ଆସନ୍ତା ୨୭ରେ ମୋହନ ସରକାରଙ୍କ ପ୍ରଥମ ଜିଲ୍ଲାପାଳ ସମ୍ମିଳନୀ

Spread the love

ଜେଏମଜେ ବ୍ୟୁରୋ : ଆସନ୍ତା ୨୭ତାରିଖରେ ମୋହନ ସରକାରଙ୍କ ପ୍ରଥମ ଜିଲ୍ଲାପାଳ ସମ୍ମିଳନୀପାଈଁ ସ୍ଥିର ହୋଇଛି..
ରାଜ୍ୟରେ କ୍ଷମତାକୁ ଆସିବାର ପ୍ରାୟ ସାଢ଼େ ୩ମାସ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱାଧୀନ ସରକାର ନିଜର ପ୍ରଥମ ଜିଲ୍ଲାପାଳ ସମ୍ମିଳନୀ ଡାକିଛନ୍ତି । ସରକାରକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଓ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ ପ୍ରଥମଥର ପାଇଁ ଜିଲ୍ଲାପାଳମାନେ ଭେଟିବେ।
ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ମହାନ୍ତି ସମସ୍ତ ଜିଳ୍ଲାପାଳ ଓ ବିଭାଗୀୟ ସଚିବମାନଙ୍କୁ ଚିଠି ଲେଖି ଆସନ୍ତା ୨୭ ତାରିଖରେ ଲୋକସେବା ଭବନର କନେଭନସନ୍ ସେଂଟରଠାରେ ଜିଲ୍ଲାପାଳ ସମ୍ମିଳନୀ ଅନୁଷ୍ଠିତ ହେବ ବୋଲି ସୂଚନା ଦେଇଛନ୍ତି। ଜିଲ୍ଲାପାଳ ସମ୍ମିଳନୀରେ କେଉଁ ସବୁ ପ୍ରସଙ୍ଗ ସ୍ଥାନ ପାଇବ ଓ ଏଜେଣ୍ଡା କ’ଣ ରହିବ ତାହା ପରବର୍ତ୍ତୀ ସମୟରେ ଜଣାଇ ଦିଆଯିବ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଜିଲ୍ଲାପାଳ ସମ୍ମିଳନୀ ୨୭ତାରିଖରେ ଅନୁଷ୍ଠିତ ହେବ ବୋଲି ସେ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି । ଏହି ଜିଲ୍ଲାପାଳ ସମ୍ମିଳନୀରେ ସାମିଲ ହେବା ପାଇଁ ସମସ୍ତ ବିଭାଗର ସ୍ୱତନ୍ତ୍ର ସଚିବ, ଅତିରିକ୍ତ ସଚିବ ଓ ନିର୍ଦ୍ଦେଶକମାନଙ୍କୁ ଅବଗତ କରାଇବାକୁ ମଧ୍ୟ ସଚିବମାନଙ୍କୁ କୁହାଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବା ପରେ ପ୍ରଥମଥର ପାଇଁ ଜିଲ୍ଲାପାଳ ସମ୍ମିଳନୀର ଆୟୋଜନ କରାଯାଇଛି ।

  • Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 70 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ