ଓଡିଶାକୁ ୫୦ କୋଟିରୁ ଅଧିକ ଭେଟି ଦେଲେ ମୋଦି

Spread the love

ଜେଏମଜେ ବ୍ୟୁରୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନିକିଆ ଝାରସୁଗୁଡ଼ା ଗସ୍ତରେ ଆସିଛନ୍ତି। ଝାରସୁଗୁଡ଼ାସ୍ଥିତ ଅମରାପାଲି ପଡ଼ିଆଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିଛନ୍ତି। ବ୍ରହ୍ମପୁର ଏବଂ ସୁରଟ ମଧ୍ୟରେ ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିବା ସହିତ ସମ୍ବଲପୁର ସିଟି ଏବଂ ସରଲା ମଧ୍ୟରେ ରେଳ ଫ୍ଲାଇଓଭର ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । କୋରାପୁଟ-ବାଇଗୁଡ଼ା ରେଳ ଲାଇନ ଏବଂ ମାନାବାର-କୋରାପୁଟ-ଗୋରାପୁର ରେଳ ଲାଇନର ଦୋହରୀକରଣକୁ ଲୋକାର୍ପଣ କରିଛନ୍ତି । ଏଥିସହିତ ଭୁବନେଶ୍ୱରରେ ସେମିକଣ୍ଡକ୍ଟର ଓ ଇଏସଡିଏମ୍ ପାର୍କ ପ୍ରତିଷ୍ଠାର ଶିଳାନ୍ୟାସ କରିଛନ୍ତି ।

ରାଜ୍ୟ ସରକାରଙ୍କ ବିଶ୍ୱସ୍ତରୀୟ ଦକ୍ଷତା ବିକାଶ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏହାବ୍ୟତୀତ ରାଜ୍ୟର ୧୩୦ଟି ଉଚ୍ଚଶିକ୍ଷାନୁଷ୍ଠାନରେ ୱାଇଫାଇ ସେବା ଉଦଘାଟନ୍, ଭୀମ୍‌ସାର ଓ ଏମ୍‌କେସିଜି କଲେଜର ଉନ୍ନତୀକରଣ ପାଇଁ ପ୍ରସ୍ତୁତ ମାଷ୍ଟରପ୍ଲାନର ଲୋକାର୍ପଣ, ଅନ୍ତୋଦୟ ଗୃହ ଯୋଜନାରେ ୫୦ ହଜାର ପରିବାରକୁ ଗୃହ ନିର୍ମାଣ ପାଇଁ ମଞ୍ଜୁରି ପତ୍ର ପ୍ରଦାନ, ଦେଶର ୮ଟି ଆଇଆଇଟିର କ୍ଷମତା ବୃଦ୍ଧି ପ୍ରକଳ୍ପର ଶିଳାନ୍ୟାସ ଭଳି ଯୋଜନା ଅନ୍ତର୍ଭୁକ୍ତ । ଝାରସୁଗୁଡା ସଭାରୁ ଭର୍ଚୁଆଲ ମାଧ୍ୟମରେ ରାଜ୍ୟକୁ ୫୦ କୋଟିରୁ ଅଧିକ ଭେଟି ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି ।

  • jmjnewso

    Related Posts

    ପଞ୍ଚାୟତରୁ ପୁରୀ: ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’

    Spread the love

    Spread the loveଭୁବନେଶ୍ୱରଜେଏମଜେ : ରାଜ୍ୟର ଅର୍ଥନୈତିକ ଦୃଷ୍ଟିରୁ ପଛୁଆ ବର୍ଗର ଲୋକଙ୍କୁ ମାଗଣାରେ ଶ୍ରୀକ୍ଷେତ୍ର ଦର୍ଶନ କରାଇବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’ର ଶୁଭାରମ୍ଭ କରିଛନ୍ତି । ରବିବାର ଦିନ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

    ବିଧାନସଭା ମୌସୁମୀ ଅଧିବେଶନ ପାଇଁ କମିଶନରେଟ୍ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା: ମୁତୟନ ହେବେ ୩୦ ପ୍ଲାଟୁନ୍ ଫୋର୍ସ

    Spread the love

    Spread the loveଭୁବନେଶ୍ୱର:ଜେଏମଜେ ନ୍ୟୁଜ : ଆସନ୍ତା ସେପ୍ଟେମ୍ବର ୨୨ ତାରିଖରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ମୌସୁମୀ ଅଧିବେଶନ । ଏହି ସମୟରେ ବିଧାନସଭା କାର୍ଯ୍ୟକୁ ଶାନ୍ତିପୂର୍ଣ୍ଣ ଏବଂ ସୁରୁଖୁରୁରେ ପରିଚାଳନା କରିବା ନିମନ୍ତେ କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ…

    Leave a Reply

    Your email address will not be published. Required fields are marked *

    You Missed

    ପଞ୍ଚାୟତରୁ ପୁରୀ: ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’

    • By jmjnewso
    • September 20, 2026
    • 27 views
    ପଞ୍ଚାୟତରୁ ପୁରୀ:   ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’

    ଗଞ୍ଜାମ ଜିଲ୍ଲା ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

    • By jmjnewso
    • September 20, 2026
    • 28 views
    ଗଞ୍ଜାମ ଜିଲ୍ଲା ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

    ଓଡିଶା ମୁହାଁ ହେଉଛି ସମ୍ଭାବ୍ୟ ବାତ୍ୟା।

    • By jmjnewso
    • September 20, 2026
    • 19 views
    ଓଡିଶା ମୁହାଁ ହେଉଛି ସମ୍ଭାବ୍ୟ ବାତ୍ୟା।

    ବିଧାନସଭା ମୌସୁମୀ ଅଧିବେଶନ ପାଇଁ କମିଶନରେଟ୍ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା: ମୁତୟନ ହେବେ ୩୦ ପ୍ଲାଟୁନ୍ ଫୋର୍ସ

    • By jmjnewso
    • September 20, 2026
    • 24 views
    ବିଧାନସଭା ମୌସୁମୀ ଅଧିବେଶନ ପାଇଁ କମିଶନରେଟ୍ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା: ମୁତୟନ ହେବେ ୩୦ ପ୍ଲାଟୁନ୍ ଫୋର୍ସ

    ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ମୁକାବିଲା ପାଇଁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ।

    • By jmjnewso
    • September 20, 2026
    • 21 views
    ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ମୁକାବିଲା ପାଇଁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ।

    ଶିକ୍ଷକ ପଦୋନ୍ନତି ଘଟଣା…ନିଯୁକ୍ତି ତାଲିକାରେ ଅନିୟମିତତା ନେଇ ଚର୍ଚ୍ଚାରେ ଡିଇଓ।

    • By jmjnewso
    • September 20, 2026
    • 53 views
    ଶିକ୍ଷକ ପଦୋନ୍ନତି ଘଟଣା…ନିଯୁକ୍ତି ତାଲିକାରେ ଅନିୟମିତତା ନେଇ ଚର୍ଚ୍ଚାରେ ଡିଇଓ।