ପୋଲିସ ଏସ୍ଆଇ ନିଯୁକ୍ତିରେ କେଳେଙ୍କାରୀ ପ୍ରସଙ୍ଗ; ସୋମବାର ବିଜେଡିର ପ୍ରତିବାଦ ଶୋଭାଯାତ୍ରା

Spread the love

ଜେଏମଜେ ବ୍ୟୁରୋ : ପୋଲିସ ଏସ୍ଆଇ ନିଯୁକ୍ତି ପରୀକ୍ଷା କେଳେଙ୍କାରୀ ଘଟଣା । ରାଜ୍ୟ ସରକାରଙ୍କର ପ୍ରଚ୍ଛନ୍ନ ହାତ ରହିଛି ବୋଲି ଅଭିଯୋଗ କରି ସିବିଆଇ ତଦନ୍ତ ଦାବିରେ ଆନ୍ଦୋଳନକୁ ଓହ୍ଲାଇବ ବୋଲି ବିଜୁ ଜନତା ଦଳ ଘୋଷଣା କରିଛି । ପୋଲିସ ବିଭାଗରେ ଏହି ଦୁର୍ନୀତି ହୋଇଥିବା ବେଳେ ପୋଲିସ ବିଭାଗର ଏକ ଅଂଶ ଭାବେ ରହିଥିବା କ୍ରାଇମବ୍ରାଞ୍ଚ ଦ୍ୱାରା ତଦନ୍ତ କରିବା ଗ୍ରହଣୀୟ ନୁହେଁ ବୋଲି ବିଜୁ ଜନତା ଦଳ କହିଛି ।
ଶଙ୍ଖ ଭବନରେ ଶନିବାର ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଦଳର ବରିଷ୍ଠ ସାଧାରଣ ସମ୍ପାଦକ ପ୍ରୀତି ରଞ୍ଜନ ଘଡେଇ ଓ ବିଜୁ ଯୁବ ଜନତା ଦଳର ସଭାପତି ଚିନ୍ମୟ ସାହୁ ପୋଲିସ ଏସ୍ଆଇ ନିଯୁକ୍ତି ପରୀକ୍ଷାରେ ହୋଇଥିବା କେଳେଙ୍କାରୀ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଭୂମିକା ପ୍ରଶ୍ନବାଚୀ ହୋଇଛି ବୋଲି କହିଥିଲେ ।

ଘଡେଇ କହିଥିଲେ, ଏହି ନିଯୁକ୍ତି ପରୀକ୍ଷାକୁ କରିବା ପାଇଁ ପ୍ରାଥମିକ ଭାବେ ଆଇଟିଆଇ ସଂସ୍ଥାକୁ ଦିଆଯାଇଥିଲା । ପରବର୍ତ୍ତୀ ସମୟରେ, ଏହା ଦୁଇ ଦୁଇଟି ସଂସ୍ଥାକୁ ଆଉଟସୋର୍ସିଂ କରାଯାଇଥିଲା । ରାଜ୍ୟ ସରକାରଙ୍କ ଆଉଟସୋର୍ସିଂ ନୀତି ସ୍ପଷ୍ଟ ହେବା ଦରକାର । କାହା ନିର୍ଦ୍ଦେଶରେ ଏପରି ଏକ ଅନଭିଜ୍ଞ କମ୍ପାନୀକୁ ଆଉଟସୋର୍ସିଂ କରାଯାଇଥିଲା । ଏହି ଆଉଟସୋର୍ସିଂ ମାଧ୍ୟମରେ ଦୁର୍ନୀତି କରିବା ପାଇଁ ବାଟ ତିଆରି କରିଥିଲେ ରାଜ୍ୟ ସରକାର । ଏହି ଘଟଣାରେ, ଓପିଆରବିର ଅଧ୍ୟକ୍ଷ ଓ ରାଜ୍ୟ ସରକାରଙ୍କ ଗୃହ ବିଭାଗର ସଚିବ ତଦନ୍ତ ପରିସରଭୁକ୍ତ ହେବା ଦରକାର । ରାଜ୍ୟର ହଜାର ହଜାର ଚାକିରୀ ଆଶାୟୀ ଯୁବକ ଆଜି ଏହି ଘଟଣାରେ ହତାଶ ହୋଇଛନ୍ତି । ଏହି ଘଟଣାରେ ପୋଲିସ ଅଧିକାରୀ ମଧ୍ୟ ଅଭିଯୁକ୍ତ ରହିଥିବା ବେଳେ କ୍ରାଇମବ୍ରାଞ୍ଚ ଦ୍ୱାରା ତଦନ୍ତରେ ନ୍ୟାୟ ମିଳିବା ନେଇ ସନ୍ଦେହ ରହିଛି । ତେଣୁ, ସିବିଆଇ ତଦନ୍ତ ଏକ ମାତ୍ର ବିକଳ୍ପ ।

  • jmjnewso

    Related Posts

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ କାମରେ ବଡ଼ ଗଡ଼ବଡ଼ର ଅଭିଯୋଗ । ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ତିନି ସାଂସଦ । ସଙ୍ଗୀତା ସିଂଦେଓ, ବଳଭଦ୍ର ମାଝୀ,ଓ ପାଣିଗ୍ରାହୀଙ୍କ ଚିଠି । ତେବେ ଚିଠିରେ କେଉଁ ସାଂସଦ କଣ…

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    Spread the love

    Spread the loveଜେଏମଜେ ବ୍ୟୁରୋ : ବିଜେପିର ରାଜ୍ୟସଭା ସାଂସଦ ତଥା ଉତ୍ତରପ୍ରଦେଶର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡା. ଦିନେଶ ଶର୍ମା ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ରାଜ୍ୟସଭାର ଚେୟାରମ୍ୟାନ୍ ସି.ପି. ରାଧାକୃଷ୍ଣନ ତାଙ୍କ ଇସ୍ତଫାକୁ ଗ୍ରହଣ କରିବା ସହ ତାଙ୍କ ଆସନକୁ…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 43 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 40 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 43 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 74 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 51 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 48 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ