ବଙ୍ଗୋପସଗାରରେ ଦାନା ବାନ୍ଧୁଛି ଲଘୁଚାପ, ସପ୍ତାହେ ଯାଏଁ ପ୍ରବଳ ବର୍ଷା ଆଶଙ୍କା

Spread the love

ଭୁବନେଶ୍ୱର: ଜେଏମଜେ ବ୍ୟୁରୋ : ଆଜି ସୃଷ୍ଟି ହେବ ଲଘୁଚାପ। ବଙ୍ଗୋପସଗାରରେ ଦାନା ବାନ୍ଧୁଛି ଲଘୁଚାପ। ଘନୀଭୂତ ହୋଇ ଆସନ୍ତାକାଲି ଅବପାତରେ ପରିଣତ ହେବା ସମ୍ଭାବନା। ପ୍ରଭାବରେ ଆଜିଠୁ ସପ୍ତାହେ ଯାଏଁ ପ୍ରବଳ ବର୍ଷା ଆଶଙ୍କା ରହିଛି। ୨୦ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଆଲର୍ଟ କରାଯାଇଛି।

ବାତ୍ୟାର ମାସ ଅକ୍ଟୋବରରେ ଲଘୁଚାପ ଘନୀଭୂତ ହେବା ସମ୍ଭାବନାକୁ ନେଇ ଲୋକଙ୍କ ମଧ୍ୟରେ ଛନକା ପଶିଛି । ତେବେ ବାତ୍ୟା ନେଇ ଏଯାଏ ଆଇଏମଡି କିଛି ଆକଳନ କରିନାହିଁ । କିନ୍ତୁ ବିଭିନ୍ନ ମଡେଲ ବାତ୍ୟା ଆଶଙ୍କା ଓ ସ୍ଥଳଭାଗ ଛୁଇଁବା ନେଇ ଭିନ୍ନ ଭିନ୍ନ ଆକଳନ କରୁଛନ୍ତି ।

ଅନ୍ୟପଟେ ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତର ସମ୍ଭାବନା ବାତ୍ୟାର ମାସ ଅକ୍ଟୋବରରେ ବଢ଼ାଇଛି ଛନକା । ସମ୍ଭାବ୍ୟ ବାତ୍ୟା ନେଇ ବିଭିନ୍ନ ମଡେଲ ଭିନ୍ନ ଭିନ୍ନ ଆକଳନ କରୁଛନ୍ତି । NCEP, ECMWF, ECAI, IMD GFS, GEFS, ଏବଂ BFS ମଡେଲ ଅନୁଯାୟୀ ୨୧-୨୨ ତାରିଖ ବେଳକୁ ଦକ୍ଷିଣ-ପଶ୍ଚିମ ଏବଂ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି। ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ ବୋଲି ଅଧିକାଂଶ ମଡେଲ ପୂର୍ବାନୁମାନ କରିଛନ୍ତି । GFS ମଡେଲ ସମ୍ଭାବ୍ୟ ବାତ୍ୟା ନେଇ ସୂଚନା ଦେଉଛି । ତେବେ ECMWF ମଡେଲ ଲଘୁଚାପ ଘନୀଭୂତ ହୋଇ ଅବପାତ କିମ୍ବା ଗଭୀର ଅବପାତରେ ପରିଣତ ହୋଇପାରେ ବୋଲି ଦର୍ଶାଉଛି ।

  • jmjnewso

    Related Posts

    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ । ଆସନ୍ତା ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟା ସମ୍ଭାବନା । ଇସ୍ରୋର ସ୍ପେସ୍ ଆପ୍ଲିକେସନ୍ସ ସେଣ୍ଟରର ଆକଳନ ଅନୁସାରେ, ଏହି ତିନି ମାସ ମଧ୍ୟରେ…

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    Spread the love

    Spread the loveଜେଏମଜେ ବ୍ୟୁରୋ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି ଏମିତି ଘଟିପାରେ ଭାରତର ପୂର୍ୱ ଉପକୂଳରେ । କାରଣ ବର୍ଷ…

    Leave a Reply

    Your email address will not be published. Required fields are marked *

    You Missed

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 25 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 21 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 30 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 36 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 41 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 41 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ