କ୍ଷମତା ସଂକୋଚନ ଘଟଣା : 50 ରୁ ଉର୍ଦ୍ଧ ବ୍ଲକ ଅଧ୍ୟକ୍ଷ ନବୀନ ଙ୍କୁ ଭେଟିଲେ.

Spread the love

ଜେଏମଜେ ବ୍ୟୁରୋ : ରାଜ୍ୟର ପ୍ରାୟ ପଚାଶରୁ ଅଧିକ ପଞ୍ଚାୟତ ସମିତିର ଚେୟାରମ୍ୟାନମାନେ ଶନିବାର ନବୀନ ନିବାସ ଠାରେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟି ପଂଚାୟତର ନିର୍ବାଚିତ ପ୍ରତିନଧିମାନଙ୍କ ପ୍ରଶାସନିକ ଓ ଆର୍ଥିକ କ୍ଷମତା ସଂକୋଚନ ପାଇଁ ରାଜ୍ୟ ସରକାରଙ୍କ ଅଗଣତାନ୍ତ୍ରିକ ନିଷ୍ପତ୍ତି ବିରୁଦ୍ଧରେ ତାଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।

ନବୀନ ରାଜ୍ୟ ସରକାରଙ୍କ ଏହି ଅଗଣତାନ୍ତ୍ରିକ ନିଷ୍ପତ୍ତିର ନିନ୍ଦା କରିଛନ୍ତି ଏବଂ ପଞ୍ଚାୟତର ନିର୍ବାଚିତ ପ୍ରତିନିଧିଙ୍କ ସାମ୍ବିଧାନିକ ଅଧିକାରର ସୁରକ୍ଷା ପାଇଁ ବିଜେଡିର ଲଢେଇ ଜାରି ରହିବ ବୋଲି ଘୋଷଣା କରିଛନ୍ତି।

ବର୍ତ୍ତମାନ ଏ ବିଷୟ ମାନ୍ୟବର ହାଇକୋର୍ଟଙ୍କ ବିଚରାଧୀନ ରହିଛି.ଆବଶ୍ୟକ ପଡିଲେ ବିଜେଡି ଏଥିପାଇଁ ସୁପ୍ରିମକୋର୍ଟ ଯିବ ବୋଲି ନବୀନ ପ୍ରତିନିଧି ଦଳଙ୍କୁ କହିଛନ୍ତି।

ଏହି ଆଲୋଚନା ସମୟରେ ପଞ୍ଚାୟତ ସମିତି ଚେୟାରମ୍ୟାନମାନଙ୍କ ସହିତ ବିଧାୟକ ସାରଦା ଜେନା, ନବ ମଲ୍ଲିକ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା ,ପୂର୍ବତନ ବିଧାୟକ ବିଧାୟକ ଉମା ସାମନ୍ତରାୟ, ପ୍ରଶାନ୍ତ ମୁଦୁଲି ପ୍ରମୁଖ ଉପସ୍ଥିତ ଥିଲେ।

  • jmjnewso

    Related Posts

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଚାପଗ୍ରସ୍ତ ହୋଇ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର ଦିଲ୍ଲୀରୁ ବାହାରି ସକାଳ…

    କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ

    Spread the love

    Spread the loveଜେଏମଜେ ବ୍ୟୁରୋ : ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ। ସରକାରଙ୍କ ଅନୁଭବ ହେଉଛି ଯେ ଇସ୍ତଫା ଦେବା…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ