ଓଡିଶା ରାଜ୍ୟ ଆଶା କର୍ମୀ ସଂଘ ପକ୍ଷରୁ ରାଲି ଓ ପ୍ରଧାନମନ୍ତ୍ରୀ,ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

Spread the love

ରାୟଗଡ଼ା : (ଜେଏମଜେ ନ୍ୟୁଜ): ଭାରତୀୟ ମଜଦୂର ସଂଘ ଦ୍ଵାରା ପରିଚାଳିତ ଓଡିଶା ରାଜ୍ୟ ଆଶା କର୍ମୀ ସଂଘର ଦୀର୍ଘ ଦିନର ବିଭିନ୍ନ ଦାବି ପୁରଣ ହୋଇନଥିବା ଯୋଗୁଁ କେନ୍ଦ୍ର ଏବଂ ରାଜ୍ୟ ଆଶା କର୍ମୀ ସଂଘର ନିଷ୍ପତ୍ତି କ୍ରମେ ସମସ୍ତ ଜିଲ୍ଲାପାଳଙ୍କ ଜରିଆରେ ମାନ୍ୟବର ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୯ ଦଫା ଦାବି ପତ୍ର ପ୍ରଦାନ କରାଯାଇଛି ଏହି ଅବସରରେ ଆଜି ରାୟଗଡ଼ା ଗାନ୍ଧୀ ପାର୍କ ଠାରେ ଜିଲ୍ଲାର ସମସ୍ତ ଆଶା କର୍ମୀ ଏକତ୍ରିତ ହୋଇ ଆଶା କର୍ମୀ ସଂଘର ଜିଲ୍ଲା ସଭାନେତ୍ରୀ ତମାଳ ସାହୁକାର , ଜିଲ୍ଲା ସମ୍ପାଦିକା ଗୀତାଞ୍ଜଳୀ ହିଆଲ ଏବଂ କୋଷାଧ୍ୟକ୍ଷ ପୁଷ୍ପାଞ୍ଜଳି ବେହୁରାଙ୍କ ନେତୃତ୍ବରେ ଏକ ବିରାଟ ଶୋଭାଯାତ୍ରାରେ ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିବା ସହ ମାନ୍ୟବର ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୯ ଦଫା ଦାବି ପତ୍ର ରାୟଗଡ଼ା ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନବୀନ ଚନ୍ଦ୍ର ନାୟକଙ୍କୁ ପ୍ରଦାନ କରିଥିଲେ ।

ଉକ୍ତ କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ଶ୍ରମିକ ନେତା ତଥା ଭାରତୀୟ ମଜଦୂର ସଂଘ ର ରାଜ୍ୟ ଉପସଭାପତି ଶ୍ରୀ ଯୋଗେଶ୍ଵର ଦାସ , ସମ୍ମାନିୟ ଅତିଥି ଭାବେ ରାୟଗଡ଼ା ଜିଲ୍ଲା ସମ୍ପାଦକ ଶ୍ରୀ ଗଣେଶ କୁମାର ସାହୁ , ଓଡ଼ିଶା ରାଜ୍ୟ ଆଶା କର୍ମୀ ସଂଘର ରାଜ୍ୟ ଉପସଭାନେତ୍ରୀ ମମତା ବିଶ୍ଵାଳ , ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅରୁଣ କୁମାର ଲେଙ୍କା ସହ ଜିଲ୍ଲାର ୧୧ ଟି ବ୍ଳକରୁ ୨ ହଜାର ଉର୍ଦ୍ଧ୍ଵ ଆଶା କର୍ମୀ ଯୋଗ ଦେଇଥିଲେ । ଉକ୍ତ ୯ ଦଫା ଦାବି ମଧ୍ୟରେ ଜାତୀୟ ସ୍ଵାସ୍ଥ୍ୟ ମିଶନ କୁ ସ୍ଥାୟୀ କରାଯାଉ , ଆଶା କର୍ମୀ ମାନଙ୍କୁ ସରକାରୀ କର୍ମଚାରୀ ଭାବେ ଘୋଷଣା କରାଯାଉ , ଯେଉଁ ପର୍ଯ୍ୟନ୍ତ ସରକାରୀ ମାନ୍ୟତା ଦିଆଯାଇନାହିଁ ସେମାନଙ୍କୁ ମାସିକ ୧୮ ହଜାର ଟଙ୍କା ପ୍ରଦାନ କରାଯାଉ , ଆଶା କର୍ମୀ ମାନଙ୍କୁ ସାମାଜିକ ସୁରକ୍ଷା ପ୍ରଦାନ କରାଯାଉ , ଆଶା କର୍ମୀ ମାନଙ୍କୁ ଅବସର କାଳୀନ ସମୟରେ ୧୦ ଲକ୍ଷ୍ୟ ଟଙ୍କା ପ୍ରଦାନ କରିବା ସହ ମାସିକ ୫ ହଜାର ଟଙ୍କା ପେନସନ ଦିଆଯାଉ , ପ୍ରତ୍ୟେକ ମାସ ୧୦ ତାରିଖ ମଧ୍ୟରେ ମାନଦେୟ ପ୍ରଦାନ କରାଯାଉ ଏବଂ ପ୍ରତି PHC / CHC ରେ ଆଶା ଗୃହ ନିର୍ମାଣ କରାଯାଉ , ଯୋଗ୍ୟତା ଭିତ୍ତିରେ ଆଶା କର୍ମୀ ମାନଙ୍କୁ ଉପଯୁକ୍ତ ତାଲିମ ପ୍ରଦାନ କରାଯାଇ ଏ.ଜନ.ଏମ ପଦବୀକୁ ପଦୋନ୍ନତି କରାଯାଉ , ଆଶା କର୍ମୀ ମାନଙ୍କର କାର୍ଯ୍ୟ ସମ୍ପାଦନ ନିମନ୍ତେ ଉଚ୍ଛ ଗୁଣବତ୍ତା ସମ୍ପନ୍ନ ୫ଜି ମୋବାଇଲ/ ଟାବଲେଟ ପ୍ରଦାନ କରାଯାଉ । ଆଶା କର୍ମୀ ମାନଙ୍କୁ ଦୁର୍ଘଟଣା ଜନିତ ମୃତ୍ୟୁ ସହାୟତା ରାଶି ୧୦ ଲକ୍ଷ୍ୟ ଟଙ୍କା ପ୍ରଦାନ କରାଯାଉ , ଆଶା କର୍ମୀ ମାନଙ୍କୁ ପ୍ରତି ବର୍ଷ ୨ ହଳ ୟୁନିଫର୍ମ ପ୍ରଦାନ ସହିତ ରିପୋର୍ଟ ସମ୍ପାଦନ ନିମନ୍ତେ ରେଜିଷ୍ଟର ଯୋଗାଇ ଦିଆଯାଉ ।
ସରକାର ଉକ୍ତ ଦାବି ଗୁଡ଼ିକୁ ତୁରନ୍ତ ଦୃଷ୍ଟି ଦେଇ ସମାଧାନ ନ କରନ୍ତି ତାହାହେଲେ ଆସନ୍ତା ଦିନରେ ଆଶା କର୍ମୀ ମାନେ ଭାରତୀୟ ମଜଦୂର ସଂଘ ର ସହଯୋଗ ରେ ରାଜରାସ୍ତାକୁ ଓହ୍ଲାଇବା ପାଇଁ ବାଧ୍ୟ ହେବେ ବୋଲି ଶ୍ରମିକ ନେତା ଶ୍ରୀ ଯୋଗେଶ୍ୱର ଦାସ ପ୍ରକାଶ କରିଥିଲେ।

ରାୟଗଡା ରୁ ସୁପ୍ରିୟା ଷଡ଼ଙ୍ଗୀଙ୍କ ରିପୋର୍ଟ..

  • jmjnewso

    Related Posts

    ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ମୁକାବିଲା ପାଇଁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ।

    Spread the love

    Spread the loveଛତ୍ରପୁର : ଜେଏମଜେ ନ୍ୟୁଜ : ସମ୍ଭାବ୍ୟ ବାତ୍ୟା ଓ ଏହାର ପ୍ରଭାବରେ ହେବାକୁ ଥିବା ପ୍ରବଳ ବର୍ଷାକୁ ମୁକାବିଲା କରିବାକୁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ। ଆସନ୍ତାକାଲିଠାରୁ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ହେବାର…

    ଶିକ୍ଷକ ପଦୋନ୍ନତି ଘଟଣା…ନିଯୁକ୍ତି ତାଲିକାରେ ଅନିୟମିତତା ନେଇ ଚର୍ଚ୍ଚାରେ ଡିଇଓ।

    Spread the love

    Spread the loveଜେଏମଜେ ବ୍ୟୁରୋ : ଗଞ୍ଜାମ ଜିଲ୍ଲାରେ ଶିକ୍ଷକ ପଦୋନ୍ନତିରେ ଅନିୟମିତତା ଆସିଲା ନେଇ ଅଭିଯୋଗ.. ଜିଲ୍ଲା ଶିକ୍ଷା ଧିକାରୀ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁ ବିଭିନ୍ନ ବିଦ୍ୟାଳୟ ରେ ଅଶାନ୍ତି ଆଶଙ୍କା ଦେଖାଦେଲାଣି..ଗଞ୍ଜାମ ଜିଲ୍ଲାର ପ୍ରାଥମିକ ଶିକ୍ଷକମାନଙ୍କର ପଦୋନ୍ନତି…

    Leave a Reply

    Your email address will not be published. Required fields are marked *

    You Missed

    ପଞ୍ଚାୟତରୁ ପୁରୀ: ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’

    • By jmjnewso
    • September 20, 2026
    • 28 views
    ପଞ୍ଚାୟତରୁ ପୁରୀ:   ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’

    ଗଞ୍ଜାମ ଜିଲ୍ଲା ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

    • By jmjnewso
    • September 20, 2026
    • 29 views
    ଗଞ୍ଜାମ ଜିଲ୍ଲା ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

    ଓଡିଶା ମୁହାଁ ହେଉଛି ସମ୍ଭାବ୍ୟ ବାତ୍ୟା।

    • By jmjnewso
    • September 20, 2026
    • 19 views
    ଓଡିଶା ମୁହାଁ ହେଉଛି ସମ୍ଭାବ୍ୟ ବାତ୍ୟା।

    ବିଧାନସଭା ମୌସୁମୀ ଅଧିବେଶନ ପାଇଁ କମିଶନରେଟ୍ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା: ମୁତୟନ ହେବେ ୩୦ ପ୍ଲାଟୁନ୍ ଫୋର୍ସ

    • By jmjnewso
    • September 20, 2026
    • 24 views
    ବିଧାନସଭା ମୌସୁମୀ ଅଧିବେଶନ ପାଇଁ କମିଶନରେଟ୍ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା: ମୁତୟନ ହେବେ ୩୦ ପ୍ଲାଟୁନ୍ ଫୋର୍ସ

    ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ମୁକାବିଲା ପାଇଁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ।

    • By jmjnewso
    • September 20, 2026
    • 21 views
    ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ମୁକାବିଲା ପାଇଁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ।

    ଶିକ୍ଷକ ପଦୋନ୍ନତି ଘଟଣା…ନିଯୁକ୍ତି ତାଲିକାରେ ଅନିୟମିତତା ନେଇ ଚର୍ଚ୍ଚାରେ ଡିଇଓ।

    • By jmjnewso
    • September 20, 2026
    • 54 views
    ଶିକ୍ଷକ ପଦୋନ୍ନତି ଘଟଣା…ନିଯୁକ୍ତି ତାଲିକାରେ ଅନିୟମିତତା ନେଇ ଚର୍ଚ୍ଚାରେ ଡିଇଓ।