୧୨ ଘଣ୍ଟାରେ ଆଉ ଏକ ଲଘୁଚାପ, ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସମ୍ଭାବ୍ୟ ପ୍ରବଳ ବର୍ଷା ନେଇ ସତର୍କତା ଜାରି

Spread the love

ଜେଏମଜେ ବ୍ୟୁରୋ : ଭାରତ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି । ସେପ୍ଟେମ୍ବର ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ଏହା ଅବପାତରେ ପରିଣତ ହେବାର ସମ୍ଭାବନା ଅଛି ଏବଂ ୨୭ ତାରିଖ ସକାଳେ ଏହା ଦକ୍ଷିଣ ଓଡିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିବ ।

ଏହାର ପ୍ରଭାବରେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବା ସହିତ ଅନ୍ୟାନ୍ୟ ଦକ୍ଷିଣ ଓଡ଼ିଶା ଜିଲ୍ଲାମାନଙ୍କରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ।

ସ୍ବତନ୍ତ୍ର ରିଲିଫ୍ କମିଶନର ଆଜି ଭିଡିଓ କନଫରେନସିଙ୍ଗ ମାଧ୍ଯମରେ ୧୮ ଟି ଜିଲ୍ଲା ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡା, ଗଜପତି, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ବର ଏବଂ ନୂଆପଡାର ଜିଲ୍ଲାପାଳମାନଙ୍କ ସହିତ ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତି ସମ୍ୱନ୍ଧରେ ଆଲୋଚନା କରିଛନ୍ତି । ଏହି ବୈଠକରେ ଜଳ ସଂପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ, ଭାରତ ପାଣିପାଗ ବିଭାଗର ନିର୍ଦ୍ଦେଶିକା, OSDMA ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ, ତଥା ସ୍ବତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ସତର୍କତାମୂଳକ ପଦକ୍ଷେପ ସ୍ବରୁପ ବିଶେଷ ଭାବରେ ପ୍ରଭାବିତ ହେବାକୁଥ‌ିବା ଜିଲ୍ଲା କୋରାପୁଟ ଓ ମାଲକାନାଗିରି ସହିତ ଅନ୍ୟାନ୍ୟ ଜିଲ୍ଲାଗୁଡିକର ଜିଲ୍ଲାପାଳମାନଙ୍କୁ କର୍ମ କ୍ଷେତ୍ରରେ ରହି ପରିସ୍ଥିତିର ମୁକାବିଲା କରିବା ପାଇଁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଆବଶ୍ୟକ ସ୍ଥଳେ ଅଗ୍ନିଶମ ସେବା ଏବଂ ODRAF ଦଳଗୁଡ଼ିକୁ ନିୟୋଜିତ କରିବା ସ‌ହିତ ଯେକୌଣସି ବନ୍ୟା ପରିସ୍ଥିତିର ମୁକାବିଲା କରିବା ପାଇଁ ଡ୍ରେନେଜ୍ ଇଞ୍ଜିନିୟର/ଅଧିକାରୀମାନଙ୍କୁ ଲୋକ ଏବଂ ଯନ୍ତ୍ରପାତି ସହିତ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଇଛନ୍ତି । ପରିସ୍ଥିତିର ମୁକାବିଲା ନିମନ୍ତେ ପ୍ରଶାସନ ସଂପୂର୍ଣ ରୂପରେ ପ୍ରସ୍ତୁତ ଅଛନ୍ତି । ରାଜ୍ୟ ସରକାର ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି । ଏଥି ନିମନ୍ତେ ଜନସାଧାରଣ କୌଣସି ପ୍ରକାର ଗୁଜବ ଯୋଗୁଁ ଭୟଭୀତ ହେବା ଅନାବଶ୍ୟକ ବୋଲି କୁହାଯାଇଛି।

  • jmjnewso

    Related Posts

    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ । ଆସନ୍ତା ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟା ସମ୍ଭାବନା । ଇସ୍ରୋର ସ୍ପେସ୍ ଆପ୍ଲିକେସନ୍ସ ସେଣ୍ଟରର ଆକଳନ ଅନୁସାରେ, ଏହି ତିନି ମାସ ମଧ୍ୟରେ…

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    Spread the love

    Spread the loveଜେଏମଜେ ବ୍ୟୁରୋ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି ଏମିତି ଘଟିପାରେ ଭାରତର ପୂର୍ୱ ଉପକୂଳରେ । କାରଣ ବର୍ଷ…

    Leave a Reply

    Your email address will not be published. Required fields are marked *

    You Missed

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 25 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 21 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 30 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 36 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 41 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 41 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ