ବିହାରରେ NDA ଆସନ ବୁଝାମଣା:ବିଜେପି ୧୦୧ ଆସନରେ ଲଢ଼ିବ

Spread the love

ଜେଏମଜେ ବ୍ୟୁରୋ : ବିହାର ବିଧାନସଭା ନିର୍ବାଚନ ନେଇ NDAରେ ଆସନ ବୁଝାମଣା ଚୂଡ଼ାନ୍ତ ହୋଇଛି । ନୂଆଦିଲ୍ଲୀରେ ମାରାଥନ ବୈଠକ ପରେ କେଉଁ ଦଳ କେତେ ଆସନରେ ପ୍ରାର୍ଥୀ ଦେବ ନିର୍ଦ୍ଧାରିତ ହୋଇଛି । ଏନେଇ ବିଜେପିର ବିହାର ନିର୍ବାଚନ ପ୍ରଭାରୀ ତଥା କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି । 

ବିହାରରେ ବିଜେପି ୧୦୧ ଆସନରେ ଲଢ଼ିବ । ସେହିଭଳି ସହଯୋଗୀ ଜେଡିୟୁ ମଧ୍ୟ ସମାନ ୧୦୧ଟି ସିଟରେ ପ୍ରତିଦ୍ଵନ୍ଦ୍ଵୀତା କରିବ । NDAର ଅନ୍ୟ ସହଯୋଗୀ ଚିରାଗ ପାଶୱାନଙ୍କ LJP (R) ୨୯ଟି ଆସନ, ଉପେନ୍ଦ୍ର କୁଶୱାହାଙ୍କ RLM ୬ ଆସନରେ, ଜିତେନରାମ ମାଝୀଙ୍କ HAM ୬ ଆସନରେ ପ୍ରାର୍ଥୀ ଦେବ ।NDA ଆସନ ବୁଝାମଣା ଚୂଡ଼ାନ୍ତ ନେଇ ବିଜେପିର ବିହାର ନିର୍ବାଚନ ପ୍ରଭାରୀ ତଥା କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି । କହିଛନ୍ତି, “ଆମେ NDAର ସାଥୀମାନଙ୍କ ସହ ସୌହାର୍ଦ୍ଦପୂର୍ଣ୍ଣ ବାତାବରଣରେ ଆସନ ଆବଣ୍ଟନ ସମ୍ପୂର୍ଣ୍ଣ କରିଛୁ ।”

୨୦୨୫ ବିଧାନସଭା ନିର୍ବାଚନରେ NDA ମେଣ୍ଟରେ ଥିବା ବିଜେପି ଓ ଜେଡିୟୁ ସମାନ ସଂଖ୍ୟକ ଆସନରେ ଲଢ଼ିବେ । ଚିରାଗ ପାଶୱାନ ମଧ୍ୟ ତାଙ୍କ ସୋସିଆଲ୍ ମିଡିଆରେ NDA ସିଟ୍ ସେୟାରିଂ ତଥ୍ୟ ପୋଷ୍ଟ କରି ଲେଖିଛନ୍ତି, “ବିହାର ପ୍ରସ୍ତୁତ ଅଛି, ପୁଣି ଥରେ NDA ସରକାର ଆସୁଛି ।”


ବିହାର ବିଧାନସଭା ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟିଂ ପାଇଁ ଅକ୍ଟୋବର ୧୦ରେ ବିଜ୍ଞପ୍ତି ପ୍ରକାଶ ପାଇବ । ପ୍ରାର୍ଥୀପତ୍ର ଦାଖଲର ଶେଷ ତାରିଖ ୧୭ ଅକ୍ଟୋବର ରହିଛି । ୧୮ ଅକ୍ଟୋବରରେ ପ୍ରାର୍ଥୀପତ୍ର ଯାଞ୍ଚ ଓ ୨୦ ଅକ୍ଟୋବରରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି । ସେହିପରି ପ୍ରଥମ ପର୍ଯ୍ୟାୟ ପାଇଁ ନଭେମ୍ବର ୬ରେ ଭୋଟିଂ ହେବ । ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ୧୭ ଅକ୍ଟୋବର ରହିଛି । ୧୮ ଅକ୍ଟୋବରରେ ପ୍ରାର୍ଥୀପତ୍ର ଯାଞ୍ଚ ଓ ୨୦ ଅକ୍ଟୋବରରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି ।

ସେହିପରି ବିହାର ବିଧାନସଭା ଦ୍ଵିତୀୟ ପର୍ଯ୍ୟାୟ ଭୋଟିଂ ପାଇଁ ଅକ୍ଟୋବର ୧୩ରେ ବିଜ୍ଞପ୍ତି ପ୍ରକାଶ ପାଇବ । ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ୨୦ ଅକ୍ଟୋବର ରହିଛି । ୨୧ ଅକ୍ଟୋବରରେ ପ୍ରାର୍ଥିପତ୍ର ଯାଞ୍ଚ ଓ ୨୩ ଅକ୍ଟୋବରରେ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି । ସେହିପରି ଦ୍ଵିତୀୟ ପର୍ଯ୍ୟାୟ ପାଇଁ ନଭେମ୍ବର ୧୧ରେ ଭୋଟିଂ ହେବ ।

  • jmjnewso

    Related Posts

    MMDR ବିଲ୍ ବିରୋଧରେ ରାୟଗଡ଼ାରେ ଗର୍ଜିଲା କଂଗ୍ରେସ।

    Spread the love

    Spread the loveରାୟଗଡା :ଜେଏମଜେ ନ୍ୟୁଜ : କେନ୍ଦ୍ର ସରକାରଙ୍କ MMDR ବିଲ୍ ବିରୋଧରେ ରାୟଗଡ଼ାରେ ଗର୍ଜିଲା କଂଗ୍ରେସ। ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱରେ ବିଶାଳ ପଦଯାତ୍ରା ଓ ସ୍ଥାନୀୟ ତେଜସ୍ଵୀନି ହୋଟେଲ ପଡ଼ିଆ ଠାରେ ପ୍ରତିବାଦ ସଭା। ୧୧…

    ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଆଜି ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ପ୍ରଭାରୀ ବିଜୟପାଲ ସିଂହ…

    Leave a Reply

    Your email address will not be published. Required fields are marked *

    You Missed

    ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି

    • By jmjnewso
    • September 22, 2026
    • 34 views
    ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି

    ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

    • By jmjnewso
    • September 21, 2026
    • 34 views
    ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

    ରାଜ୍ୟରେ ସରିଲା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ : ବାଦ ପଡିଲେ ୨୦ ଲକ୍ଷ ୫୬ ହଜାର ଭୋଟର

    • By jmjnewso
    • September 21, 2026
    • 35 views
    ରାଜ୍ୟରେ ସରିଲା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ : ବାଦ ପଡିଲେ ୨୦ ଲକ୍ଷ ୫୬ ହଜାର ଭୋଟର

    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    • By jmjnewso
    • September 21, 2026
    • 44 views
    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    • By jmjnewso
    • September 21, 2026
    • 37 views
    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ

    • By jmjnewso
    • September 21, 2026
    • 47 views
    ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ