ଓଡ଼ିଶାରେ ଖୋଲିବ ୬ଟି କେନ୍ଦ୍ରୀୟ ବିଦ୍ୟାଳୟ: ଧର୍ମେନ୍ଦ୍ର ପ୍ରଧାନ

Spread the love

ଭୁବନେଶ୍ୱର: (ଜେଏମଜେ ନ୍ୟୁଜ ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ ଓଡ଼ିଶା ସମେତ ଦେଶର ବେସାମରିକ କ୍ଷେତ୍ରରେ ୫୭ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପ୍ରସ୍ତାବକୁ ଅନୁମୋଦନ ମିଳିଛି।

ଏହି ପ୍ରସ୍ତାବରେ ଓଡ଼ିଶାର ୬ଟି ସ୍ଥାନରେ ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ ମଞ୍ଜୁରୀ ଦିଆଯାଇଥିବାରୁ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ସେ କହିଛନ୍ତି ଏହି ନୂତନ ବିଦ୍ୟାଳୟଗୁଡ଼ିକ ପ୍ରତିଷ୍ଠା ହେବାକୁ ଥିବା ଅଞ୍ଚଳରେ ଛାତ୍ରଛାତ୍ରୀଙ୍କ ଶିକ୍ଷାଗତ ଆବଶ୍ୟକତା ପୂରଣ କରିବାରେ ଏକ ବଡ଼ ପଦକ୍ଷେପ ହେବ। ଏହି ୫୭ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନା ପାଇଁ ମୋଟ ୫୮୬୨.୫୫ କୋଟି ଟଙ୍କା ଖର୍ଚ୍ଚ ନେଇ ଆକଳନ କରାଯାଇଛି। କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନା ପାଇଁ ପୁଞ୍ଜିଗତ ବ୍ୟୟ ୨୫୮୫.୫୨ କୋଟି ଟଙ୍କା ଥିବାବେଳେ ବିଦ୍ୟାଳୟର ପରିଚାଳନା ପାଇଁ ୩୨୭୭.୦୩ କୋଟି ଟଙ୍କା ଖର୍ଚ୍ଚ ହେବ। ଶିକ୍ଷାର ବିକାଶ ଓ  ଛାତ୍ରଛାତ୍ରୀମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଗଠନ କରିବା ଦିଗରେ ଏହି ନିର୍ଣ୍ଣୟ ନେଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ସେ କୃତଜ୍ଞତା ଜଣାଇଛନ୍ତି।

ଜାତୀୟ ଶିକ୍ଷା ନୀତି-୨୦୨୦ କାର୍ଯ୍ୟକାରିତାର ଏକ ଅଂଶ ସ୍ୱରୂପ ଏହି ୫୭ଟି କେନ୍ଦ୍ରୀୟ ବିଦ୍ୟାଳୟକୁ ପ୍ରଥମ ଥର ପାଇଁ ‘ବାଲ୍ ବାଟିକା’ ସହିତ ଅନୁମୋଦନ କରାଯାଇଛି। ଏହି ବାଲ୍ ବାଟିକାରେ ୩ ବର୍ଷର ପ୍ରି-ପ୍ରାଇମେରୀ ବା ପ୍ରାରମ୍ଭିକ ଶିକ୍ଷା ଦିଆଯିବ। ପୂର୍ବରୁ ୮୫ଟି କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାକୁ ଅନୁମୋଦନ ମିଳିଥିବା ବେଳେ ବର୍ତ୍ତମାନ ଏହି ପ୍ରସ୍ତାବ ଦେଶବ୍ୟାପୀ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ତଥା କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଥିବା ଚାହିଦାକୁ ପୂରଣ କରିବାରେ ଆହୁରି ସହାୟକ ହେବ ବୋଲି ସେ ପ୍ରକାଶ କରିଛନ୍ତି।

  • jmjnewso

    Related Posts

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟର ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବ୍ୟାବହାରିକ ଏବଂ କ୍ଷେତ୍ର-ଭିତ୍ତିକ ଧନ୍ଦାମୂଳକ ଶିକ୍ଷା ପ୍ରଦାନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ…

    ରାଜ୍ୟର ସମସ୍ତ ବିଦ୍ୟାଳୟରେ ଗୁରୁ ଦିବସ ଏଵଂ ଶିଶୁ ଦିବସରେ ହେବ ପାଠପଢା

    Spread the love

    Spread the loveଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ବିଦ୍ୟାଳୟରେ ଏଣିକି ଗୁରୁ ଦିବସ ଏବଂ ଶିଶୁ ଦିବସ ଅବସରରେ ପାଠପଢ଼ା ବନ୍ଦ ରହିବ ନାହିଁ। ଏହି ବିଶେଷ ଦିନଗୁଡ଼ିକରେ ସ୍କୁଲରେ ଉତ୍ସବ ପାଳନ ହେବା ସହିତ ନିୟମିତ ଭାବେ ଶିକ୍ଷାଦାନ…

    Leave a Reply

    Your email address will not be published. Required fields are marked *

    You Missed

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 22 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 18 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 27 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 35 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 40 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 36 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ