୭୧୧ ହିନ୍ଦୀ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ରଦ୍ଦ : ପୁଣି ହେବ ପ୍ରିଲିମିନାରି ପରୀକ୍ଷାପାଇଁ ହାଇକୋର୍ଟ ଆଦେଶ

Spread the love

ଜେଏମଜେ ବ୍ୟୁରୋ : ହିନ୍ଦୀ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ରଦ୍ଦ, ପୁଣି ହେବ ପ୍ରିଲିମିନାରି ପରୀକ୍ଷା। ୭୧୧ଟି ହିନ୍ଦୀ ଶିକ୍ଷକ ପଦବୀ ପୂରଣ ପାଇଁ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିସନ୍‌ ପକ୍ଷରୁ ଅନୁଷ୍ଠିତ ନିଯୁକ୍ତି ପ୍ରକ୍ରିୟାକୁ ହାଇକୋର୍ଟ ରଦ୍ଦ କରିଛନ୍ତି। ହିନ୍ଦୀ ଶିକ୍ଷକ ପଦ ପାଇଁ ଏ ପର୍ଯ୍ୟନ୍ତ ଅନୁଷ୍ଠିତ ନିଯୁକ୍ତି ପ୍ରକ୍ରିୟାରେ ମୂଳ ନିଯୁକ୍ତି ବିଜ୍ଞପ୍ତିର ସର୍ତ୍ତାବଳୀ ଉଲ୍ଲଂଘନ ହୋଇଥିବା ସ୍ପଷ୍ଟ ହେବା ପରେ ହାଇକୋର୍ଟ ଏପରି ନିର୍ଦ୍ଦେଶ ପ୍ରଦାନ କରିଛନ୍ତି।

ମୂଳ ନିଯୁକ୍ତି ବିଜ୍ଞପ୍ତି ଅନୁସାରେ ହିନ୍ଦୀ ଶିକ୍ଷକ ପଦ ପାଇଁ ପ୍ରିଲିମିନାରି ପରୀକ୍ଷା କରିବାକୁ କମିସନ୍‌ଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଫଳରେ ପୂର୍ବରୁ ଅନୁଷ୍ଠିତ ଲିଖିତ ପରୀକ୍ଷା ମୂଲ୍ୟହୀନ ହୋଇଯାଇଛି। ସମସ୍ତ ପ୍ରାର୍ଥୀ ପ୍ରଥମେ ପ୍ରିଲିମିନାରି ପରୀକ୍ଷାରେ ଅଂଶଗ୍ରହଣ କରିବେ। ଯେଉଁ ପ୍ରାର୍ଥୀ ଯୋଗ୍ୟତା ଅର୍ଜନ କରିବେ ‌ସେମାନେ ଲିଖିତ ପରୀକ୍ଷା ଦେବେ। ଏଥି ସହିତ ମୂଳ ନିଯୁକ୍ତି ବିଜ୍ଞପ୍ତି ଅନୁସାରେ ପରୀକ୍ଷାରେ ଦ୍ବିଭ‌ାଷୀ (ହିନ୍ଦୀ ଓ ଇଂରାଜୀ) ସୁବିଧା ପ୍ରାର୍ଥୀଙ୍କୁ ପ୍ରଦାନ କରିବେ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଉପରୋକ୍ତ ପ୍ରକ୍ରିୟା ତିନି ମାସ ଭିତରେ ସଂପୂର୍ଣ୍ଣ କରାଯିବ। ଜଷ୍ଟିସ୍‌ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦଙ୍କୁ ନେଇ ଗଠିତ ଖଣ୍ଡପୀଠ ଫିରୋଜ କୁମାର ମହାପାତ୍ର, ରାକେଶ କୁମାର ବାରିକ ଓ ଅନ୍ୟମାନଙ୍କ ତରଫରୁ ଦାୟର ଆବେଦନ ଗୁଡ଼ିକର ଏକତ୍ର ଶୁଣାଣି କରି ଏପରି ରାୟ ପ୍ରଦାନ କରିଛନ୍ତି।

ମାମଲାର ବିବରଣୀରୁ ପ୍ରକାଶ ଯେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ସରକାରୀ ମାଧ୍ୟମିକ ସ୍କୁଲରେ ହିନ୍ଦୀ ସହିତ ଅନ୍ୟ ବିଭାଗରେ ଶିକ୍ଷକ ନିଯୁକ୍ତି ପାଇଁ ଷ୍ଟାଫ୍ ସିଲେକ୍ସନ କମିସନ ପକ୍ଷରୁ ୨୦୨୪, ଅକ୍ଟୋବର ୨୨ରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯଦି ପ୍ରାର୍ଥୀଙ୍କ ସଂଖ୍ୟା ‌‌ପୂରଣ ହେବାକୁ ଥିବା ପଦବି ସଂଖ୍ୟାର ୫ଗୁଣ ବା ତା’ଠାରୁ ଅଧିକ ହୁଏ ତେବେ ପ୍ରଥମେ ପ୍ରିଲିମିନାରି ପରୀକ୍ଷା କରାଯିବ ବୋଲି ନିଯୁକ୍ତି ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଥିଲା।

  • jmjnewso

    Related Posts

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟର ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବ୍ୟାବହାରିକ ଏବଂ କ୍ଷେତ୍ର-ଭିତ୍ତିକ ଧନ୍ଦାମୂଳକ ଶିକ୍ଷା ପ୍ରଦାନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ…

    ରାଜ୍ୟର ସମସ୍ତ ବିଦ୍ୟାଳୟରେ ଗୁରୁ ଦିବସ ଏଵଂ ଶିଶୁ ଦିବସରେ ହେବ ପାଠପଢା

    Spread the love

    Spread the loveଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ବିଦ୍ୟାଳୟରେ ଏଣିକି ଗୁରୁ ଦିବସ ଏବଂ ଶିଶୁ ଦିବସ ଅବସରରେ ପାଠପଢ଼ା ବନ୍ଦ ରହିବ ନାହିଁ। ଏହି ବିଶେଷ ଦିନଗୁଡ଼ିକରେ ସ୍କୁଲରେ ଉତ୍ସବ ପାଳନ ହେବା ସହିତ ନିୟମିତ ଭାବେ ଶିକ୍ଷାଦାନ…

    Leave a Reply

    Your email address will not be published. Required fields are marked *

    You Missed

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 22 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 35 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 28 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 33 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 40 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 42 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର