୧ ଅକ୍ଟୋବରରୁ ଲାଗୁ ହେବ ସ୍ପିଡ୍ ପୋଷ୍ଟରେ ନୂଆ ଶୁଳ୍କ

Spread the love


ଜେଏମଜେ ବ୍ୟୁରୋ : ଡାକ ବିଭାଗ ପକ୍ଷରୁ ସ୍ପିଡ ପୋଷ୍ଟ ପାଇଁ ନୂଆ ଶୁଳକ ବ୍ୟବସ୍ଥା ଲାଗୁ କରିଛନ୍ତି । ଏହା ୧ ଅକ୍ଟୋବରରୁ ଲାଗୁ ହେବ । ବର୍ଦ୍ଧିତ ଶୁଳ୍କ ସହ କେତେକ ନୂଆ ସୁବିଧା ମଧ୍ୟ ଘୋଷଣା କରାଯାଇଛି । ଗ୍ରାହକଙ୍କ ପରିବର୍ତ୍ତିତ ଆବଶ୍ୟକତା ସହିତ ଖାପ ଖୁଆଇବା ଏବଂ ସ୍ପିଡ୍ ପୋଷ୍ଟରେ ନିର୍ଭରଯୋଗ୍ୟତା, ସୁରକ୍ଷା ଓ ସୁବିଧାକୁ ଆହୁରି ବୃଦ୍ଧି କରିବା ଲକ୍ଷ୍ୟରେ ବିଭାଗ ଏହି ପଦକ୍ଷେପ ନେଇଛି ।
ବଢ଼ୁଥିବା ପରିଚାଳନା ଖର୍ଚ୍ଚ ଓ ସେବାର ଆଧୁନିକୀକରଣକୁ ଧ୍ୟାନରେ ରଖି, ନୂଆ ଶୁଳ୍କ ଘୋଷଣା କରାଯାଇଛି। ପ୍ରାୟତଃ  ୫୦ ଗ୍ରାମ ପର୍ଯ୍ୟନ୍ତ ଓଜନ ବା ଦୂରତା ପାଇଁ ସ୍ଥାନୀୟ ସ୍ପିଡ୍ ପୋଷ୍ଟର ଶୁଳ୍କ ୧୯ ଟଙ୍କା ହେବା ସହିତ, ଅଧିକ ୨୦୦ କି.ମି. ପାଇଁ  ୪୭ ଟଙ୍କା ଶୁଳ୍କ ରଖାଯାଇଛି।  ସେହିପରି ୫୧ ରୁ ୨୫୦ ଗ୍ରାମ ପର୍ଯ୍ୟନ୍ତ  ୨୪ ରୁ ୭୭ ଟଙ୍କା ଓ ୨୫୧ ରୁ ୫୦୦ ଗ୍ରାମ ପର୍ଯ୍ୟନ୍ତ ୨୮ ରୁ ୯୩ ଟଙ୍କା ଶୁଳ୍କ ଦେବାକୁ ହେବ। ୧୩ ବର୍ଷ ପରେ ଏହି ଶୁଳକ ବୃଦ୍ଧି ପାଇଛି । ଶେଷ ଥର ପାଇଁ ଅକ୍ଟୋବର ୨୦୧୨ରେ ସ୍ପିଡପୋଷ୍ଟ ଶୁଳ୍କ ବୃଦ୍ଧି କରାଯାଇଥିଲା ।

ନୂଆ ସୁବିଧା ମଧ୍ୟରେ ରହିଛି ଓଟିପି ଆଧାରିତ ସୁରକ୍ଷିତ ବିତରଣ, ଅନଲାଇନ୍ ପେମେଣ୍ଟ, ଏସଏମଏସ୍ ଆଧାରିତ ବିଜ୍ଞପ୍ତି, ସୁବିଧାଜନକ ଅନଲାଇନ୍ ବୁକିଂ, ପ୍ରକୃତ-ସମୟ ଅପଡେଟ୍ ଏବଂ ପଞ୍ଜୀକରଣ ସୁବିଧା।

  • jmjnewso

    Related Posts

    ଗାଁକୁ ନାହିଁ ରାସ୍ତା: ଖଟିଆରେ ବୁହା ହେଲେ ଗର୍ଭବତୀ

    Spread the love

    Spread the loveଗୁଡ଼ାରୀ : ଜେଏମଜେ ନ୍ୟୁଜ : ପୁଣି ଜନନୀ ଯନ୍ତ୍ରଣା । ଗାଁକୁ ରାସ୍ତା ନଥିବାରୁ ଖଟିଆରେ ବୁହାହେଲେ ଗର୍ଭବତୀ । ରାୟଗଡ଼ା ଜିଲ୍ଲା ଗୁଡ଼ାରୀ ବ୍ଲକ ଶିରିଗୁଡ଼ା ପଞ୍ଚାୟତର ସାଡକଣା ଗ୍ରାମରେ ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ…

    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ଭୋଟର ତାଲିକା ପ୍ରସ୍ତୁତି ପ୍ରକ୍ରିୟା ଜୋରଦାର ହୋଇଛି। ଏହି ନିର୍ବାଚନ ପ୍ରକ୍ରିୟାକୁ ସ୍ୱଚ୍ଛ ଓ ସୁରୁଖୁରୁରେ ସମ୍ପାଦନ କରିବା ଲକ୍ଷ୍ୟରେ ନୂତନ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    • By jmjnewso
    • September 12, 2026
    • 42 views
    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    • By jmjnewso
    • September 12, 2026
    • 34 views
    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    • By jmjnewso
    • September 12, 2026
    • 31 views
    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    • By jmjnewso
    • September 12, 2026
    • 54 views
    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    • By jmjnewso
    • September 12, 2026
    • 38 views
    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି

    • By jmjnewso
    • September 12, 2026
    • 26 views
    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି