ନୂଆପଡ଼ା ନିର୍ବାଚନ: ପ୍ରାର୍ଥୀ ଘୋଷଣା କଲେ ପ୍ରମୁଖ ତିନିଦଳ

Spread the love

ଭୁବନେଶ୍ବର: (ଜେଏମଜେ ବ୍ୟୁରୋ ): ନୂଆପଡ଼ା ଉପନିର୍ବାଚନ ପାଇଁ ରାଜନୈତିକ ତତ୍ପରତା ତୀବ୍ର ଦେଖାଯାଇଛି। ଆସନ୍ତା ନଭେମ୍ବର ୧୧ ତାରିଖ ଦିନ ଏଠାରେ ଭୋଟ୍‌ ଗ୍ରହଣ କରାଯିବାକୁ ଥିବା ବେଳେ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି, ଯାହାକି ଆଗାମୀ ୨୦ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଏହାରି ମଧ୍ୟରେ ରାଜ୍ୟର ପ୍ରମୁଖ ରାଜନୈତିକ ଦଳ (ବିଜେପି, ବିଜେଡି ଓ କଂଗ୍ରେସ) ପ୍ରାର୍ଥୀ ଘୋଷଣା କରିସାରିଛନ୍ତି। କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ଆଜି ନିଜର ପ୍ରାର୍ଥିପତ୍ର ଦାଖଲ କରିସାରିଥିବା ବେଳେ ବିଜେପିର ପ୍ରାର୍ଥୀ ଜୟ ‌ଢୋଲକିଆ ଆସନ୍ତାକାଲି ପ୍ରାର୍ଥିପତ୍ର ଦାଖଲ କରିବେ। ବିଜୁ ଜନତା ଦଳର ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାର୍ଥିପତ୍ର ଦାଖଲ ତାରିଖ ଯଦିଓ ଘୋଷଣା କରାଯାଇ ନାହିଁ, ବିଜେିଡି ଆସନ୍ତାକାଲି ନୂଆପଡ଼ାରେ ଏକ ବିଶାଳ ଶୋଭାଯାତ୍ରାର ଆୟୋଜନ କରିବାକୁ ଯାଉଛି। ଏହି ନିର୍ବାଚନରେ ବିଜୟୀ ହେବା ପାଇଁ ତିନି ଦଳ ନିଜନିଜ ହିସାବରେ ଦକ୍ଷ ପ୍ରାର୍ଥୀ ପଡ଼ିଆକୁ ଓହ୍ଲାଇଛନ୍ତି। ତେବେ ନୂଆପଡ଼ାବାସୀ କାହାର ଉପରେ ଭରସା କରିବେ ତାହା ସମୟ କହିବ। 

ସ୍ବର୍ଗତ ବିଧାୟକ ରାଜେନ୍ଦ୍ର‌ ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ଗତକାଲି ଭାରତୀୟ ଜନତା ପାର୍ଟି (ବିଜେପି)ରେ ଯୋଗ ଦେଇଥିଲେ। ବିଜେପି ଆଜି ତାଙ୍କୁ ଉପନିର୍ବାଚନ ପାଇଁ ଟିକେଟ୍‌ ଦେଇଛି। ଟିକେଟ୍‌ ହାତେଇବା ପୂର୍ବରୁ ଶ୍ରୀ ଢୋଲକିଆ ମଧ୍ୟ ତାଙ୍କ ଲୋକସମ୍ପର୍କ ଅଭିଯାନକୁ ଜୋର୍‌ଦାର କରିଛନ୍ତି। ବାପା ରାଜେନ୍ଦ୍ରଙ୍କ ସମୟରେ ହୋଇଥିବା ପ୍ରମୁଖ କାର୍ଯ୍ୟଗୁଡ଼ିକ ସମ୍ପର୍କରେ ଲୋକଙ୍କୁ ବୁଝାଇବା ସହ ସମର୍ଥନ ହାସଲ ପାଇଁ ଚେଷ୍ଟା କରୁଛନ୍ତି। 

ସ୍ନେହାଙ୍ଗିନୀ ଛୁରିଆ ଶିକ୍ଷକତାରୁ ରାଜନୀତିକୁ ଆସିଥିଲେ। ୨୦୧୪ରେ ନବୀନଙ୍କ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିଲେ। ହସ୍ତତନ୍ତ, ବୟନଶିଳ୍ପ ବିଭାଗ ପାଇଥିଲେ। ସମ୍ବଲପୁର ବିଶ୍ବବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ସ୍ନାତକ ହାସଲ କରିଛନ୍ତି। ଆଡଗାଁ ବାଳିକା ବିଦ୍ୟାଳୟରେ ୧୯୯୫ରେ ଶିକ୍ଷକତା ଆରମ୍ଭ କରିଥିଲେ। ୧୯୯୭ରେ ଚାକିରି ଛାଡ଼ି ରାଜନୀତିକୁ ଆସିଲେ। ପ୍ରଥମ ଥର ପଞ୍ଚାୟତ ନିର୍ବାଚନରେ କ୍ୟାରିୟର ଆରମ୍ଭ କଲେ। ତଲମେଣ୍ଡା ପଞ୍ଚାୟତରୁ ସମିତିସଭ୍ୟ ଭାବେ ଜିତିଲେ। ଜିତିବା ପରେ ଭେଡେନ୍‌ ବ୍ଲକ ଅଧ୍ୟକ୍ଷା ଭାବେ ନିର୍ବାଚିତ ହୋଇଥିଲେ। ସ୍ନେହାଙ୍ଗିନୀ ଛୁରିଆ ବରଗଡ଼ ଜିଲ୍ଲା ଅତାବିରା ନିର୍ବାଚନ ମଣ୍ଡଳୀରୁ ୨୦୧୪ ଓ ୨୦୧୯ରେ ବିଜୟୀ ହୋଇଥିଲେ। ୨୦୨୪ ନିର୍ବାଚନରେ ୭୦,୫୭୭ ଭୋଟ୍‌ ପାଇଥିଲେ। ସେ ୨୮,୯୧୦ ଭୋଟ୍‌ରେ ପରାସ୍ତ ହୋଇଥିଲେ। କଂଗ୍ରେସ ପ୍ରାର୍ଥୀ ନିହାର ମହାନନ୍ଦଙ୍କ ଠାରୁ ହାରିଥିଲେ।

କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ୨୦୨୪ ସାଧାରଣ ନିର୍ବାଚନରେ ସ୍ବାଧୀନ ଭାବେ ନିର୍ବାଚନ ଲଢ଼ିଥିଲେ। ସେ କଂଗ୍ରେସ ଟିକେଟ୍‌ ପାଇଁ ଦାବିଦାର ଥିଲେ ମଧ୍ୟ ଦଳର ପ୍ରାର୍ଥୀ ହୋଇଥିଲେ ତତ୍‌କାଳୀନ ପିସିସି ସଭାପତି ଶରତ ପଟ୍ଟନାୟକ। ଫଳରେ ଅସନ୍ତୁଷ୍ଟ ଘାସିରାମ ସ୍ବାଧୀନ ପ୍ରାର୍ଥୀ ଭାବେ ମଇଦାନକୁ ଓହ୍ଲାଇଥିଲେ। ‌ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆଙ୍କ ସହ ଘାସିରାମଙ୍କର ହିଁ କଡ଼ା ମୁକାବିଲା ହୋଇଥିଲା। ଘାସିରାମ ୫୦ ହଜାରରୁ ଅଧିକ ଭୋଟ ପାଇ ଦ୍ବିତୀୟ ସ୍ଥାନରେ ରହିଥିଲେ। କଂଗ୍ରେସ ପ୍ରାର୍ଥୀ ତଥା ତତ୍‌କାଳୀନ ପିସିସି ସଭାପତି ଶରତ ପଟ୍ଟନାୟକ ମାତ୍ର ୧୫ହଜାର ଭୋଟ ପାଇ ଚତୁର୍ଥ ସ୍ଥାନରେ ରହିଥିଲେ। ବିଜେପି ପ୍ରାର୍ଥୀ ଅଭିନନ୍ଦନ ପଣ୍ଡା ତୃତୀୟ ସ୍ଥାନରେ ରହିଥିଲେ। ଘାସିରାମ ଏବେ ନୂଆପଡ଼ା ଜିଲ୍ଲା କଂଗ୍ରେସ ସଭାପତି ରହିଛନ୍ତି। ପିସିସି ସଭାପତି ଭକ୍ତଚରଣ ଦାସ ନୂଆପଡ଼ା ଉପନିର୍ବାଚନ ପାଇଁ ଘାସିରାମ ମାଝୀ କଂଗ୍ରେସ ପ୍ରାର୍ଥୀ ହେବେ ବୋଲି ସଙ୍କେତ ଦେଇଥିଲେ। 

  • jmjnewso

    Related Posts

    MMDR ବିଲ୍ ବିରୋଧରେ ରାୟଗଡ଼ାରେ ଗର୍ଜିଲା କଂଗ୍ରେସ।

    Spread the love

    Spread the loveରାୟଗଡା :ଜେଏମଜେ ନ୍ୟୁଜ : କେନ୍ଦ୍ର ସରକାରଙ୍କ MMDR ବିଲ୍ ବିରୋଧରେ ରାୟଗଡ଼ାରେ ଗର୍ଜିଲା କଂଗ୍ରେସ। ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱରେ ବିଶାଳ ପଦଯାତ୍ରା ଓ ସ୍ଥାନୀୟ ତେଜସ୍ଵୀନି ହୋଟେଲ ପଡ଼ିଆ ଠାରେ ପ୍ରତିବାଦ ସଭା। ୧୧…

    ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଆଜି ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ପ୍ରଭାରୀ ବିଜୟପାଲ ସିଂହ…

    Leave a Reply

    Your email address will not be published. Required fields are marked *

    You Missed

    ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି

    • By jmjnewso
    • September 22, 2026
    • 35 views
    ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି

    ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

    • By jmjnewso
    • September 21, 2026
    • 37 views
    ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

    ରାଜ୍ୟରେ ସରିଲା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ : ବାଦ ପଡିଲେ ୨୦ ଲକ୍ଷ ୫୬ ହଜାର ଭୋଟର

    • By jmjnewso
    • September 21, 2026
    • 37 views
    ରାଜ୍ୟରେ ସରିଲା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ : ବାଦ ପଡିଲେ ୨୦ ଲକ୍ଷ ୫୬ ହଜାର ଭୋଟର

    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    • By jmjnewso
    • September 21, 2026
    • 44 views
    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    • By jmjnewso
    • September 21, 2026
    • 37 views
    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ

    • By jmjnewso
    • September 21, 2026
    • 47 views
    ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ