ନୂଆପଡ଼ା ଉପନିର୍ବାଚନ; ୪୦ ଜଣିଆ ପ୍ରଚାରକ ତାଲିକା ଜାରି କଲା କଂଗ୍ରେସ

Spread the love

ଜେଏମଜେ ବ୍ୟୁରୋ : ନୂଆପଡ଼ା ଉପନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ୪୦ ଜଣିଆ ପ୍ରଚାରକ ତାଲିକା । ଷ୍ଟାର ପ୍ରଚାରକ ତାଲିକାରେ ବହୁ ଜାତୀୟ ନେତା ରହିଛନ୍ତି । ତାଲିକା ଅନୁସାରେ, କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀଙ୍କ ପାଇଁ ପ୍ରଚାର ମଙ୍ଗ ସମ୍ଭାଳିବେ କଂଗ୍ରେସ ରାଜ୍ୟ ପ୍ରଭାରୀ ଅଜୟ ଲଲ୍ଲୁ ଓ ପିସିସି ସଭାପତି ଭକ୍ତଚରଣ ଦାସ । ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ, ବରିଷ୍ଠ କଂଗ୍ରେସ ନେତା ସଚିନ ପାଇଲଟ, ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ ରେଭନ୍ତ ରେଡ୍ଡୀ, ତେଲଙ୍ଗାନା ମନ୍ତ୍ରୀ ମଲ୍ଲୁ ଭଟ୍ଟି ବିକ୍ରମାର୍କ, କହ୍ନେୟା କୁମାର, ତାମ୍ରଧ୍ବଜ ସାହୁ, ଅଲକା ଲାମ୍ବା ପ୍ରମୁଖ ପ୍ରଚାର କରିବେ ।

କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ, ସାଂସଦ ସପ୍ତଗିରି ଉଲ୍ଲାକା, ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ଶରତ ପଟ୍ଟନାୟକ, ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗୋ ପ୍ରମୁଖ ରହିଛନ୍ତି। ସେହିପରି ବରିଷ୍ଠ ନେତା ନରସିଂହ ମିଶ୍ର, ତାରାପ୍ରସାଦ ବାହିନୀପତି, ସନ୍ତୋଷ ସିଂ ସାଲୁଜା, ସୁରେଶ ରାଉତରାୟ ରହିଛନ୍ତି। ପ୍ରଚାରକ ତାଲିକାରେ ମହିଳା କ୍ୟାମ୍ପେନର ଭାବେ ସସ୍ମିତା ବେହେରା, ମୀନାକ୍ଷୀ ବାହିନୀପତି, ଅମିତା ବିଶ୍ବାଳ ରହିଛନ୍ତି ।

ସୂଚନାଯୋଗ୍ୟ, ନୂଆପଡ଼ାରେ ରାଜେନ୍ଦ୍ର ଢୋଲକିଆଙ୍କ ମୃତ୍ୟୁ ପରେ ଉପନିର୍ବାଚନ ହେବାକୁ ଯାଉଛି । ନଭେମ୍ବର ୧୧ ତାରିଖରେ ଭୋଟ୍‌ ଗ୍ରହଣ କରାଯିବ । ୨୦୨୪ ସାଧାରଣ ନିର୍ବାଚନରେ ସ୍ବାଧୀନ ଭାବେ ନିର୍ବାଚନ ଲଢ଼ିଥିବା ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିଛି କଂଗ୍ରେସ ।

  • jmjnewso

    Related Posts

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    Spread the love

    Spread the loveଜେଏମଜେ ବ୍ୟୁରୋ : ବିଜେପିର ରାଜ୍ୟସଭା ସାଂସଦ ତଥା ଉତ୍ତରପ୍ରଦେଶର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡା. ଦିନେଶ ଶର୍ମା ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ରାଜ୍ୟସଭାର ଚେୟାରମ୍ୟାନ୍ ସି.ପି. ରାଧାକୃଷ୍ଣନ ତାଙ୍କ ଇସ୍ତଫାକୁ ଗ୍ରହଣ କରିବା ସହ ତାଙ୍କ ଆସନକୁ…

    MMDR ଆକ୍ଟକୁ ଜୋରଦାର ବିରୋଧ, ଇଣ୍ଡିଆ ବ୍ଲକର ବିଶାଳ ସମାବେଶ, ଆସନ୍ତାକାଲି ବିକ୍ଷୋଭ କରିବ ବିଜେଡି

    Spread the love

    Spread the loveଭୁବନେଶ୍ଵର, ୮/୯ : ଜେଏମଜେ ନ୍ୟୁଜ : ଏମଏମଡିଆର ବିଲ ବିରୋଧ କରି ଭୁବନେଶ୍ୱର ଲୋୟର ପିଏମଜିରେ ଇଣ୍ଡିଆ ବ୍ଲକ ପକ୍ଷରୁ ବିଶାଳ ସମାବେଶ ଅନୁଷ୍ଠିତ ହୋଇଛି । ଆସନ୍ତା ୨୯ ତାରିଖରେ ବିଧାନସଭା ଘେରାଉ କରିବାକୁ ଇଣ୍ଡିଆ…

    Leave a Reply

    Your email address will not be published. Required fields are marked *

    You Missed

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 31 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 25 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 33 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 36 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 42 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 41 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ