ଆସନ୍ତାକାଲି ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା: ୧୯୩ ଟି ପରୀକ୍ଷା କେନ୍ଦ୍ରରେ ୭୫ ହଜାର ୪୦୩ ପରୀକ୍ଷାର୍ଥୀ

Spread the love

ଜେଏମଜେ ବ୍ୟୁରୋ : ଆସନ୍ତାକାଲି ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ରାଜ୍ୟର ୧୯୩ ଟି ପରୀକ୍ଷା କେନ୍ଦ୍ରରେ ୭୫ ହଜାର ୪୦୩ ଶିକ୍ଷକ ଶିକ୍ଷୟିତ୍ରୀ ଦେବେ ଏହି ପରୀକ୍ଷା । ସମସ୍ତ ପରୀକ୍ଷା କେନ୍ଦ୍ରରେ ହୋଇଛି ସିସିଟିଭି ବ୍ୟବସ୍ଥା । ବୋର୍ଡରେ ରହିଛି ଇଣ୍ଟିଗ୍ରେଟେଡ଼ କମାଣ୍ଡ କଣ୍ଟ୍ରୋଲ ରୁମ । ବୋର୍ଡରୁ ସମସ୍ତ ପରୀକ୍ଷା ନିରୀକ୍ଷଣ କରି ପାରିବେ ଅଧିକାରୀ ପରୀକ୍ଷାରେ ଅନିୟମିତତା ତଥା ଭାଇରାଲ୍‌ ଓ କପି ଆଦି ନିୟନ୍ତ୍ରଣ ପାଇଁ ପୂର୍ବ ପରି ପ୍ରତି ପ୍ରଶ୍ନପତ୍ରରେ କ୍ୟୁଆର୍‌ କୋର୍ଡ ଏବଂ ୱାଟର୍‌ ମାର୍କ ରହିଛି ।ଏହି ସ୍ପେସାଲ୍‌ ଓଟିଇଟି ପାଇଁ ରାଜ୍ୟରେ ଆବେଦନରତ ୭୫ ହଜାରରୁ ଅଧିକ ଇନ୍‌ସର୍ଭିସ ଶିକ୍ଷକଙ୍କ ମଧ୍ୟରୁ ୨ ହଜାର ୬ ଶହ ଜଣ ଶାରୀରିକ ଅକ୍ଷମ ପ୍ରାର୍ଥୀ ଥିବା ସୂଚନା ମିଳିଛି । ଉକ୍ତ ପ୍ରାର୍ଥୀମାନଙ୍କୁ ଅଧିକ ୫୦ ମିନିଟ୍‌ ସମୟ ଦିଆଯିବ । ଏହି ପରୀକ୍ଷା ଦୁଇଟି ସିଟିଂରେ ହେବ । ପେପର-୧ ପରୀକ୍ଷା ପ୍ରଥମ ସିଟିଂରେ ସକାଳ ୯ଟାରୁ ଦିନ ୧୧ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ଚାଲିବ । ସେହିପରି ପେପର-୨ ପରୀକ୍ଷା ଅପରାହ୍ନ ୨ଟାରୁ ଆରମ୍ଭ ହୋଇ ଅପରାହ୍ନ ୪ଟା ୩୦ ମିନିଟ୍‌ରେ ଶେଷ ହେବ । ପୂର୍ବ ପରି ସେହି ପୁରୁଣା ପାର୍ଟନ ଅନୁସାରେ ପ୍ରଶ୍ନ ପ୍ରସ୍ତୁତି କରାଯାଇଥିବା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ଏଥର ସିବିଏସଇ ଢାଞ୍ଚାରେ ହେବ ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ଦେଶର ଦୁଇ ପ୍ରମୁଖ ପରୀକ୍ଷା ପରିଚାଳନା ସଂସ୍ଥା ସିବିଏସଇ ଓ କେନ୍ଦ୍ରୀୟ ବିଦ୍ୟାଳୟର ପରୀକ୍ଷା ପରିଚାଳନା ବ୍ଯବସ୍ଥା ଅନୁଯାୟୀ ହେବ ପରୀକ୍ଷା ।

  • jmjnewso

    Related Posts

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟର ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବ୍ୟାବହାରିକ ଏବଂ କ୍ଷେତ୍ର-ଭିତ୍ତିକ ଧନ୍ଦାମୂଳକ ଶିକ୍ଷା ପ୍ରଦାନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ…

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    Leave a Reply

    Your email address will not be published. Required fields are marked *

    You Missed

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 29 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 25 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 33 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 36 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 42 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 41 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ