୨୪ରେ ରାଜଧାନୀରେ ହରତାଳ ପୂର୍ବରୁ ‘ଶଙ୍ଖ ଭବନ’ରେ ହଙ୍ଗାମା

Spread the love

ଜେଏମଜେ ବ୍ୟୁରୋ : ଆସନ୍ତା ୨୪ ତାରିଖରେ ରାଜଧାନୀରେ ୬ ଘଣ୍ଟିଆ ହରତାଳ ଡାକରା ଦେଇଛି ବିଜେଡି। ହେଲେ ହରତାଳ କରିବା ପୂର୍ବରୁ ଆଜି ଅପରାହ୍ନରେ ‘ଶଙ୍ଖ ଭବନ’ରେ ହୋଇଛି ହଙ୍ଗାମା। ଦୁଇ କାଉନ୍ସିଲରଙ୍କୁ ବିରୋଧ କରି ଅନ୍ୟ କାଉନ୍ସିଲର ଓ କର୍ମକର୍ତ୍ତାମାନେ ହରତାଳ ପାଇଁ ବସିଥିବା ବୈଠକରୁ ଉଠି ଆସିଥିଲେ ଏବଂ ହୋ-ହଲ୍ଲା କରିଥିଲେ।ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ହୋଇଥିବା ଦୁର୍ବ୍ୟବହାର ମାମଲାରେ ଆସନ୍ତା ୨୪ ତାରିଖରେ ବିଜେଡି ରାଜଧାନୀ ଭୁବନେଶ୍ୱରରେ ୬ ଘଣ୍ଟିଆ ହରତାଳ ଡାକରା ଦେଇଛି।
ସକାଳ ୬ଟାରୁ ହରତାଳ ଆରମ୍ଭ ହେବାକୁ ଥିବା ବେଳେ ଏହାର ରୂପରେକ ନେଇ ଆଜି ଅପରାହ୍ନରେ ବିଜେଡି ମୁଖ୍ୟ କାର୍ଯ୍ୟାଳୟ ‘ଶଙ୍ଖ ଭବନ’ରେ ଏକ ପ୍ରସ୍ତୁତି ବୈଠକ ବସିଥିଲା। ବୈଠକରେ ଭୁବନେଶ୍ୱରର ୩ ନିର୍ବାଚନମଣ୍ଡଳୀର ସଙ୍ଗଠକ ଓ ସମସ୍ତ କାଉନ୍ସିଲର ଯୋଗଦେଇଥିଲେ। ଏଥିରେ ବିଜେଡିର ବରିଷ୍ଠ ନେତୃମଣ୍ଡଳୀ ମଧ୍ୟ ଉପସ୍ଥିତ ରହିଥିଲେ।

ବୈଠକ ଆରମ୍ଭ ହେବା ପୂର୍ବରୁ ଦେଖାଯାଇଥିଲା ବିଶୃଙ୍ଖଳା ପରିସ୍ଥିତି। ବିଜେଡି କାଉନ୍ସିଲ୍ର ବିରଞ୍ଚି ନାରାୟଣ ମହାସୁପକାର ଓ ଅମରେଶ ଜେନାଙ୍କୁ ଅନ୍ୟ କାଉନ୍ସିଲରମାନେ ବିରୋଧ କରିଥିଲେ। ଦଳ ବିରୋଧରେ କାମ କରୁଥିବା ଅଭିଯୋଗ ଆଣି ଏହି ଦୁଇ କର୍ପୋରେଟରଙ୍କୁ ବିରୋଧ କରି ଅନ୍ୟ କର୍ପୋରେଟରମାନେ ବୈଠକକୁ ବର୍ଜନ କରିଥିଲେ। ଏଥିସହ ସେମାନଙ୍କୁ ବୈଠକରେ ଯୋଗଦେବାକୁ ବାରଣ କରିଥିଲେ। ଯାହାଫଳରେ କିଛି ବୈଠକରେ ହୋ-ହଲ୍ଲା ହୋଇଥିଲା। ପରିସ୍ଥିତି ଏମିତି ହୋଇଥିଲା ଯେ ବରିଷ୍ଠ ବିଜେଡି ନେତା ଦେବୀ ମିଶ୍ର ଓ ବିଧାୟକ ଅରୁଣ ସାହୁଙ୍କୁ ଘଟଣାର ହସ୍ତକ୍ଷେପ କରିବାକୁ ପଡ଼ିଥିଲା। ଉଭୟ ନେତା ବୈଠକରୁ ଉଠି ଆସିଥିବା କାଉନ୍ସିଲରଙ୍କୁ ବୁଝାସୁଝା କରିଥିଲେ।
ତେବେ ଏନେଇ ବିଜେଡି ନେତାଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ।

  • Related Posts

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    Spread the love

    Spread the loveଜେଏମଜେ ବ୍ୟୁରୋ : ବିଜେପିର ରାଜ୍ୟସଭା ସାଂସଦ ତଥା ଉତ୍ତରପ୍ରଦେଶର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡା. ଦିନେଶ ଶର୍ମା ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ରାଜ୍ୟସଭାର ଚେୟାରମ୍ୟାନ୍ ସି.ପି. ରାଧାକୃଷ୍ଣନ ତାଙ୍କ ଇସ୍ତଫାକୁ ଗ୍ରହଣ କରିବା ସହ ତାଙ୍କ ଆସନକୁ…

    MMDR ଆକ୍ଟକୁ ଜୋରଦାର ବିରୋଧ, ଇଣ୍ଡିଆ ବ୍ଲକର ବିଶାଳ ସମାବେଶ, ଆସନ୍ତାକାଲି ବିକ୍ଷୋଭ କରିବ ବିଜେଡି

    Spread the love

    Spread the loveଭୁବନେଶ୍ଵର, ୮/୯ : ଜେଏମଜେ ନ୍ୟୁଜ : ଏମଏମଡିଆର ବିଲ ବିରୋଧ କରି ଭୁବନେଶ୍ୱର ଲୋୟର ପିଏମଜିରେ ଇଣ୍ଡିଆ ବ୍ଲକ ପକ୍ଷରୁ ବିଶାଳ ସମାବେଶ ଅନୁଷ୍ଠିତ ହୋଇଛି । ଆସନ୍ତା ୨୯ ତାରିଖରେ ବିଧାନସଭା ଘେରାଉ କରିବାକୁ ଇଣ୍ଡିଆ…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 70 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ