ଆସନ୍ତା ୨୦ରୁ +୨ ପରୀକ୍ଷା ଫର୍ମପୂରଣ

Spread the love

ଭୁବନେଶ୍ୱର: (ଜେଏମଜେ ବ୍ୟୁରୋ ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫର୍ମପୂରଣ ତାରିଖ ଆଜି ଘୋଷଣା ହୋଇଛି। ଆସନ୍ତା ୨୦ତାରିଖରୁ ରେଗୁଲାର୍‌ ଛାତ୍ରଛାତ୍ରୀଙ୍କ ଫର୍ମ ପୂରଣ ଆରମ୍ଭ ହେବ। ଛାତ୍ରଛାତ୍ରୀମାନେ ବିନା କୌଣସି ଜରିମାନାରେ ନଭେମ୍ବର ୬ ତାରିଖ ମଧ୍ୟରେ ଫର୍ମ ପୂରଣ କରିପାରିବେ। ଏହା ପୂର୍ବରୁ, ଏକ୍ସ-ରେଗୁଲାର୍‌ ପରୀକ୍ଷାର୍ଥୀଙ୍କ ଫର୍ମ ପୂରଣ ହେବ।

ଆସନ୍ତା ୧୩ରୁ ୨୫ ତାରିଖ ମଧ୍ୟରେ ବିନା ଜରିମାନାରେ ଫର୍ମ ପୂରଣ କରିପାରିବେ। ବିନା ଜରିମାନାରେ ଫର୍ମ ପୂରଣ ସରିବା ପରେ ଏକା ସମୟରେ ଜରିମାନା ଦେଇ ଉଭୟ ରେଗୁଲାର୍‌ ଓ ଏକ୍ସ-ରେଗୁଲାର୍‌ ଛାତ୍ରଛାତ୍ରୀମାନେ ଫର୍ମ ପୂରଣ କରିପାରିବେ। ନଭେମ୍ବର ୧୦ରୁ ୧୪ ତାରିଖ ମଧ୍ୟରେ ୨୦୦ଟଙ୍କା ଫାଇନ୍‌ ଏବଂ ନଭେମ୍ବର ୧୭ରୁ ୧୯ତାରିଖ ମଧ୍ୟରେ ୬୦୦ଟଙ୍କା ଫାଇନ୍‌ ଦେଇ ଫର୍ମ ପୂରଣ କରିବେ। ଏନେଇ ସିଏଚ୍‌ଏସ୍‌ଇ ପକ୍ଷରୁ ପରୀକ୍ଷା ନିୟନ୍ତ୍ରକ ଡ. ପ୍ରଶାନ୍ତ କୁମାର ପରିଡ଼ା ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକୁ ଅବଗତ କରିଛନ୍ତି।

ଫର୍ମ ପୂରଣ ପାଇଁ ୮ଶହ ଟଙ୍କା ଲେଖାଏଁ ଧାର୍ଯ୍ୟ କରାଯାଇଛି। ପ୍ରୋଜେକ୍ଟ, ପ୍ରାକ୍ଟିକାଲ୍‌ ଓ ଇଣ୍ଟରନାଲ୍‌ ପରୀକ୍ଷା ପାଇଁ ଅତିରିକ୍ତ ଭାବେ ୪୦ଟଙ୍କା ଲେଖାଏଁ ଫି’ ରହିଛି। କେବଳ ରେଗୁଲାର୍‌ ପରୀକ୍ଷାର୍ଥୀଙ୍କଠାରୁ ଏହି ଫି’ ଆଦାୟ କରାଯିବ। ଫର୍ମ ପୂରଣ ଅବଧି ପରବର୍ତ୍ତୀ ସମୟରେ ଆଉ ବୃଦ୍ଧି କରାଯିବ ନାହିଁ। ଫର୍ମ ପୂରଣର ଶେଷ ତାରିଖ ଛୁଟିଦିନ ପଡ଼ିଲେ, ତାହାର ପରବର୍ତ୍ତୀ କାର୍ଯ୍ୟ ଦିବସକୁ ଶେଷ ତାରିଖ ଭାବେ ଗ୍ରହଣ କରାଯିବ ବୋଲି କୁହାଯାଇଛି। ଏକା ସମୟରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଛାତ୍ରଛାତ୍ରୀଙ୍କ ଫର୍ମ ପୂରଣ ହେବ ବୋଲି ସିଏଚ୍‌ଏସ୍‌ଇ ପକ୍ଷରୁ କୁହାଯାଇଛି।

  • jmjnewso

    Related Posts

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟର ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବ୍ୟାବହାରିକ ଏବଂ କ୍ଷେତ୍ର-ଭିତ୍ତିକ ଧନ୍ଦାମୂଳକ ଶିକ୍ଷା ପ୍ରଦାନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ…

    ରାଜ୍ୟର ସମସ୍ତ ବିଦ୍ୟାଳୟରେ ଗୁରୁ ଦିବସ ଏଵଂ ଶିଶୁ ଦିବସରେ ହେବ ପାଠପଢା

    Spread the love

    Spread the loveଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ବିଦ୍ୟାଳୟରେ ଏଣିକି ଗୁରୁ ଦିବସ ଏବଂ ଶିଶୁ ଦିବସ ଅବସରରେ ପାଠପଢ଼ା ବନ୍ଦ ରହିବ ନାହିଁ। ଏହି ବିଶେଷ ଦିନଗୁଡ଼ିକରେ ସ୍କୁଲରେ ଉତ୍ସବ ପାଳନ ହେବା ସହିତ ନିୟମିତ ଭାବେ ଶିକ୍ଷାଦାନ…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 43 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 40 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 43 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 74 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 51 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 48 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ