତତା ଆସିଲା ନେଇ ଅଭିଯୋଗ.. ଜିଲ୍ଲା ଶିକ୍ଷା ଧିକାରୀ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁ ବିଭିନ୍ନ ବିଦ୍ୟାଳୟ ରେ ଅଶାନ୍ତି ଆଶଙ୍କା ଦେଖାଦେଲାଣି..ଗଞ୍ଜାମ ଜିଲ୍ଲାର ପ୍ରାଥମିକ ଶିକ୍ଷକମାନଙ୍କର ପଦୋନ୍ନତି…

    Leave a Reply

    Your email address will not be published. Required fields are marked *

    You Missed

    ପଞ୍ଚାୟତରୁ ପୁରୀ: ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’

    • By jmjnewso
    • September 20, 2026
    • 22 views
    ପଞ୍ଚାୟତରୁ ପୁରୀ:   ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’

    ଗଞ୍ଜାମ ଜିଲ୍ଲା ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

    • By jmjnewso
    • September 20, 2026
    • 26 views
    ଗଞ୍ଜାମ ଜିଲ୍ଲା ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

    ଓଡିଶା ମୁହାଁ ହେଉଛି ସମ୍ଭାବ୍ୟ ବାତ୍ୟା।

    • By jmjnewso
    • September 20, 2026
    • 15 views
    ଓଡିଶା ମୁହାଁ ହେଉଛି ସମ୍ଭାବ୍ୟ ବାତ୍ୟା।

    ବିଧାନସଭା ମୌସୁମୀ ଅଧିବେଶନ ପାଇଁ କମିଶନରେଟ୍ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା: ମୁତୟନ ହେବେ ୩୦ ପ୍ଲାଟୁନ୍ ଫୋର୍ସ

    • By jmjnewso
    • September 20, 2026
    • 22 views
    ବିଧାନସଭା ମୌସୁମୀ ଅଧିବେଶନ ପାଇଁ କମିଶନରେଟ୍ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା: ମୁତୟନ ହେବେ ୩୦ ପ୍ଲାଟୁନ୍ ଫୋର୍ସ

    ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ମୁକାବିଲା ପାଇଁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ।

    • By jmjnewso
    • September 20, 2026
    • 18 views
    ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ମୁକାବିଲା ପାଇଁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ।

    ଶିକ୍ଷକ ପଦୋନ୍ନତି ଘଟଣା…ନିଯୁକ୍ତି ତାଲିକାରେ ଅନିୟମିତତା ନେଇ ଚର୍ଚ୍ଚାରେ ଡିଇଓ।

    • By jmjnewso
    • September 20, 2026
    • 34 views
    ଶିକ୍ଷକ ପଦୋନ୍ନତି ଘଟଣା…ନିଯୁକ୍ତି ତାଲିକାରେ ଅନିୟମିତତା ନେଇ ଚର୍ଚ୍ଚାରେ ଡିଇଓ।