ନିର୍ବାଚନ ଆୟୋଗ ପକ୍ଷରୁ ବିହାରରେ ଚୂଡ଼ାନ୍ତ ଭୋଟର ତାଲିକା ଜାରି

Spread the love

ଜେଏମଜେ ବ୍ୟୁରୋ :ବିହାରରେ ସ୍ଵତନ୍ତ୍ର ପୁଙ୍ଖାନୁପୁଙ୍ଖ ପୁନଃନିରୀକ୍ଷଣ (ଏସଆଇଆର) କାର୍ଯ୍ୟକାରୀ ହେବା ପରେ ନିର୍ବାଚନ ଆୟୋଗ ମଙ୍ଗଳବାର ଚୂଡ଼ାନ୍ତ ଭୋଟର ତାଲିକା ଜାରି କରିଛନ୍ତି। ଏହି ଭୋଟର ତାଲିକା ଆଧାରରେ ଆଗାମୀ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ଆୟୋଗ(ଇସି) ନିଜର ଓ୍ବେବସାଇଟରେ ଏହି ତାଲିକା ଅପଲୋଡ କରିଛନ୍ତି। ଚୂଡ଼ାନ୍ତ ତାଲିକାରେ ୭ କୋଟି ୪୧ ଲକ୍ଷ ୯୨ ହଜାର ୩୫୭ ମତଦାତାଙ୍କ ନାମ ରହିଛି। ଚୂଡ଼ାନ୍ତ ତାଲିକାରେ ପାଟନା ଜିଲାରେ ୧ ଲକ୍ଷ ୬୩ ହଜାର ମତଦାତା ବୃଦ୍ଧି ପାଇଛନ୍ତି। ସେହିପରି ମୁଜଫରପୁର ଜିଲାରେ ୮୮ ହଜାର ୧୦୮ ଭୋଟର ବଢ଼ିଛନ୍ତି।

ରିପୋର୍ଟ ଅନୁସାରେ ବିହାରର ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ) ଭୋଟର ତାଲିକାକୁ ଜିଲା ନିର୍ବାଚନ ଅଧିକାରୀଙ୍କୁ ପ୍ରଦାନ କରିବେ। ଭୋଟରମାନେ ମଧ୍ୟ ନୂତନ ତାଲିକାରେ ନିଜ ନାମକୁ ଯାଞ୍ଚ କରିପାରିବେ। ସେମାନେ ଇସିଙ୍କ ଓ୍ବେବସାଇଟ୍‌କୁ ଯାଇ ନିଜ ନାଁ ରହିଛି କି ନାହିଁ ଦେଖିପାରିବେ। ନିର୍ବାଚନ ଆୟୋଗ ଅଧିକାରୀମାନେ ଆସନ୍ତା ୫ ଏବଂ ୬ ତାରିଖରେ ନିର୍ବାଚନ ହେବାକୁ ଥିବା ରାଜ୍ୟକୁ ଗସ୍ତ କରି ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବେ। ଏହା ପରେ ଆୟୋଗଙ୍କ ପକ୍ଷରୁ ତାରିଖ ଘୋଷଣା କରାଯିବ।

  • jmjnewso

    Related Posts

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    Spread the love

    Spread the loveଜେଏମଜେ ବ୍ୟୁରୋ : ବିଜେପିର ରାଜ୍ୟସଭା ସାଂସଦ ତଥା ଉତ୍ତରପ୍ରଦେଶର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡା. ଦିନେଶ ଶର୍ମା ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ରାଜ୍ୟସଭାର ଚେୟାରମ୍ୟାନ୍ ସି.ପି. ରାଧାକୃଷ୍ଣନ ତାଙ୍କ ଇସ୍ତଫାକୁ ଗ୍ରହଣ କରିବା ସହ ତାଙ୍କ ଆସନକୁ…

    MMDR ଆକ୍ଟକୁ ଜୋରଦାର ବିରୋଧ, ଇଣ୍ଡିଆ ବ୍ଲକର ବିଶାଳ ସମାବେଶ, ଆସନ୍ତାକାଲି ବିକ୍ଷୋଭ କରିବ ବିଜେଡି

    Spread the love

    Spread the loveଭୁବନେଶ୍ଵର, ୮/୯ : ଜେଏମଜେ ନ୍ୟୁଜ : ଏମଏମଡିଆର ବିଲ ବିରୋଧ କରି ଭୁବନେଶ୍ୱର ଲୋୟର ପିଏମଜିରେ ଇଣ୍ଡିଆ ବ୍ଲକ ପକ୍ଷରୁ ବିଶାଳ ସମାବେଶ ଅନୁଷ୍ଠିତ ହୋଇଛି । ଆସନ୍ତା ୨୯ ତାରିଖରେ ବିଧାନସଭା ଘେରାଉ କରିବାକୁ ଇଣ୍ଡିଆ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    • By jmjnewso
    • September 12, 2026
    • 42 views
    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    • By jmjnewso
    • September 12, 2026
    • 34 views
    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    • By jmjnewso
    • September 12, 2026
    • 31 views
    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    • By jmjnewso
    • September 12, 2026
    • 54 views
    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    • By jmjnewso
    • September 12, 2026
    • 38 views
    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି

    • By jmjnewso
    • September 12, 2026
    • 26 views
    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି