ପୁଣି ଜଣେ ଓଡ଼ିଆଙ୍କୁ ରିଜର୍ଭ ବ୍ୟାଙ୍କରେ ଗୁରୁଦାୟିତ୍ବ

Spread the love

ଜେଏମଜେ ବ୍ୟୁରୋ : ପୁଣି ଜଣେ ଓଡ଼ିଆଙ୍କୁ ରିଜର୍ଭ ବ୍ୟାଙ୍କରେ ଗୁରୁଦାୟିତ୍ବ । ଭାରତୀୟ ରିଜର୍ଭ ବ୍ୟାଙ୍କ୍‌ ଡେପୁଟି ଗଭର୍ଣ୍ଣର ଭାବେ ଶିରୀଶ ଚନ୍ଦ୍ର ମୁର୍ମୁଙ୍କୁ ନିଯୁକ୍ତି ଦେଇଛି । ଅକ୍ଟୋବର ୯ରେ ସେ ଦାୟିତ୍ବ ଗ୍ରହଣ କରିବେ ଏବଂ ୩ ବର୍ଷ ପାଇଁ ଏହି ପଦବୀରେ ରହିବେ । ଶିରୀଶଙ୍କ ନିଯୁକ୍ତିକୁ ଅନୁମୋଦନ ଦେଇଛି କେନ୍ଦ୍ର କ୍ୟାବିନେଟ୍‌ର ନିଯୁକ୍ତି କମିଟି ।

ଏବେ ରିଜର୍ଭ ବ୍ୟାଙ୍କ୍‌ର ଏକ୍‌ଜିକ୍ୟୁଟିଭ୍ ଡାଇରେକ୍‌ଟର ଅଛନ୍ତି ଶିରୀଶ ଚନ୍ଦ୍ର ମୁର୍ମୁ । ତାଙ୍କ ଘର ମୟୂରଭଞ୍ଜ ଜିଲ୍ଲା ବେତନଟିରେ । ବର୍ତ୍ତମାନ ଡେପୁଟି ଗଭର୍ଣ୍ଣର ଥିବା ରାଜେଶ୍ୱର ରାଓଙ୍କ କାର୍ଯ୍ୟକାଳ ଅକ୍ଟୋବର ୮ରେ ଶେଷ ହେବ ।

ଏପଟେ ଶିରୀଶଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଜଣେ ସୁଯୋଗ୍ୟ ଓଡ଼ିଆ ଦେଶର ସର୍ବୋଚ୍ଚ ବ୍ୟାଙ୍କରେ ଗୁରୁତ୍ବପୂର୍ଣ୍ଣ ପଦବୀରେ ଅବସ୍ଥାପିତ ହେବା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ । ତାଙ୍କର ଦୀର୍ଘ ଅଭିଜ୍ଞତା ଦେଶର ଅର୍ଥନୀତିକୁ ଆହୁରି ସୁଦୃଢ଼ କରିବ ବୋଲି ସୋସିଆଲ ମିଡିଆରେ ଲେଖିଛନ୍ତି ମୁଖ୍ୟମନ୍ତ୍ରୀ । ସୂଚନା ଯୋଗ୍ୟ ଯେ, ମୟୂରଭଞ୍ଜ ଜିଲ୍ଲା ବେତନଟିର ଶିରୀଶ ଚନ୍ଦ୍ର ମୁର୍ମୁ ହେଉଛନ୍ତି ପୂର୍ବତନ ସିଏଜି ତଥା ଜାମ୍ମୁ-କାଶ୍ମୀରର ପୂର୍ବତନ ଉପରାଜ୍ୟପାଳ ଗିରିଶ ଚନ୍ଦ୍ର ମୁର୍ମୁଙ୍କ ଭାଇ ।

  • jmjnewso

    Related Posts

    UPI କାରବାର ନେଇ ଆସିଲା ନୂଆ ନିୟମ

    Spread the love

    Spread the loveନୂଆଦିଲ୍ଲୀ:ଜେଏମଜେ ନ୍ୟୁଜ : ଡିଜିଟାଲ୍ ଇଣ୍ଡିଆ ଯୁଗରେ ୟୁନିଫାଏଡ୍ ପେମେଣ୍ଟ୍ସ ଇଣ୍ଟରଫେସ୍ ବା ୟୁପିଆଇ ଏବେ ପ୍ରତ୍ୟେକ ବ୍ୟକ୍ତିଙ୍କ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି। ୟୁପିଆଇ କାରବାର ଉପରେ ଚାର୍ଜ ଲାଗିବା ନେଇ ଲୋକଙ୍କ ମନରେ…

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    Spread the love

    Spread the loveଆଉ ୩ ଦିନ ପରେ ମଞ୍ଚରେ ମଞ୍ଚସ୍ଥ ହୋଇଥାନ୍ତା ନାଟକ । ଗଣେଜ ପୂଜା ଉପଲକ୍ଷେ ନାଟକ ମଞ୍ଚସ୍ଥ ପାଇଁ ରିହର୍ସଲ ଚାଲିଥିବା ବେଳେ ଅଭାବନୀୟ ଘଟଣା ଘଟିଛି । ଦୁଇ ଯୁବକଙ୍କ ଛୁରାମାଡ଼ରେ ଜଣେ ଯାତ୍ରା କଳାକାରଙ୍କ…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 22 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 18 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 28 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 49 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 35 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 44 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ