ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ବାହାରେ ଲାଗିବ ସିସିଟିଭି.

Spread the love

ଭୁବନେଶ୍ଵର:  ଜେଏମଜେ ବ୍ୟୁରୋ : ଅପରାଧ ଉପରେ ନଜର ରଖିବ CCTV । ରାଜ୍ୟରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟ ବାହାରେ ସିସିଟିଭି କ୍ୟାମେରା ଲାଗିବ । ରାଜ୍ୟ ସରକାରଙ୍କ କାର୍ଯ୍ୟାଳୟ ସହ ରାଜ୍ୟରେ ଥିବା କେନ୍ଦ୍ର ସରକାରଙ୍କ କାର୍ଯ୍ୟାଳୟ ବାହାରେ ମଧ୍ୟ ସିସିଟିଭି ଲଗାଯିବ । ଏନେଇ ପରିବହନ କମିଶନରଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି ବାଣିଜ୍ୟ ଓ ପରିବହନ ବିଭାଗର ଯୁଗ୍ମ ନିର୍ଦ୍ଦେଶକ । ଚିଠିରେ କୁହାଯାଉଛି, ରାଜ୍ୟରେ ଥିବା କେନ୍ଦ୍ରୀୟ ଓ ରାଜ୍ୟ ସରକାରଙ୍କ କାର୍ଯ୍ୟାଳୟ ଗୁଡ଼ିକ ବାହାରେ ସିସିଟିଭି ଲଗାଯିବ । ଏନେଇ ଆସନ୍ତା ୧୭ ତାରିଖରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବଡ଼ ବୈଠକ ବସିବ । ବୈଠକ ପୂର୍ବରୁ ସିସିଟିଭି ଲଗାଯିବା ନେଇ ବିସ୍ତୃତ ତଥ୍ୟ ଦେବାକୁ କୁହାଯାଇଛି ।

ଏନେଇ ପୂର୍ବରୁ ବୈଠକ ବସିଥିଲା । ଯେଉଁଥିରେ ପୋଲିସ ଡିଜିଙ୍କ ସହ ମୁଖ୍ୟ ସାସନ ସଚିବ ସାମିଲ ହୋଇଥିଲେ । ନିଷ୍ପତ୍ତି ଅନୁସାରେ, ସମସ୍ତ ସରକାରୀ କୋଠାର ବାହାରେ ସିସିଟିଭି ଲାଗିବ । ଉକ୍ତ ସିସିଟିଭି ଗୁଡ଼ିକ ସରକାରୀ କୋଠାରୁ ଅତି କମ୍‌ରେ ୫୦୦ ମିଟର ଦୂର ପର୍ଯ୍ୟନ୍ତ ଦୃଶ୍ୟ ଉତ୍ତୋଳନ କରିପାରିବ । ଏନେଇ ଗତବର୍ଷ ହୋଇଥିବା ଡିଜି ଓ ଆଇଜି ସମ୍ମିଳନୀରେ ପରାମର୍ଶ ମଧ୍ୟ ଦିଆ ଯାଇଥିଲା ।


ସରକାରୀ କୋଠା ବାହାରେ ସିସିଟିଭି ଲାଗିବା ସହ ୫୦୦ ମିଟର କଭରେଜ୍ ରହିବ । ସିସିଟିଭି ଲଗାଯିବା ପରେ ଏହାକୁ କମାଣ୍ଡ ଆଣ୍ଡ କଣ୍ଟ୍ରୋଲ୍ ରୁମ୍ ସହ ଯୋଡ଼ାଯିବ । ଆସନ୍ତା ୧୭ ତାରିଖରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏନେଇ ବୈଠକ ବସିବ । ଉକ୍ତ ବୈଠକରେ ସିସିଟିଭି ଲଗାଯିବା ନେଇ ଗାଇଡଲାଇନ୍ ଅଣାଯିବା ସହ ଅର୍ଥ କେଉଁଠୁ ଆସିବ ଆଲୋଚନା ହେବ ।

ଏହା ପୂର୍ବରୁ ସବୁ ସରକାରୀ ଅଫିସରେ AI କ୍ୟାମେରା ଲଗାଯିବାକୁ ନିଷ୍ପତ୍ତି ନିଆଯାଇଥିଲା । ପ୍ରଥମେ ଖାରବେଳ ଭବନ ଓ ଲୋକସେବା ଭବନରେ AI କ୍ୟାମେରା ଲଗାଯିବ । ପରବର୍ତ୍ତୀ ପର୍ଯ୍ୟାୟରେ ଜିଲ୍ଲାସ୍ତରର ସବୁ ସରକାରୀ ଅଫିସରେ ମଧ୍ୟ AI କ୍ୟାମେରା ଲାଗିବ । ନିର୍ଦ୍ଧାରିତ ସମୟରେ ଅଧିକାରୀ ମାନେ ଯେପରି ଅଫିସ୍ ଆସିବେ ସେଥିପ୍ରତି ମୁଖ୍ୟ ଶାସନ ସଚିବ ଗୁରୁତ୍ୱ ଦେଇଥିଲେ । ଏଥିପାଇଁ ନୂଆ ମେକାନିଜମ୍ ବିକଶିତ କରାଯିବ ।


ସେହିଭଳି ଭଲ ପ୍ରଦର୍ଶନ କରୁନଥିବା ଅଧିକାରୀଙ୍କ ଉପରେ ନଜର ରଖାଯିବ । ନିୟମିତ ଭାବେ ସେମାନଙ୍କ କାର୍ଯ୍ୟର ସମୀକ୍ଷା କରାଯିବା ସହ ପ୍ରଦର୍ଶନରେ ସୁଧାର ଆଣିବାକୁ ସୁଯୋଗ ଦିଆଯିବ । ପ୍ରଦର୍ଶନରେ ସୁଧାର ନ ଆସିଲେ ଆଗୁଆ ଅବସର ଉପରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ଵାରୋପ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଅଫିସରୁ ଆସୁଥିବା UI ନୋଟ୍ ଉପରେ ତୁରନ୍ତ ଉତ୍ତର ଦେବା ସହ ପଦକ୍ଷେପ ନେବାକୁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟ ଶାସନ ସଚିବ ।

  • jmjnewso

    Related Posts

    ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ ନେଇଛି। ଫଳରେ ବାତ୍ୟା ଆଶଙ୍କ…

    ପଞ୍ଚାୟତରୁ ପୁରୀ: ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’

    Spread the love

    Spread the loveଭୁବନେଶ୍ୱରଜେଏମଜେ : ରାଜ୍ୟର ଅର୍ଥନୈତିକ ଦୃଷ୍ଟିରୁ ପଛୁଆ ବର୍ଗର ଲୋକଙ୍କୁ ମାଗଣାରେ ଶ୍ରୀକ୍ଷେତ୍ର ଦର୍ଶନ କରାଇବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’ର ଶୁଭାରମ୍ଭ କରିଛନ୍ତି । ରବିବାର ଦିନ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

    Leave a Reply

    Your email address will not be published. Required fields are marked *

    You Missed

    ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି

    • By jmjnewso
    • September 22, 2026
    • 34 views
    ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି

    ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

    • By jmjnewso
    • September 21, 2026
    • 34 views
    ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

    ରାଜ୍ୟରେ ସରିଲା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ : ବାଦ ପଡିଲେ ୨୦ ଲକ୍ଷ ୫୬ ହଜାର ଭୋଟର

    • By jmjnewso
    • September 21, 2026
    • 35 views
    ରାଜ୍ୟରେ ସରିଲା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ : ବାଦ ପଡିଲେ ୨୦ ଲକ୍ଷ ୫୬ ହଜାର ଭୋଟର

    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    • By jmjnewso
    • September 21, 2026
    • 44 views
    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    • By jmjnewso
    • September 21, 2026
    • 37 views
    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ

    • By jmjnewso
    • September 21, 2026
    • 47 views
    ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ