କଟକ ସହରରେ କର୍ଫ୍ୟୁ କୋହଳ, ସହରରେ ସ୍ଥିତି ସ୍ବାଭାବିକ

Spread the love


କଟକ : (ଜେଏମଜେ ବ୍ୟୁରୋ ):କଟକ ସହରରେ କର୍ଫ୍ୟୁ କୋହଳ । ପରବର୍ତ୍ତୀ ନିର୍ଦ୍ଦେଶ ଆସିନଥିବାରୁ କର୍ଫ୍ୟୁ କୋହଳ କରାଯାଇଛି । ସହରରେ ସ୍ଥିତି ସ୍ବାଭାବିକ ରହିଛି । ଆଜି ସକାଳ ୧୦ଟା ପର୍ଯ୍ୟନ୍ତ କର୍ଫ୍ୟୁ କଟକଣା ରହିଥିଲା । ପରବର୍ତ୍ତୀ ନିର୍ଦ୍ଦେଶ ଆସିନଥିବାରୁ ଏବେ କଟକଣା କୋହଳ କରାଯାଇଛି । ଫଳରେ କଟକ ସହରରେ ଜୀବନଯାତ୍ରା ସ୍ବାଭାବିକ ହୋଇଛି ।ଦରଘାବଜାର ସମେତ ୧୩ଟି ଥାନା ଅଞ୍ଚଳରେ ଲାଗିଥିଲା କର୍ଫ୍ୟୁ । ତେବେ କିଛି ସ୍ଥାନରେ ରାସ୍ତା କଡ଼ରେ ଥିବା ଦୋକାନ ଖୋଲା ଥିଲା । ଜରୁରୀ ସେବା ପାଇଁ ପରିଚୟପତ୍ର ଯାଞ୍ଚ କରି ଛଡ଼ାଯାଉଥିଲା । ବିଶୃଙ୍ଖଳା ଘଟଣା ପରେ ୧୩ଟି ଥାନା ଅଞ୍ଚଳରେ କର୍ଫ୍ୟୁ ଲାଗୁ ହୋଇଥିଲା । ଘଟଣାରେ ୩ଟି ମାମଲା ରୁଜୁ କରି ୮ଜଣଙ୍କୁ ଗିରଫ କରାଯାଇଥିଲା । କୌଣସି ପ୍ରକାର ଗୁଜବରେ ବିଶ୍ବାସ ନକରିବାକୁ ପରାମର୍ଶ ଦେଇଥିଲା ଓଡ଼ିଶା ପୋଲିସ ।

ସୂଚନା ଅନୁସାରେ ଅକ୍ଟୋବର ୩ତାରିଖରେ ରାତିରେ ଦଶହରା ଭସାଣ ଶୋଭାଯାତ୍ରାରେ ଦରଘାବଜାର ଓ ହାତୀପୋଖରୀ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଘଟିଥିଲା । ସ୍ଥିତି ନିୟନ୍ତ୍ରଣକୁ ଫେରୁଥିବା ବେଳେ ଗତକାଲି ବାଇକ ରାଲି ବାହାରିଥିଲା । ତେବେ ଏଥିପାଇଁ ଅନୁମତି ନଥିବାରୁ ପୋଲିସ ଏହାକୁ ଅଟକାଇଥିଲା । ଏହାକୁ ନେଇ ପୋଲିସ ସହ ମୁହାଁମୁହିଁ ପରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା ।

  • jmjnewso

    Related Posts

    ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି

    Spread the love

    Spread the loveଜେଏମଜେ ବ୍ୟୁରୋ : ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ବନ୍ଦ ରହିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି।…

    ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

    Spread the love

    Spread the loveଛତ୍ରପୁର :ଜେଏମଜେ ନ୍ୟୁଜ :ଗଞ୍ଜାମ ଜିଲ୍ଲାରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି। ଜିଲ୍ଲାର ୧୩ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ମୋଟ ୨୮,୧୦,୯୫୧ ଜଣ ଭୋଟର ସ୍ଥାନ ପାଇଥିବାବେଳେ ୧୮-୧୯ ବର୍ଷ ବୟସର ୧୯,୮୪୯ ଜଣ ଯୁବ ଭୋଟର ନାମ…

    Leave a Reply

    Your email address will not be published. Required fields are marked *

    You Missed

    ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି

    • By jmjnewso
    • September 22, 2026
    • 26 views
    ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି

    ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

    • By jmjnewso
    • September 21, 2026
    • 33 views
    ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

    ରାଜ୍ୟରେ ସରିଲା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ : ବାଦ ପଡିଲେ ୨୦ ଲକ୍ଷ ୫୬ ହଜାର ଭୋଟର

    • By jmjnewso
    • September 21, 2026
    • 35 views
    ରାଜ୍ୟରେ ସରିଲା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ : ବାଦ ପଡିଲେ ୨୦ ଲକ୍ଷ ୫୬ ହଜାର ଭୋଟର

    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    • By jmjnewso
    • September 21, 2026
    • 41 views
    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    • By jmjnewso
    • September 21, 2026
    • 37 views
    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ

    • By jmjnewso
    • September 21, 2026
    • 39 views
    ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ