ପୋଲିସର ବର୍ବରତାକୁ ବିରୋଧ କରି ରାଜଭବନ ଆଗରେ ମହିଳା ବିଜୁ ଜନତା ଦଳର ବିକ୍ଷୋଭ ପ୍ରଦର୍ଶନ

Spread the love

ଜେଏମଜେ ନ୍ୟୁଜ: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାକୁ ନେଇ ରାଜଭବନ ଆଗରେ ମହିଳା ବିଜୁ ଜନତା ଦଳର ବିକ୍ଷୋଭ ପ୍ରଦର୍ଶନ । ରାଜ୍ୟରେ ମହିଳା ସୁରକ୍ଷିତ ନୁହନ୍ତି । ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ଥ ହୋଇପଡ଼ିଛି ବୋଲି ଦଳ କହିଛି । ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ରାଜ୍ୟପାଳଙ୍କୁ ସ୍ମାରକ ପତ୍ର ପ୍ରଦାନ କରାଯାଇଛି। ରାଜ୍ୟପାଳଙ୍କ ପୁଅ ମାଡ଼ ମାରିବା ଘଟଣାରେ ଯଦି ଆକ୍ସନ ନିଆଯାଇଥାନ୍ତା ତେବେ ଭରତପୁର ଘଟଣା ସାମ୍ନାକୁ ଆସି ନଥାନ୍ତା ବୋଲି ଦଳ କହିଛି । ଭରତପୁର ଥାନାରେ ସେନା ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ମରା ଅଭିଯୋଗ ମାମଲାରେ ପୂର୍ବତନ ଆଇଆଇସିଙ୍କ ସମେତ ୫ ପୋଲିସ ଅଧିକାରୀ ସସପେଣ୍ଡ ହୋଇଛନ୍ତି । ।
ଭରତପୁର ଥାନାରେ ଜଣେ ସେନା ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ମରା ଅଭିଯୋଗ ମାମଲାରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବିରେ ପୂର୍ବତନ ସେନା କର୍ମଚାରୀଙ୍କ ବିକ୍ଷୋଭ । ନ୍ୟାୟିକ ତଦନ୍ତ ଦାବି କରିଛନ୍ତି । ପୋଲିସ କମିଶନରଙ୍କୁ ଭେଟିଛନ୍ତି ପୂର୍ବତନ ସେନା କର୍ମଚାରୀ ସଂଘ । କାର୍ଯ୍ୟାନୁଷ୍ଠାନ ପାଇଁ ପୋଲିସ କମିଶନରଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି । ସୂଚନା ଅନୁସାରେ ଗତ ଶନିବାର ରାତି ଅଧରେ ଭୁବନେଶ୍ବର ଭରତପୁର ଥାନା ଅଞ୍ଚଳରେ କେତେକ ଦୁବୃର୍ତ୍ତଙ୍କ ଆକ୍ରମଣର ଶିକାର ହୋଇଥିଲେ ସେନା ମେଜର ଗୁରୁବନ୍ତ ସିଂ ଓ ତାଙ୍କ ବାନ୍ଧବୀ । ଦୁର୍ବୃତ୍ତଙ୍କ ବିରୋଧରେ ଅଭିଯୋଗ ନେଇ ସେମାନେ ଭରତପୁର ଥାନାକୁ ଯାଇଥିଲେ । ତେବେ ଦୁର୍ବୃତ୍ତଙ୍କୁ ଧରିବା ବଦଳରେ ଭରତପୁର ଥାନା ପୋଲିସ ଓଲଟା ଅଭିଯୋଗକାରୀଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା ।

  • Related Posts

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    Spread the love

    Spread the loveଜେଏମଜେ ବ୍ୟୁରୋ : ବିଜେପିର ରାଜ୍ୟସଭା ସାଂସଦ ତଥା ଉତ୍ତରପ୍ରଦେଶର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡା. ଦିନେଶ ଶର୍ମା ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ରାଜ୍ୟସଭାର ଚେୟାରମ୍ୟାନ୍ ସି.ପି. ରାଧାକୃଷ୍ଣନ ତାଙ୍କ ଇସ୍ତଫାକୁ ଗ୍ରହଣ କରିବା ସହ ତାଙ୍କ ଆସନକୁ…

    MMDR ଆକ୍ଟକୁ ଜୋରଦାର ବିରୋଧ, ଇଣ୍ଡିଆ ବ୍ଲକର ବିଶାଳ ସମାବେଶ, ଆସନ୍ତାକାଲି ବିକ୍ଷୋଭ କରିବ ବିଜେଡି

    Spread the love

    Spread the loveଭୁବନେଶ୍ଵର, ୮/୯ : ଜେଏମଜେ ନ୍ୟୁଜ : ଏମଏମଡିଆର ବିଲ ବିରୋଧ କରି ଭୁବନେଶ୍ୱର ଲୋୟର ପିଏମଜିରେ ଇଣ୍ଡିଆ ବ୍ଲକ ପକ୍ଷରୁ ବିଶାଳ ସମାବେଶ ଅନୁଷ୍ଠିତ ହୋଇଛି । ଆସନ୍ତା ୨୯ ତାରିଖରେ ବିଧାନସଭା ଘେରାଉ କରିବାକୁ ଇଣ୍ଡିଆ…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 70 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ