ଅକ୍ଟୋବରରେ ସୃଷ୍ଟି ହେଲା ପ୍ରଥମ ବାତ୍ୟା, ମାଡି ଆସୁଛି “ଶକ୍ତି” 

Spread the love

ଭୁବନେଶ୍ଵର: ଜେଏମଜେ ବ୍ୟୁରୋ:  ଚଳିତ ବାତ୍ୟା ଋତୁରେ ପ୍ରଥମ ବାତ୍ୟା ସୃଷ୍ଟି ହୋଇଛି । ଆରବ ସାଗରରେ ସୃଷ୍ଟି ହୋଇଛି ବାତ୍ୟା “ଶକ୍ତି” । ଉତ୍ତରପୂର୍ବ ଆରବ ସାଗରରେ ଥିବା ଗଭୀର ଅବପାତ ବାତ୍ୟାରେ ରୂପ ନେଇଛି । ଏହି ବାତ୍ୟାର ନାଁ “ଶକ୍ତି” ରଖାଯାଇଛି । ଶ୍ରୀଲଙ୍କା ଏହି ନାମକରଣ କରିଛି ।ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ବାତ୍ୟା “ଶକ୍ତି” ଆଗାମୀ ୨୪ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ଗୋଟିଏ ଭୀଷଣ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି ।

ଉତ୍ତରପୂର୍ବ ଆରବସାଗରରେ ଥିବା ବାତ୍ୟା “ଶକ୍ତି” ଏବେ ଘଣ୍ଟାପ୍ରତି ୬ କିଲୋମିଟର ବେଗରେ ଗତି କରିଛି । ବାତ୍ୟା ଏବେ ଦ୍ଵାରକା ଠାରୁ ୨୬୦ କିଲୋମିଟର ଦୂରରେ ପଶ୍ଚିମ-ଦକ୍ଷିଣପଶ୍ଚିମରେ ରହିଥିବା ବେଳେ ପୋରବନ୍ଦର ଠାରୁ ପଶ୍ଚିମରେ ୩୨୦ କିଲୋମିଟର ଦୂରରେ ରହିଛି ।

ଏହା କ୍ରମଶଃ ପଶ୍ଚିମ-ଉତ୍ତରପଶ୍ଚିମକୁ ପ୍ରଥମ ଗତି କରିବ । ତା’ ପରେ ବାତ୍ୟା “ଶକ୍ତି” ପଶ୍ଚିମ-ଦକ୍ଷିଣପଶ୍ଚିମ ଆଡ଼କୁ ଗତି କରିବା ସହ ପରବର୍ତ୍ତୀ ୨୪ ଘଣ୍ଟାରେ ଘନୀଭୂତ ହୋଇ ଭୀଷଣ ବାତ୍ୟାରେ ପରିଣତ ହୋଇପାରେ । ଭୀଷଣ ବାତ୍ୟା ଭାବେ “ଶକ୍ତି” ପଶ୍ଚିମ-ଦକ୍ଷିଣପଶ୍ଚିମ ଦିଗରେ ଗତି କରି ଅକ୍ଟୋବର ୫ ବେଳକୁ ଉତ୍ତର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚିବା ନେଇ ଆକଳନ କରାଯାଇଛି।

ତେବେ ବାତ୍ୟା “ଶକ୍ତି” କେଉଁଠି ସ୍ଥଳଭାଗ ଛୁଇଁବ ସେ ନେଇ ବର୍ତ୍ତମାନ ପାଣିପାଗ ବିଭାଗ କିଛି ସ୍ପଷ୍ଟ କରି ନାହିଁ । ତେବେ ବାତ୍ୟା ପାଇଁ ଆରବ ସାଗର ଅଶାନ୍ତ ରହିବ । ଗୁଜରାଟ ଓ ଉତ୍ତର ମହାରାଷ୍ଟ୍ର ଉପକୂଳରେ ପବନର ବେଗ ଅଧିକ ରହିବ । ୫ ସନ୍ଧ୍ୟାରୁ ଅଧିକ ଅଶାନ୍ତ ହେବ କେନ୍ଦ୍ରୀୟ ଆରବ ସାଗର । ତେଣୁ ୬ ତାରିଖ ପର୍ଯ୍ୟନ୍ତ ଆରବ ସାଗରକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

ତେବେ ବାତ୍ୟା “ଶକ୍ତି”କୁ ନେଇ ଓଡ଼ିଶା ପାଇଁ କୌଣସି ବିପଦ ନାହିଁ । ଏବେ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ଅବପାତ ରହିଥିବା ବେଳେ ଦୁର୍ବଳ ହେବାରେ ଲାଗିଛି । ୧୨ ଘଣ୍ଟାରେ ଅବପାତ ଦୁର୍ବଳ ହୋଇ ସ୍ପଷ୍ଟଚିହ୍ନତ ଲଘୁଚାପ କ୍ଷେତ୍ରରେ ପରିଣତ ହେବ ଏବଂ ଆଭ୍ୟନ୍ତରୀଣ ଓଡ଼ିଶା ସଂଲଗ୍ନ ଉତ୍ତର ଛତିଶଗଡ଼ ଆଡ଼କୁ ମୁହାଁଇବ । ପ୍ରଭାବରେ ଓଡ଼ିଶାରେ ବଡ଼ ବର୍ଷାର ଆଶଙ୍କା ନଥିବା ବେଳେ ଘଡ଼ଘଡ଼ି ବର୍ଷା ନେଇ ଉତ୍ତର ଓ ଉପକୂଳ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି ।


  • jmjnewso

    Related Posts

    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ । ଆସନ୍ତା ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟା ସମ୍ଭାବନା । ଇସ୍ରୋର ସ୍ପେସ୍ ଆପ୍ଲିକେସନ୍ସ ସେଣ୍ଟରର ଆକଳନ ଅନୁସାରେ, ଏହି ତିନି ମାସ ମଧ୍ୟରେ…

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    Spread the love

    Spread the loveଜେଏମଜେ ବ୍ୟୁରୋ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି ଏମିତି ଘଟିପାରେ ଭାରତର ପୂର୍ୱ ଉପକୂଳରେ । କାରଣ ବର୍ଷ…

    Leave a Reply

    Your email address will not be published. Required fields are marked *

    You Missed

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 24 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 20 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 30 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 36 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 41 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 36 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ