ଅକ୍ଟୋବର ୧ରୁ ୪ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା

Spread the love

👉ଆଜି ପ୍ରବଳ ବର୍ଷା ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

👉୧ରେ ଆଉ ଏକ ଲୋ-ପ୍ରେସର୍ ସୃଷ୍ଟି ହେବା ସମ୍ଭାବନା

👉ପ୍ରଭାବରେ ଆସନ୍ତା ୬ ଦିନ ଯାଏ ବର୍ଷା

ଜେଏମଜେ ବ୍ୟୁରୋ : ଆସନ୍ତାକାଲି ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । ପ୍ରଭାବରେ ଅକ୍ଟୋବର ୧ ସୁଦ୍ଧା ଉତ୍ତର ଓ ଏହାର ପାର୍ଶ୍ଵବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଦଶହରା ଭିଜିବା ସମ୍ଭାବନା ରହିଛି । ଅକ୍ଟୋବର ୧ରୁ ୪ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି । ମଙ୍ଗଳବାର ଯାଏ ପାଗ ଶୁଖିଲା ରହିବ । ଏହା ପରଠାରୁ ଆରମ୍ଭ ହୋଇଯିବ ବର୍ଷା । ଅକ୍ଟୋବର ୧ ତାରିଖରେ ଉତ୍ତର ଓଡ଼ିଶା ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ । ୨ ତାରିଖରେ ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶା ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ଅଧିକ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

୧ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ଅଧିକ ବର୍ଷା ହୋଇପାରେ। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି। ୨ ତାରିଖରେ କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, କଟକ, ମୟୂରଭଞ୍ଜ, କେନ୍ଦୁଝର, ନୟାଗଡ଼, ଖୋର୍ଦ୍ଧା ଓ ପୁରୀରେ ଅଧିକ ବର୍ଷା ହୋଇପାରେ । ୩ରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି ଓ ବରଗଡ଼ରେ ଅଧିକ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ବରିଷ୍ଠ କୃଷି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରି କହିଛନ୍ତି, ୩୦ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ହେବ । ୨ ତାରିଖ ସୁଦ୍ଧା ଏହା ଅବପାତ ରୂପ ନେବ। ପରେ ଏହା ଦକ୍ଷିଣ ଓଡ଼ିଶା ଉପକୂଳକୁ ମୁହାଁଇବ। କିନ୍ତୁ ଏହା ଉପକୂଳରୁ ଦୂରରେ ରହିବ । ୩ ତାରିଖରେ ଏହା ଦକ୍ଷିଣ ଓଡ଼ିଶା ଉପକୂଳ ବା ସଂଲଗ୍ନ ଉତ୍ତର ଆନ୍ଧ୍ର ଉପକୂଳ ସ୍ପର୍ଶ କରିପାରେ ।

  • jmjnewso

    Related Posts

    ଜାଡ଼ରେ ଥରୁଛି ସାରା ଓଡ଼ିଶା: ଆଗକୁ ଆହୁରି ବଢ଼ିବ ଶୀତ

    Spread the love

    Spread the loveଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ଖସୁଛି ପାରଦ, ଆଗକୁ ଆହୁରି ବଢ଼ିବ ଶୀତ । ଜାଡ଼ରେ ଥରୁଛି ସାରା ଓଡ଼ିଶା । ଉପକୂଳଠୁ ଆରମ୍ଭ କରି ଆଭ୍ୟନ୍ତରୀଣ ଯାଏ ସବୁଠି ଥଣ୍ଡା । ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ଅସମ୍ଭାଳ ଶୀତ…

    କନ୍ଧମାଳକୁ ଫେରିଲା ଶୀତ.ଆଗକୁ ଆହୁରି ବଢିବ!

    Spread the love

    Spread the loveଜେଏମଜେ ବ୍ୟୁରୋ : ରାଜ୍ୟରେ ରାତି ତାପମାତ୍ରା କମିବା ସହ ଥଣ୍ଡା ବଢ଼ିବ । ଶନିବାର ଯାଏଁ ରାତି ତାପମାତ୍ରା ପ୍ରାୟ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ ବୋଲି ବରିଷ୍ଠ କୃଷି ପାଣିପାଗବିତ୍ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଆକଳନ…

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…