ଓଡିଶାର ଦୁଇ ନେତାଙ୍କୁ ବଡ଼ ଦାୟିତ୍ୱ

Spread the love

ଜେଏମଜେ ବ୍ୟୁରୋ : ବିହାର ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ଉଷ୍ମତା ବଢ଼ିଥିବା ବେଳେ ଭାରତୀୟ ଜନତା ପାର୍ଟି (ବିଜେପି) ଏହାର ରଣନୀତିକୁ ଆହୁରି ଦୃଢ଼ କରିବା ପାଇଁ ବଡ଼ ପଦକ୍ଷେପ ଗ୍ରହଣ କରିଛି। ନିର୍ବାଚନ ମୁହାଁ ରାଜ୍ୟଗୁଡ଼ିକରେ ବିଜେପିର ରଣନୀତିକୁ ସୁଦୃଢ଼ କରିବା ପାଇଁ ଦୁଇ ଓଡ଼ିଆ ନେତାଙ୍କୁ ଗୁରୁତ୍ଵପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ବିଭିନ୍ନ ରାଜ୍ୟ ପାଇଁ ନିର୍ବାଚନ ପ୍ରଭାରୀ ଘୋଷଣା କଲା ବିଜେପି। ଭାରତୀୟ ଜନତା ପାର୍ଟିର କେନ୍ଦ୍ରୀୟ କମିଟି ନିର୍ଦ୍ଦେଶ ଅନୁସାରେ ଏହି ଦୁଇ ନେତା ସେ ରାଜ୍ୟରେ ନିର୍ବାଚନ ପ୍ରଭାରୀ ଭାବେ କାର୍ଯ୍ୟ କରିବେ। ସେମାନେ ହେଉଛନ୍ତି ଧର୍ମେନ୍ଦ୍ର ପ୍ରଧାନ ଏବଂ ବୈଜୟନ୍ତ ପଣ୍ଡା।

ଧର୍ମେନ୍ଦ୍ର ପ୍ରଧାନ ହେଲେ ବିହାର ନିର୍ବାଚନ ପ୍ରଭାରୀ। ଭୂପେନ୍ଦ୍ର ଯାଦବ ହେଲେ ପଶ୍ଚିମବଙ୍ଗ ନିର୍ବାଚନ ପ୍ରଭାରୀ। ବୈଜୟନ୍ତ ପଣ୍ଡାଙ୍କୁ ତାମିଲନାଡୁ ନିର୍ବାଚନ ପ୍ରଭାରୀ ଦାୟିତ୍ୱ ମିଳିଛି। ଆସନ୍ତା ନଭେମ୍ବର ସୁଦ୍ଧା ହୋଇପାରେ ବିହାର ନିର୍ବାଚନ। ଆସନ୍ତା ବର୍ଷ ମାର୍ଚ୍ଚ ବେଳକୁ ପଶ୍ଚିମବଙ୍ଗ ନିର୍ବାଚନ। ଆସନ୍ତା ବର୍ଷ ଏପ୍ରିଲ-ମେ’ ବେଳକୁ ତାମିଲନାଡୁ ନିର୍ବାଚନ ହେବା ସମ୍ଭାବନା ରହିଛି।

ଆଞ୍ଚଳିକ ରାଜନୀତିକୁ ଗୁରୁତ୍ୱ ଦେଉଥିବା ଏ ରାଜ୍ୟରେ ସରକାର ଗଠନ କରିବା ବିଜେପି ପାଇଁ ଚ୍ୟାଲେଞ୍ଜ ହୋଇ ରହି ଆସିଛି। କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ତାମିଲନାଡ଼ୁ ରାଜ୍ୟର ନିର୍ବାଚନ ପ୍ରଭାରୀ ଭାବେ ବିଜେପି ନିଯୁକ୍ତ କରିଛି। ଚଳିତ ବର୍ଷ ଦିଲ୍ଲୀ ନିର୍ବାଚନରେ ଦଳକୁ ସଫଳତାର ସହ ପରିଚାଳନା କରି ବିଜୟ ହାସଲ କରିଥିବା ବୈଜୟନ୍ତଙ୍କୁ ତାମିଲନାଡ଼ୁ ଦେଇ ବଡ଼ ଆଶା କରିଛି। କାରଣ ଏହି ରାଜ୍ୟରେ ବିଜେପିର ପ୍ରବେଶ ଦକ୍ଷିଣ ଭାରତରେ ବିଜେପିକୁ ଆଶାତୀତ ସଫଳତା ଆଣିବା ଆଶା କରାଯାଉଛି।

ସେହିପରି କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିହାର ନିର୍ବାଚନର ପ୍ରଭାରୀ ଦାୟିତ୍ୱ ଦିଆଯାଇଛି। ବରିଷ୍ଠ ନେତା ସିଆର ପାଟିଲ ଏବଂ ଉତ୍ତରପ୍ରଦେଶ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କୁ ସହ ପ୍ରଭାରୀ ଭାବେ ବିହାର ନିର୍ବାଚନ ଲାଗି ନିଯୁକ୍ତ କରିଛି ବିଜେପି। ଅପରପକ୍ଷେ ନିର୍ବାଚନ ମୁହାଁ ପଶ୍ଚିମବଙ୍ଗ ଲାଗି କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କୁ ପ୍ରଭାରୀ ଏବଂ ସାଂସଦ ବିପ୍ଲବ କୁମାର ଦେବଙ୍କୁ ସହ ପ୍ରଭାରୀ ଭାବେ ଦାୟିତ୍ୱ ଦିଆଯାଇଛି।

  • jmjnewso

    Related Posts

    କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ

    Spread the love

    Spread the loveଜେଏମଜେ ବ୍ୟୁରୋ : ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ। ସରକାରଙ୍କ ଅନୁଭବ ହେଉଛି ଯେ ଇସ୍ତଫା ଦେବା…

    ବିଜେଡି ଓ କଂଗ୍ରେସର ସଭ୍ୟ ପଦ ରଦ୍ଦ ଆବେଦନ ଖାରଜ କଲେ ବାଚସ୍ପତି

    Spread the love

    Spread the loveଭୁବନେଶ୍ଵର: ଜେଏମଜେ ନ୍ୟୁଜ : ରାଜ୍ୟସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ଘଟଣା। କଂଗ୍ରେସ ଓ ବିଜେଡିର ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି ସୁରମା ପାଢ଼ୀ। ଚଳିତ ବର୍ଷ ମାର୍ଚ୍ଚରେ ଅନୁଷ୍ଠିତ ହୋଇଥିବା ରାଜ୍ୟସଭା ନିର୍ବାଚନ ସମୟରେ ବିଜେଡି…

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…