ଭୂସ୍ଖଳନ ମୁକାବିଲା ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିବେ ଓଡ଼ିଶା ସରକାର

Spread the love

ଜେଏମଜେ ବ୍ୟୁରୋ : ନିକଟରେ ଗଜପତି ଜିଲ୍ଲାରେ ଘଟିଥିବା ଭୂସ୍ଖଳନ ପରେ ଜୀବନହାନି ରୋକିବା ପାଇଁ ଓଡ଼ିଶା ସରକାର ଏକ ବ୍ୟାପକ ଯୋଜନା ପ୍ରସ୍ତୁତ କରିଥିବା ନେଇ ଶନିବାର ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି।

ତେବେ ରାଜ୍ୟର ପାହାଡ଼ି ଅଞ୍ଚଳରେ ଭୂସ୍ଖଳନ ହେଉଥିବା ସମସ୍ତ ଅଞ୍ଚଳ ଚିହ୍ନଟ କରିବା ପାଇଁ ପଦକ୍ଷେପ ନିଆଯିବ ବୋଲି ମଧ୍ୟ ସେ କହିଛନ୍ତି।ଅପରପକ୍ଷରେ ଭୂସ୍ଖଳନ ଦ୍ୱାରା ପ୍ରଭାବିତ ଲୋକଙ୍କୁ କ୍ଷତିପୂରଣ ପ୍ରଦାନ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଜିଲ୍ଲା କଲେକ୍ଟରମାନଙ୍କୁ କ୍ଷୟକ୍ଷତିର ପରିମାଣ ଆକଳନ କରି ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଯାହା ଆଧାରରେ ଆସନ୍ତାକାଲି ସୁଦ୍ଧା ପ୍ରଭାବିତ ପରିବାରକୁ କ୍ଷତିପୂରଣ ପ୍ରଦାନ କରାଯିବ। ଏଥିସହିତ ସରକାର ଜଳବନ୍ଦୀ ପାଇଁ ବିପଦପୂର୍ଣ୍ଣ ନିମ୍ନ ରାସ୍ତାଗୁଡ଼ିକୁ ଚିହ୍ନଟ କରି ନିରବଚ୍ଛିନ୍ନ ସଂଯୋଗୀକରଣ ସୁନିଶ୍ଚିତ କରିବା ପାଇଁ ପଦକ୍ଷେପ ନିଆଯାଇଥିବା ସେ କହିଛନ୍ତି। ତେବେ ମାଲକାନଗିରିର ଜିଲ୍ଲାପାଳଙ୍କୁ ସ୍ୱତନ୍ତ୍ର ଭାବରେ ଏହି ରାସ୍ତାଗୁଡ଼ିକୁ ଚିହ୍ନଟ କରି ମରାମତି କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ନିକଟରେ ପ୍ରବଳ ବର୍ଷା ଯୋଗୁଁ ଗଜପତି, ରାୟଗଡ଼ା ଏବଂ କଳାହାଣ୍ଡି ଜିଲ୍ଲାରେ ପ୍ରବଳ କ୍ଷୟକ୍ଷତି ଘଟିଛି। ଯାହାଫଳରେ ରାୟଗଡ଼ାର ବାସିନ୍ଦାଙ୍କୁ ସ୍ଥାନାନ୍ତରିତ କରାଯାଇଥିଲ। ଏଥିସହିତ କଳାହାଣ୍ଡିର ନଅଟି ଗାଁ ଜଳବନ୍ଦୀ ହୋଇଯାଇଥିବା ବେଳେ ଏସବୁ ମଧ୍ୟରେ ସର୍ବାଧିକ ଗଜପତି ଜିଲ୍ଲାରେ ହୋଇଥିବା ରିପୋର୍ଟରୁ ଜଣାପଡ଼ିଛି।

ତେବେ ବର୍ତ୍ତମାନ୍ ପରିସ୍ଥିତି ନିୟନ୍ତ୍ରଣାଧୀନ ଅଛି ବୋଲି ମନ୍ତ୍ରୀ କହିଛନ୍ତି। ଏଥିସହିତ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ପ୍ରଭାବିତ ଅଞ୍ଚଳରେ ରିଲିଫ୍ ଏବଂ ଉଦ୍ଧାର କାର୍ଯ୍ୟ ତଦାରଖ କରିବା ପାଇଁ ଦୁଇ ଦିନ ଧରି ଘଟଣାସ୍ଥଳରେ ରହିଥିଲେ ବୋଲି ମଧ୍ୟ ମନ୍ତ୍ରୀ କହିଛନ୍ତି।

  • jmjnewso

    Related Posts

    ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ ନେଇଛି। ଫଳରେ ବାତ୍ୟା ଆଶଙ୍କ…

    ପଞ୍ଚାୟତରୁ ପୁରୀ: ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’

    Spread the love

    Spread the loveଭୁବନେଶ୍ୱରଜେଏମଜେ : ରାଜ୍ୟର ଅର୍ଥନୈତିକ ଦୃଷ୍ଟିରୁ ପଛୁଆ ବର୍ଗର ଲୋକଙ୍କୁ ମାଗଣାରେ ଶ୍ରୀକ୍ଷେତ୍ର ଦର୍ଶନ କରାଇବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’ର ଶୁଭାରମ୍ଭ କରିଛନ୍ତି । ରବିବାର ଦିନ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

    Leave a Reply

    Your email address will not be published. Required fields are marked *

    You Missed

    ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି

    • By jmjnewso
    • September 22, 2026
    • 24 views
    ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି

    ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

    • By jmjnewso
    • September 21, 2026
    • 33 views
    ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

    ରାଜ୍ୟରେ ସରିଲା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ : ବାଦ ପଡିଲେ ୨୦ ଲକ୍ଷ ୫୬ ହଜାର ଭୋଟର

    • By jmjnewso
    • September 21, 2026
    • 33 views
    ରାଜ୍ୟରେ ସରିଲା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ : ବାଦ ପଡିଲେ ୨୦ ଲକ୍ଷ ୫୬ ହଜାର ଭୋଟର

    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    • By jmjnewso
    • September 21, 2026
    • 35 views
    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    • By jmjnewso
    • September 21, 2026
    • 37 views
    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ

    • By jmjnewso
    • September 21, 2026
    • 37 views
    ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ