ଅକ୍ଟୋବର ୯ରୁ ବିଜେଡିର ଜନସମ୍ପର୍କ ଅଭିଯାନ

Spread the love

ଭୁବନେଶ୍ୱର: ଜେଏମଜେ ବ୍ୟୁରୋ : ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲା ପକ୍ଷରୁ ଜନସମ୍ପର୍କ ଅଭିଯାନ ସଂକଳ୍ପ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।

ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଜନତା ମଇଦାନ ଗାନ୍ଧୀ ପାର୍କରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିବା ସହିତ ଭୁବନେଶ୍ୱର ଜିଲ୍ଲା ସଭାପତି ଅଶୋକ ପଣ୍ଡାଙ୍କ ଆବାହକତ୍ୱରେ ଜନସମ୍ପର୍କ ଅଭିଯାନର ସଂକଳ୍ପ ନିଆଯାଇଛି। ଏହି ଅବସରରେ ଦଳର ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ର ଜନସମ୍ପର୍କ ଅଭିଯାନର ସଂକଳ୍ପ ପାଠ କରାଇଥିଲେ।

ମହାତ୍ମା ଗାନ୍ଧୀ ଅହିଂସାର ପ୍ରତୀକ। ସମ୍ବିଧାନର ମୁଖବନ୍ଧରେ ଅହିଂସା ଶବ୍ଦକୁ ସ୍ଥାନ ଦେବାକୁ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ସବୁବେଳେ ଦାବି କରି ଆସୁଛନ୍ତି। ଅହିଂସା ଶବ୍ଦକୁ ସମ୍ବିଧାନର ମୁଖବନ୍ଧରେ ସ୍ଥାନ ଦେବା ପାଇଁ ବିଜେଡି ସଂଗ୍ରାମ ଜାରି ରଖିବ ବୋଲି ସଂକଳ୍ପ ନିଆଯାଇଛି। ଆସନ୍ତା ୯ ତାରିଖ ଗୋପବନ୍ଧୁ ଜୟନ୍ତୀରୁ ଆରମ୍ଭ ହେବାକୁ ଥିବା ପଦଯାତ୍ରାରେ ଘର ଘର ବୁଲି ନବୀନ ପଟ୍ଟନାୟକ ସରକାରଙ୍କ ସଫଳତା ଓ ବର୍ତ୍ତମାନର ବିଜେପି ସରକାରଙ୍କ ବିଫଳତା ନେଇ ଜନସଚେତନତା ସୃଷ୍ଟି କରିବ ବିଜେଡି। ଏହା ନଭେମ୍ବର ୯ ଯାଏଁ ମାସେ ବ୍ୟାପୀ ପ୍ରତି ୱାର୍ଡ, ବ୍ଲକ, ପଞ୍ଚାୟତ, ଜିଲ୍ଲା ପରିଷଦ, ପୌରାଞ୍ଚଳ ଓ ନିର୍ବାଚନ ମଣ୍ଡଳୀରେ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ବିଜେଡି ସଭାପତି।

ସେ କହିଛନ୍ତି ଯେ, ମହାତ୍ମା ଗାନ୍ଧୀଙ୍କ ଆଦର୍ଶ ଅହିଂସାକୁ ଭାରତର ସମ୍ବିଧାନର ମୁଖବନ୍ଧରେ ସାମିଲ କରିବା ହେବ ତାଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି।

ତେବେ ଏହି ଜନସଂପର୍କ ପଦଯାତ୍ରା ସମୟରେ ନବୀନ ପଟ୍ଟନାୟକଙ୍କ ସରକାର ସମୟରେ ନିଆଯାଇଥିବା ଲୋକାଭିମୁଖୀ କାର୍ୟ୍ୟକ୍ରମ ଗୁଡିକର ଅବତାରଣା କରିବା ସଙ୍ଗେ ସଙ୍ଗେ ବର୍ତ୍ତମାନର ସରକାର, ଦେଇଥିବା ପ୍ରତିଶୃତି ପାଳନରେ ବିଫଳତା, ମହିଳାମାନଙ୍କୁ ପ୍ରତାରଣା ଓ ନିର୍ୟ୍ୟାତନା, ଆଇନଶୃଙ୍ଖଳାର ଅଧୋଗତି, ପଞ୍ଚାୟତରେ ଗଣତାନ୍ତ୍ରିକ ଓ ସାମ୍ବିଧାନିକ ବ୍ୟବସ୍ଥାକୁ ଧ୍ୱଂସ କରିବାକୁ ଅଭିସନ୍ଧି, ଚାଷୀମାନଙ୍କ ସମସ୍ୟା ପ୍ରତି ବିମୁଖତା, ଯୁବସମାଜ ଓ ଛାତ୍ରଛାତ୍ରୀଙ୍କ ସମସ୍ୟା, ଦରଦାମ ବୃଦ୍ଧି, ଅନୁସୂଚିତ ଜାତି, ଜନଜାତି, ପଛୁଆବର୍ଗ ଓ ସଂଖ୍ୟାଲଘୁଙ୍କୁ ଉପେକ୍ଷା ଆଦି ବିଭିନ୍ନ ପ୍ରସଙ୍ଗ ସଂପର୍କରେ ଲୋକଙ୍କୁ ସଚେତନ କରାଯିବ ସମ୍ପର୍କରେ ନେତୃମଣ୍ଡଳୀ ସଂକଳ୍ପ ନେଇଥିବା କହିଛନ୍ତି ଦେବୀ ପ୍ରସାଦ ମିଶ୍ର।

ଜନସମ୍ପର୍କ ଅଭିଯାନ ସଂକଳ୍ପ ଅବସରରେ ବିଜୁ ଜନତା ଦଳର ବରିଷ୍ଠ ନେତା ସଞ୍ଜୟ ଦାସ ବର୍ମା, ଭୁବନେଶ୍ୱର ଜିଲ୍ଲା ସଭାପତି ଅଶୋକ ପଣ୍ଡା, ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ, ଭୁବନେଶ୍ୱର-ମଧ୍ୟ ବିଧାୟନ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର ମହାନଗର ନିଗମର ମେୟର ସୁଲୋଚନା ଦାସ, ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ସ୍ନେହାଙ୍ଗୀନ ଛୁରିଆ, ଯୁବ ସଭାପତି ଚିନ୍ମୟ ସାହୁ, ଛାତ୍ର ସଭାନେତ୍ରୀ ଇପ୍ସିତା ସାହୁ, ସାଧାରଣ ସମ୍ପାଦକ ବିଜୟ ନାୟକ, ସୁମିତ୍ରା ଜେନା, ମିନତୀ ବେହେରା, ସ୍ଥାନୀୟ କର୍ପୋରେଟର ଓ ଦଳର ଅନ୍ୟ ସଦସ୍ୟ ଉପସ୍ଥିତ ଥିଲେ। ଏଥିସହିତ ରାଜ୍ୟର ସମସ୍ତ ନିର୍ବାଚନ ମଣ୍ଡଳୀରେ ମଧ୍ୟ ଜନସମ୍ପର୍କ ଅଭିଯାନର ସଂକଳ୍ପ ନେଇଛନ୍ତି ଦଳୀୟ ନେତୃବୃନ୍ଦ।

  • jmjnewso

    Related Posts

    କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ

    Spread the love

    Spread the loveଜେଏମଜେ ବ୍ୟୁରୋ : ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ। ସରକାରଙ୍କ ଅନୁଭବ ହେଉଛି ଯେ ଇସ୍ତଫା ଦେବା…

    ବିଜେଡି ଓ କଂଗ୍ରେସର ସଭ୍ୟ ପଦ ରଦ୍ଦ ଆବେଦନ ଖାରଜ କଲେ ବାଚସ୍ପତି

    Spread the love

    Spread the loveଭୁବନେଶ୍ଵର: ଜେଏମଜେ ନ୍ୟୁଜ : ରାଜ୍ୟସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ଘଟଣା। କଂଗ୍ରେସ ଓ ବିଜେଡିର ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି ସୁରମା ପାଢ଼ୀ। ଚଳିତ ବର୍ଷ ମାର୍ଚ୍ଚରେ ଅନୁଷ୍ଠିତ ହୋଇଥିବା ରାଜ୍ୟସଭା ନିର୍ବାଚନ ସମୟରେ ବିଜେଡି…

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…