ନୂଆପଡ଼ା ଉପନିର୍ବାଚନ : ଗଣମାଧ୍ୟମରେ ମନଇଚ୍ଛା ବିଜ୍ଞାପନ ଛାପି ପାରିବେନି ରାଜନୈତିକ ଦଳ ଓ ପ୍ରାର୍ଥୀ

Spread the love

ଭୁବନେଶ୍ୱର : ଜେଏମଜେ ବ୍ୟୁରୋ : ନଭେମ୍ବର ୧୧ ତାରିଖରେ ହେବାକୁ ଥିବା ନୂଆପଡ଼ା ଉପନିର୍ବାଚନ ପରିପ୍ରେକ୍ଷୀରେ ସବୁ ରାଜନୈତିକ ଦଳର ପ୍ରତିନିଧିମାନଙ୍କୁ ନେଇ ଏକ ବୈଠକ ଆଜି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳ ୟରେ ଅନୁଷ୍ଠିତ ହୋଇଯାଇଛି ।ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍‌. ଏସ୍‌. ଗୋପାଳନ ବୈଠକରେ କହିଥିଲେ ଯେ, ଚଳିତ ଉପନିର୍ବାଚନକୁ ମୁକ୍ତ, ଅବାଧ ଓ ନିରପେକ୍ଷ କରିବା ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସବୁ ପ୍ରକାର ବନ୍ଦୋବସ୍ତ କରାଯାଇଛି । ଏଣୁ ନିର୍ବାଚନକୁ ସଫଳ କରିବା ପାଇଁ ଭାରତ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଜାରି ସମସ୍ତ ମାର୍ଗଦର୍ଶିକାର କଡ଼ାକଡ଼ି ଅନୁପାଳନ କରିବା ନିମନ୍ତେ ମୁଖ୍ୟ ନିର୍ବାଚନ ଅଧିକାରୀ ସମସ୍ତ ରାଜନୈତିକ ଦଳର ପ୍ରତିନିଧିଙ୍କୁ ପରାମର୍ଶ ଦେଇଥିଲେ ।ଉପନିର୍ବାଚନ ତାରିଖ ଘୋଷଣା ସହ ଆଦର୍ଶ ଆଚରଣବିଧି ଲାଗୁ ହୋଇଥିବାରୁ ବୈଦ୍ୟୁତିକ, ମୁଦ୍ରଣ ଓ ସାମାଜିକ ଗଣମାଧ୍ୟମ ଏବଂ ଓ୍ବେବ୍‌ମିଡ଼ିଆ ସମେତ ସିନେମା ହଲ୍‌, ରେଡ଼ିଓ, ପୋଷ୍ଟର ଓ ହୋଡ଼ିଂ ଆଦି ଜରିଆରେ ବିଜ୍ଞାପନ ଜାରି ପୂର୍ବରୁ ଆୟୋଗଙ୍କ ଅନୁମତି ଜରୁରୀ । ଏଥି ସହିତ ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରୁଥିବା ପ୍ରାର୍ଥୀଙ୍କ ଅପରାଧିକ ସମ୍ପୃକ୍ତି ନେଇ ଘୋଷଣାନାମା ମୁଦ୍ରିତ ଗଣମାଧ୍ୟମରେ ପ୍ରକାଶ କରିବା ସହ ଆୟୋଗଙ୍କୁ ଏ ବାବଦରେ ଅବଗତ କରାଇବା ବାଧ୍ୟତାମୂଳକ କରାଯାଇଛି । ଦଳ ଓ ପ୍ରାର୍ଥୀଙ୍କ ଖର୍ଚ୍ଚର ବିବରଣୀ, ତାରକା ପ୍ରଚାରକଙ୍କ ତାଲିକା ଏବଂ ଆଦର୍ଶ ଆଚରଣ ବିଧିର ସଠିକ୍‌ ଅନୁପାଳନ ନେଇ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା ।

  • jmjnewso

    Related Posts

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଚାପଗ୍ରସ୍ତ ହୋଇ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର ଦିଲ୍ଲୀରୁ ବାହାରି ସକାଳ…

    କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ

    Spread the love

    Spread the loveଜେଏମଜେ ବ୍ୟୁରୋ : ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ। ସରକାରଙ୍କ ଅନୁଭବ ହେଉଛି ଯେ ଇସ୍ତଫା ଦେବା…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ