୪୮ ଘଣ୍ଟା ମଧ୍ୟରେ ଅପରାଧିକ ତଥ୍ୟ ପ୍ରକାଶ କରନ୍ତୁ: ପ୍ରାର୍ଥୀଙ୍କୁ ନିର୍ବାଚନ କମିଶନରଙ୍କ ନିର୍ଦେଶ।

Spread the love

ଭୁବନେଶ୍ୱର : ଜେଏମଜେ ବ୍ୟୁରୋ : ନଭେମ୍ବର ୧୧ରେ ନୂଆପଡ଼ା ଉପନିର୍ବାଚନ। ଏହି ପରିପ୍ରେକ୍ଷୀରେ ରାଜ୍ୟ ନିର୍ବାଚନ କମିଶନର (EC) ପ୍ରାର୍ଥୀଙ୍କୁ ଶୁକ୍ରବାର ଏକ କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି। ୪୮ ଘଣ୍ଟା ମଧ୍ୟରେ ନିଜ ଆପରାଧିକ ତଥ୍ୟ ପ୍ରକାଶ କରିବାକୁ ପ୍ରାର୍ଥୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।ରାଜନୈତିକ ଦଳମାନେ ପ୍ରାର୍ଥୀ ଚୟନର ୪୮ ଘଣ୍ଟା ମଧ୍ୟରେ ମୁଦ୍ରିତ ଗଣମାଧ୍ୟମ, ସ୍ୱକୀୟ ଅଫିସିଆଲ ସୋସିଆଲ ମିଡିଆ ଓ ୱେବସାଇଟ ମାଧ୍ୟମରେ ଫର୍ମ-ସି(୭)ରେ ଅପରାଧିକ ତଥ୍ୟ ପ୍ରକାଶ କରିବେ । ରାଜନୈତିକ ଦଳମାନେ ପ୍ରାର୍ଥୀ ଚୟନର ୭୨ ଘଣ୍ଟା ମଧ୍ୟରେ ଫର୍ମ-୮(ସି) ଏବଂ ଫର୍ମ-ସି(୭)ର ନକଲ ସଂଲଗ୍ନ କରି ସିଧାସଳଖ ଭାରତ ନିର୍ବାଚନ ଆୟୋଗଙ୍କ ପାଖକୁ ପଠାଇବେ । ଏଥିସହିତ ୨୦ ଅକ୍ଟୋବର ୨୦୨୫ ଅର୍ଥାତ୍ ସୋମବାର ସୁଦ୍ଧା ଫର୍ମାଟ-ସି(ଏ)କୁ ମୁଖ୍ୟ ନିର୍ବାଚନ ଅଧିକାରୀ, ଓଡ଼ିଶାଙ୍କ ଜରିଆରେ ଭାରତ ନିର୍ବାଚନ ଆୟୋଗଙ୍କ ନିକଟରେ ଦାଖଲ କରିବେ । ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ୨୪ ଅକ୍ଟୋବର ୨୦୨୫ ସୁଦ୍ଧା ଭାରତର ନିର୍ବାଚନ ଆୟୋଗଙ୍କ ନିକଟରେ ଫର୍ମ ୭(ଏ)କୁ ନିର୍ବାଚନ ଆୟୋଗଙ୍କ ନିକଟରେ ଦାଖଲ କରିବେ । ଉପରୋକ୍ତ ସମସ୍ତ ଦସ୍ତାବିଜ୍‌ camc-eci@eci.gov.in ଜରିଆରେ ନିର୍ବାଚନ ଆୟୋଗ ନିକଟରେ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

  • jmjnewso

    Related Posts

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ପୁଣି ବିଜେଡିର ଆଭିମୁଖ୍ୟ ନେଇ ବଢିଲା ଚର୍ଚ୍ଚାସଂସଦରେ ବିଜେଡିର ଆଭିମୁଖ୍ୟ ନେଇ ଏବେ ରାଜନୈତିକ ମହଲରେ ଜୋରଦାର ଚର୍ଚ୍ଚା । ଯେଉଁ ବିଜେଡି ଦିନେ କଂଗ୍ରେସ ଓ ବିଜେପିଠାରୁ ସମଦୂରତା ରକ୍ଷା…

    ମୋକିମଙ୍କ ନୂଆ ଦଳ ଲୋକାର୍ପିତ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ ଓଡ଼ିଶା ରାଜନୀତିରେ ଏକ ନୂଆ ଅଧ୍ୟାୟ ସୃଷ୍ଟି ହୋଇଛି । ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଗଠନ ହୋଇଛି ନୂଆ ଆଞ୍ଚଳିକ ଦଳ ‘ଓଡ଼ିଶା ଜନତା କଂଗ୍ରେସ’। ଆଜି ବିଧିବଦ୍ଧ ଭାବେ…

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ରାଜ୍ୟ ଯୋଜନା ବୋର୍ଡ ଗଭର୍ଣ୍ଣିଂ କାଉନ୍‌ସିଲ୍‌ର ଅଧ୍ୟକ୍ଷ ରହିବେ ମୁଖ୍ୟମନ୍ତ୍ରୀ

    ରାଜ୍ୟ ଯୋଜନା ବୋର୍ଡ ଗଭର୍ଣ୍ଣିଂ କାଉନ୍‌ସିଲ୍‌ର ଅଧ୍ୟକ୍ଷ ରହିବେ ମୁଖ୍ୟମନ୍ତ୍ରୀ

    ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ରାଜସ୍ଵ ବିଭାଗ ପକ୍ଷରୁ ଜାରି ହୋଇଛି ନୂଆ ଏସ୍‌ଓପି ।

    ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ରାଜସ୍ଵ ବିଭାଗ ପକ୍ଷରୁ ଜାରି ହୋଇଛି ନୂଆ ଏସ୍‌ଓପି ।

    ମୋକିମଙ୍କ ନୂଆ ଦଳ ଲୋକାର୍ପିତ

    ମୋକିମଙ୍କ ନୂଆ ଦଳ ଲୋକାର୍ପିତ

    ରାଜ୍ୟର ସବୁ ସାଂସଦଙ୍କୁ ଚିଠି ଲେଖିଲେ ନବୀନ

    ରାଜ୍ୟର ସବୁ ସାଂସଦଙ୍କୁ ଚିଠି ଲେଖିଲେ ନବୀନ

    ଗଞ୍ଜେଇ ସହ ଆଇ ଟେନ କାର ଜବତ, ଡ୍ରାଇଭର ଫେରାର

    ଗଞ୍ଜେଇ ସହ ଆଇ ଟେନ କାର ଜବତ, ଡ୍ରାଇଭର ଫେରାର