ଗଞ୍ଜାମ ଜିଲ୍ଲା ରାଜସ୍ୱ ସମୀକ୍ଷା ବୈଠକ

Spread the love

ଛତ୍ରପୁର,(ଜେଏମଜେ ବ୍ୟୁରୋ): ଗଞ୍ଜାମ ଜିଲ୍ଲା ରାଜସ୍ୱ ସମୀକ୍ଷା ବୈଠକ ଜିଲାପାଳ ଭି.କିର୍ତି ଭାସନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଭୂମିହୀନ ପରିବାରଙ୍କୁ ଚିହ୍ନଟ କରି ସେମାନଙ୍କୁ ସରକାରୀ ଜମି ଯୋଗେଇ ଦିଆଯିବ,ତେଣୁ ଜିଲାରେ କେତେ ସଂଖ୍ୟକ ଭୂମିହୀନ ପରିବାର ରହିଛନ୍ତି ତାହା ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା ଏହିପରିପେକ୍ଷିରେ ପ୍ରଥମ ପ୍ରର୍ଯ୍ୟାୟରେ ୮୨୬ ଜଣ ଭୂମିହୀନ ଚିହ୍ନଟ ହୋଇ ସେମାନଙ୍କୁ ଜମି ପଟ୍ଟା ପ୍ରଦାନ କରାଯାଇଛି ବଳକା ୫୭୦ ଜଣ ଙ୍କୁ ମଧ୍ୟ ତୁରନ୍ତ ପ୍ରଦାନ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।  ୧୧୮ଟି ପଡା ଗାଁ ରୁ ରାଜସ୍ୱ ଗ୍ରାମରେ ପରିଣତ ହେବେ । ଏନେଇ ରାଜ୍ୟ ରାଜସ୍ୱ ପ୍ରଶଦ ପକ୍ଷରୁ ଅନୁମତି ମିଳିଯାଇଛି ତେଣୁ ତହସିଲଦାରମାନେ ଏହାକୁ ଭୁଲେକ ଅପଡେସନ କରିବାକୁ କୁହାଯାଇଛି । ୩୫ ହଜାର ଗ୍ରାମକଣ୍ଠକ ପଟ୍ଟା ଫଇସଲା କରି ହିତାଧିକାରୀଙ୍କୁ ପଟ୍ଟା ବଣ୍ଟନ କରିବାକୁ ତହସିଲଦାରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।ବେବନ୍ଦୋବସ୍ତ ଥିବା ଜମିକୁ ବନ୍ଦୋବସ୍ତ କରିବାକୁ ବୈଠକରେ କୁହାଯାଇଥିଲା । ସହରାଚଂଳ ହେଉବା ଗ୍ରାମାଚଂଳ ହେଉ ଯିଏ ବି ସରକାରୀ ଜମି ଜବଲଦଖଲ କରି କୋଠା ନିର୍ମାଣ କରିଛନ୍ତି ତୁରନ୍ତ ତାହା ଚିହ୍ନଟ କରି ନିୟମ ଅନୁସାରେ କାର୍ଯ୍ୟାନୁଷ୍ଠାନ ନେବାକୁ ତହସିଲଦାରମାନଙ୍କୁ କୁହାଯାଇଛି । ଜିଲାରେ ୯୧୫ ଟି ସରକାରୀ ପ୍ରାଥମିକ ବିଦ୍ୟାଳୟ, ୪୩୬ଟି ଉଚ୍ଚ ବିଦ୍ୟାଳୟ ଓ ୩୫ଟି ଡିଗ୍ରୀ କଲେଜକୁ ଜମି ପଟ୍ଟା ପ୍ରଦାନ କରାଯାଇଛି । ବଳକା ରହିଥିବା ଅନ୍ୟ ସବୁ ସରକାରୀ ବିଦ୍ୟାଳୟ ଗୁଡିକ ପଟ୍ଟା ପ୍ରଦାନ କରାଯିବ ।  କଲମ ୨ରେ ଆରଓଆର ପରିବର୍ତନ ପାଇଁ ୯୬୧୦୭ ଟି ମଧ୍ୟରୁ ୬୦୫୯୯ଟି ପରିବର୍ତନ ହୋଇଥିବା ବେଳେ ଅନ୍ୟ ଗୁଡିକ କରିବାକୁ କୁହାଯାଇଛି । ଜିଲାରେ ବେଆଇନ ଭାବେ ବାଲି, ପଥର,ମରମ ଆଦି ବିଭିନ୍ନ ଖଣିଜ ସାମଗ୍ରୀ ଚୋରା ଚାଲାଣ ହେଉଥିବା ଅଭିଯୋଗ ଆସୁଛି ତେଣୁ ଖଣି ବିଭାଗ ଏହାକୁ ରୋକିବା ନେଇ ଏକ ଏନଫୋସମେଂଟ ଟିମ ଗଠନ କରି ଚଢାଉକୁ ଜୋରଦାର କରିବାକୁ କୁହାଯାଇଛି ।  ସେହିପରି ସଡକ ଦୃର୍ଘଟଣା ସଂଖ୍ୟା ହ୍ରାସ ପାଇଁ ଆରଟିଓ ଙ୍କ ପକ୍ଷରୁ ଅଧିକରୁ ଅଧିକ ଏନଫୋସମେଂଟ କରିବାକୁ କୁହାଯାଇଥିଲା । ବିଶେଷକରି ଜାତୀୟ ରାଜପଥ, ସହରାଚଂଳ,ସ୍କୁଲ ବସ ଆଦି ସ୍ଥାନରେ କଡାକଡି ଚେକିଂ ପାଇଁ ଆରଟିଓ ଙ୍କୁ କୁହାଯାଇଛି । ମାପ ଓ ଓଜନ ବିଭାଗ କୁ ମଧ୍ୟ ଚଢାଉ କରିବାକୁ ନିର୍ଦ୍ଦୈଶ ଦିଆଯାଇଛି । ଯେଉଁ ସବୁ ବିଭାଗକୁ ରାଜସ୍ୱ ଆଦୟ ପାଇଁ ଲକ୍ଷ୍ୟ ଧାର୍ଯ୍ୟ ଦିଆଯାଇଛି ତାହା ପୁରୁଣ କରିବାକୁ କୁହାଯାଇଛି । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ ଦେବଦତ ପଣ୍ଡା, ବ୍ରହ୍ମପୁର ଅଭିନାଶ କୁମାର,ଛତ୍ରପୁର ଉପଜିଲାପାଳ ଶିବାଶିଷ ବରାଳ, ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା ସମେତ  ସମସ୍ତ ତହସିଲଦାର ଓ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

  • jmjnewso

    Related Posts

    ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ମୁକାବିଲା ପାଇଁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ।

    Spread the love

    Spread the loveଛତ୍ରପୁର : ଜେଏମଜେ ନ୍ୟୁଜ : ସମ୍ଭାବ୍ୟ ବାତ୍ୟା ଓ ଏହାର ପ୍ରଭାବରେ ହେବାକୁ ଥିବା ପ୍ରବଳ ବର୍ଷାକୁ ମୁକାବିଲା କରିବାକୁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ। ଆସନ୍ତାକାଲିଠାରୁ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ହେବାର…

    ଶିକ୍ଷକ ପଦୋନ୍ନତି ଘଟଣା…ନିଯୁକ୍ତି ତାଲିକାରେ ଅନିୟମିତତା ନେଇ ଚର୍ଚ୍ଚାରେ ଡିଇଓ।

    Spread the love

    Spread the loveଜେଏମଜେ ବ୍ୟୁରୋ : ଗଞ୍ଜାମ ଜିଲ୍ଲାରେ ଶିକ୍ଷକ ପଦୋନ୍ନତିରେ ଅନିୟମିତତା ଆସିଲା ନେଇ ଅଭିଯୋଗ.. ଜିଲ୍ଲା ଶିକ୍ଷା ଧିକାରୀ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁ ବିଭିନ୍ନ ବିଦ୍ୟାଳୟ ରେ ଅଶାନ୍ତି ଆଶଙ୍କା ଦେଖାଦେଲାଣି..ଗଞ୍ଜାମ ଜିଲ୍ଲାର ପ୍ରାଥମିକ ଶିକ୍ଷକମାନଙ୍କର ପଦୋନ୍ନତି…

    Leave a Reply

    Your email address will not be published. Required fields are marked *

    You Missed

    ପଞ୍ଚାୟତରୁ ପୁରୀ: ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’

    • By jmjnewso
    • September 20, 2026
    • 22 views
    ପଞ୍ଚାୟତରୁ ପୁରୀ:   ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’

    ଗଞ୍ଜାମ ଜିଲ୍ଲା ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

    • By jmjnewso
    • September 20, 2026
    • 26 views
    ଗଞ୍ଜାମ ଜିଲ୍ଲା ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

    ଓଡିଶା ମୁହାଁ ହେଉଛି ସମ୍ଭାବ୍ୟ ବାତ୍ୟା।

    • By jmjnewso
    • September 20, 2026
    • 15 views
    ଓଡିଶା ମୁହାଁ ହେଉଛି ସମ୍ଭାବ୍ୟ ବାତ୍ୟା।

    ବିଧାନସଭା ମୌସୁମୀ ଅଧିବେଶନ ପାଇଁ କମିଶନରେଟ୍ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା: ମୁତୟନ ହେବେ ୩୦ ପ୍ଲାଟୁନ୍ ଫୋର୍ସ

    • By jmjnewso
    • September 20, 2026
    • 22 views
    ବିଧାନସଭା ମୌସୁମୀ ଅଧିବେଶନ ପାଇଁ କମିଶନରେଟ୍ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା: ମୁତୟନ ହେବେ ୩୦ ପ୍ଲାଟୁନ୍ ଫୋର୍ସ

    ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ମୁକାବିଲା ପାଇଁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ।

    • By jmjnewso
    • September 20, 2026
    • 18 views
    ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ମୁକାବିଲା ପାଇଁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ।

    ଶିକ୍ଷକ ପଦୋନ୍ନତି ଘଟଣା…ନିଯୁକ୍ତି ତାଲିକାରେ ଅନିୟମିତତା ନେଇ ଚର୍ଚ୍ଚାରେ ଡିଇଓ।

    • By jmjnewso
    • September 20, 2026
    • 34 views
    ଶିକ୍ଷକ ପଦୋନ୍ନତି ଘଟଣା…ନିଯୁକ୍ତି ତାଲିକାରେ ଅନିୟମିତତା ନେଇ ଚର୍ଚ୍ଚାରେ ଡିଇଓ।