ଏଣିକି ଆମ ସାଥୀ  ୟୁନିଫାଏଡ ହ୍ବାଟ୍‌ସଅପ୍’..132 ଟି ସେବା ପାଇବେ ରାଜ୍ୟବାସୀ

Spread the love

ଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ଏଣିକି ହାତପାହାନ୍ତାରେ ମିଳିବ ସରକାରୀ ସେବା । ଆଉ ସରକାରୀ ଅଫିସକୁ ବାରବାର ଦୌଡିବାକୁ ପଡିବନି । ଲୋକଙ୍କର ଅତି ନିକଟରେ ସରକାରୀ ସେବା ପହଞ୍ଚାଇବାକୁ ଆରମ୍ଭ ହେଲା ‘ଆମ ସାଥି’ ୟୁନିଫାଏଡ ହ୍ୱାଟସଆପ ବଟ । ଜନ୍ମ ମୃତ୍ୟୁ ପ୍ରମାଣପତ୍ର, ଆଇନଗତ ଉତ୍ତରାଧିକାରୀ, ସ୍ଥାୟୀ ବାସିନ୍ଦା ଓ ଆୟ ପ୍ରମାଣପତ୍ର, ଡ୍ରାଇଭିଂ ଲାଇସେନ୍ସ, ଫର୍ଟିଲାଇଜର ଲାଇସେନ୍ସ, ଆରଟିଓ ଆଦି ବହୁ ସୁବିଧା ହ୍ୱାଟସଆପ ଜରିଆରେ ମିଳିପାରିବ ।

ଏଥିପାଇଁ ହ୍ୱାଟସଆପ ନମ୍ବର ୯୪୩୭୨୯୨୦୦୦ ରେ ଆବେଦନ କରି ପାରିବେ । ଆବେଦନ ପରେ ସାର୍ଟିଫିକେଟ ଏହି ନମ୍ୱର୍ ଜରିଆରେ ପାଇ ପାରିବେ । ପ୍ରଥମ ପର୍ଯ୍ୟାୟରେ ସରକାରଙ୍କ ବିଭିନ୍ନ ବିଭାଗର ଏଣିକି ଆମ ସାଥୀ  ୟୁନିଫାଏଡ ହ୍ବାଟ୍‌ସଅପ୍’ ସେବା ପାଇଁ ଆବେଦନ କରିହେବ । ଏନେଇ ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ସଚିବ ସୁରେନ୍ଦ୍ର କୁମାର ସୂଚନା ଦେଇଛନ୍ତି।

ସେ ଆହୁରି କହିଛନ୍ତି ଯେ, ୨୦୨୫ ଶେଷ ସୁଦ୍ଧା, ଓଡ଼ିଶା ଲୋକସେବା ଅଧିକାର ଆଇନ ଅଧୀନରେ ଅଧିସୂଚିତ ସମସ୍ତ ସାର୍ବଜନୀନ ସେବା ଏକକ ହ୍ବାଟ୍ସଆପ ବଟ୍ ମାଧ୍ୟମରେ ଯୋଗାଇ ଦିଆଯିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି ।

ଯଦି ଜଣେ ବ୍ୟକ୍ତି ଇଂରାଜୀ କିମ୍ବା ଓଡ଼ିଆରେ ଲେଖି ହ୍ବାଟ୍ସଆପ୍‌ରେ ସମସ୍ତ ସରକାରୀ ସେବାରୁ ଉପକୃତ ହୋଇପାରିବେ । ସେହିପରି ଯେଉଁ ଲୋକମାନେ ଓଡ଼ିଆ କିମ୍ବା ଇଂରାଜୀ ଲେଖି ଜାଣି ନଥିବେ ସେମାନେ ଭାରତ ସରକାରଙ୍କ ‘ଭାଷିନୀ ପ୍ଲାଟଫର୍ମ’ ବ୍ୟବହାର କରି ନିଜର କଣ୍ଠସ୍ବର ମାଧ୍ୟମରେ ଏହି ସେବା ପାଇପାରିବେ । ମେଟା ଇଣ୍ଡିଆ ସହ ମିଶି ସାଧରଣ ପ୍ରଶାସନ ବିଭାଗ ଏହି ପଦକ୍ଷେପ ନେଇଥିବା ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ସଚିବ କହିଛନ୍ତି ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 31 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 25 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 33 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 36 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 42 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 41 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ