ବଢ଼ିଲା 3% ଭତ୍ତା: ସରକାରୀ କର୍ମଚାରୀଙ୍କୁ ରାଜ୍ୟ ସରକାର ଦେଲେ ଦୀପାବଳି ଭେଟି

Spread the love

ଜେଏମଜେ ବ୍ୟୁରୋ : ବଢ଼ିଲା ସରକାରୀ କର୍ମଚାରୀଙ୍କ ଦରମା । ୩ ପ୍ରତିଶତ ବୃଦ୍ଧି ହେଲା ମହଙ୍ଗା ଭତ୍ତା । ରାଜ୍ୟ ସରକାର ଦେଲେ ଦୀପାବଳି ଭେଟି । ନଭେମ୍ବରରେ ନୂଆ ଦରମା ଉଠାଇବେ କର୍ମଚାରୀ । ରାଜ୍ୟ ସରକାରୀ କର୍ମଚାରୀ ମାନଙ୍କୁ ମୁଖ୍ୟମନ୍ତ୍ରୀ ଦୀପାବଳି ଭେଟି ଦେଇଛନ୍ତି । କର୍ମଚାରୀ ମାନଙ୍କ ୩ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଫଳରେ କର୍ମଚାରୀ ମାନଙ୍କ ୫୫%ରୁ ୫୮ ପ୍ରତିଶତକୁ ଭତ୍ତା ବୃଦ୍ଧି ପାଇଛି । ଏହା ୨୦୨୫ ଜୁଲାଇ ପହିଲାରୁ ପିଛିଲା ଭାବେ ଲାଗୁ ହେବ । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ । 

ଖାଲି ଏତିକି ନୁହେଁ, ଏହା ସହିତ ପେନସନଭୋଗୀଙ୍କ ମଧ୍ୟ ଟି.ଆଇରେ ୩ପ୍ରତିଶତ ବୃଦ୍ଧି କରାଯାଇଛି । ସେମାନେ ବି ଅନୁରୂପ ଭାବେ ଅକ୍ଟୋବର ମାସ ପେନସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ । ଏହାଦ୍ୱାରା ପ୍ରାୟ ସାଢେ ୮ଲକ୍ଷ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ । ପୂର୍ବରୁ ସରକାରୀ କର୍ମଚାରୀଙ୍କ ପାଇଁ ଏପ୍ରିଲ ୧୧ ତାରିଖରେ ୨ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଥିଲେ ରାଜ୍ୟ ସରକାରୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଥିଲେ । ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଥିଲା । ଆଉ ବର୍ଦ୍ଧିତ ଭତ୍ତା ୨୦୨୫ ଜାନୁଆରୀ ପହିଲାରୁ ପିଛିଲା ଭାବରେ ଲାଗୁ ହୋଇଥିଲା । ଆଉ ଏବେ ପୁଣି ଥରେ କର୍ମଚାରୀଙ୍କ ୩ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । 

  • jmjnewso

    Related Posts

    ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ ନେଇଛି। ଫଳରେ ବାତ୍ୟା ଆଶଙ୍କ…

    ପଞ୍ଚାୟତରୁ ପୁରୀ: ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’

    Spread the love

    Spread the loveଭୁବନେଶ୍ୱରଜେଏମଜେ : ରାଜ୍ୟର ଅର୍ଥନୈତିକ ଦୃଷ୍ଟିରୁ ପଛୁଆ ବର୍ଗର ଲୋକଙ୍କୁ ମାଗଣାରେ ଶ୍ରୀକ୍ଷେତ୍ର ଦର୍ଶନ କରାଇବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’ର ଶୁଭାରମ୍ଭ କରିଛନ୍ତି । ରବିବାର ଦିନ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

    Leave a Reply

    Your email address will not be published. Required fields are marked *

    You Missed

    ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି

    • By jmjnewso
    • September 22, 2026
    • 35 views
    ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି

    ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

    • By jmjnewso
    • September 21, 2026
    • 37 views
    ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

    ରାଜ୍ୟରେ ସରିଲା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ : ବାଦ ପଡିଲେ ୨୦ ଲକ୍ଷ ୫୬ ହଜାର ଭୋଟର

    • By jmjnewso
    • September 21, 2026
    • 37 views
    ରାଜ୍ୟରେ ସରିଲା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ : ବାଦ ପଡିଲେ ୨୦ ଲକ୍ଷ ୫୬ ହଜାର ଭୋଟର

    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    • By jmjnewso
    • September 21, 2026
    • 44 views
    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    • By jmjnewso
    • September 21, 2026
    • 37 views
    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ

    • By jmjnewso
    • September 21, 2026
    • 47 views
    ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ