ଅଧିକ କାମକୁ ଅଧିକ ଦରମା, ନିର୍ଦ୍ଧାରିତ ସମୟରୁ ଅଧିକ କାମ କଲେ ୨ ଗୁଣା ମଜୁରି

Spread the love

ଜେଏମଜେ ବ୍ୟୁରୋ : ୨୭ତମ କ୍ୟାବିନେଟ ବୈଠକରେ ବଡ଼ ନିଷ୍ପତ୍ତି ନେଇଛନ୍ତି ମୋହନ ସରକାର । ଓଡ଼ିଶା ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ଆଇନ, ୧୯୫୬ରେ ସଂଶୋଧନ କରାଯାଇଛି । ଜଣେ କର୍ମଚାରୀ ଦିନକୁ ୧୦ ଘଣ୍ଟାରୁ ଅଧିକ କିମ୍ବା ସପ୍ତାହରେ ୪୮ ଘଣ୍ଟାରୁ ଅଧିକ କାମ କଲେ, ତାହା ଓଭରଟାଇମ୍‌ ହେବ
ଅତିରିକ୍ତ ସମୟ ପାଇଁ ଦରମା ବା ମଜୁରିକୁ ଦ୍ବିଗୁଣା ଦେବାକୁ ପଡ଼ିବ।

ରାଜ୍ୟରେ ରାତିରେ ମହିଳା କର୍ମଚାରୀଙ୍କ କାର୍ଯ୍ୟ ଉପରେ ପ୍ରତିବନ୍ଧକ ଲାଗିଥିଲା । କ୍ୟାବିନେଟ ନିଷ୍ପତ୍ତି ଅନୁଯାୟୀ, ଏହି ପ୍ରତିବନ୍ଧକଙ୍କୁ ଏବେ ସରକାର ହଟାଇଦେଇଛନ୍ତି । ତେବେ ରାତିରେ କାମ କରିବାକୁ ସଂପୃକ୍ତ ମହିଳାଙ୍କ ସମ୍ମତି ଆବଶ୍ୟକ । ଆଉ ରାଜ୍ୟ ସରକାରଙ୍କ ଅଧିସୂଚିତ ସର୍ତ୍ତାବଳୀ ଅନୁସାରେ ମହିଳା କର୍ମଚାରୀଙ୍କୁ ନିୟୋଜିତ କରାଯାଇପାରିବ ।
ଗଣଶିକ୍ଷା ବିଭାଗର ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାକୁ ମଞ୍ଜୁରୀ ମିଳିଛି ।

ସେହିପରି ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ୨୨୬ କୋଟି ମଞ୍ଜୁର ହୋଇଛି। ୫୯ ଏକର ଜମିକୁ ନେଇ ପାରିପାର୍ଶ୍ୱିକ ବିକାଶ ପାଇଁ ଡିପିଆର୍‌ ପ୍ରସ୍ତୁତ ହେବ । ତାରିଣୀ ପୀଠରେ ଭକ୍ତଙ୍କ ପାଇଁ ଅନେକ ସୁବିଧା ରହିବ । ଏଥି ମଧ୍ୟରେ ରହିଛି ଯାତ୍ରୀ ନିବାସ, ନଡିଆ ଭଣ୍ଡାର , ପ୍ରସାଦ ସେବନ ପ୍ରକୋଷ୍ଠ, ଜିନିଷ ରଖିବା ଘର ଓ ମାର୍କେଷ୍ଟ କମ୍ପ୍ଲେକ୍ସ ।

  • jmjnewso

    Related Posts

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    Spread the love

    Spread the love କଟକ :  ଜେଏମଜେ ନ୍ୟୁଜ : ବାତ୍ୟା ଅର୍ଣ୍ଣବ ସତ୍ତ୍ୱେ ଚାଲିବ ମାଧ୍ୟମିକ ଶିକ୍ଷା ପରିଷଦର ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତା ଦେଖା। କିନ୍ତୁ ୫ ଟି ଜିଲ୍ଲାରେ ବୋର୍ଡ ପକ୍ଷରୁ ଖାତା ଦେଖା ସ୍ଥଗିତ…

    ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ଏସ୍ଆରସି

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ବ୍ୟୁରୋ : ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ସ୍ୱତନ୍ତ୍ର ରିଲିଫ କମିଶନର ରାଜେଶ ପ୍ରଭାକର ପାଟିଲ ଏ ନେଇ ସମୀକ୍ଷା ମଧ୍ୟ କରିଛନ୍ତି । ଏସ୍ଆର୍ସି କହିଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ