ଏଣିକି ସ୍କୁଲ ଛାତ୍ରୀଛାତ୍ରଙ୍କୁ ମିଳିବ ଏକକ ପରିଚୟ ପତ୍ର

Spread the love

ଜେଏମଜେ ବ୍ୟୁରୋ : ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ଲାଗୁ ହେବ ଏକକ ପରିଚୟ ପତ୍ର। ସମସ୍ତ ସରକାରୀ ଛାତ୍ରୀଛାତ୍ରଙ୍କ ପାଇଁ ସ୍ବତନ୍ତ୍ର ଆଇଡେଣ୍ଟିଫିକେଶନ ନମ୍ବର ମିଳିବ। ଆଧାର କାର୍ଡ ପରି ଏକ ସ୍ବତନ୍ତ୍ର ଆଇଡି ପ୍ରସ୍ତୁତ କରାଯିବ। ପିଲାଙ୍କ ଶିକ୍ଷାଗତ ଯୋଗ୍ୟତାଠାରୁ ଆରମ୍ଭ କରି ସଫଳତା ଆଦି ସମସ୍ତ ତଥ୍ୟ ଏହି କାର୍ଡରେ ରହିବ।

ଫଳରେ ପିଲାଟି ଅନ୍ୟ ଯେକୌଣସି ସ୍କୁଲକୁ ଭବିଷ୍ୟତରେ ପଢ଼ିବାକୁ ଯିବା ସମୟରେ କୌଣସି ବାଧା ସୃଷ୍ଟି ହେବ ନାହିଁ। ଉଚ୍ଚଶିକ୍ଷା କ୍ଷେତ୍ରରେ ଏହା ମଧ୍ୟ ବହୁ ଉପାଦେୟ ହେବ। ତେବେ ରାଜ୍ୟରେ ଛାତ୍ରୀଛାତ୍ରଙ୍କ ପାଇଁ ଅଟୋମେଟେଡ୍‌ ପରମାନେଟ୍‌ ଏକାଡେମିକ ଆକାଉଣ୍ଟ ରେଜିଷ୍ଟ୍ରି (ଏପିଏଏଆର୍‌) ରହିବ ଓ ୧୨ ଅଙ୍କ ବିଶିଷ୍ଟ ଏହି ନମ୍ବରରେ ସମସ୍ତ ତଥ୍ୟ ରହିବ। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ପକ୍ଷରୁ ଏଥିପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଆସନ୍ତା ୩୦ ତାରିଖରେ ନବମ, ଦଶମ, ଏକାଦଶ, ଦ୍ୱାଦଶ ଶ୍ରେଣୀରେ ପଢୁଥିବା ଛାତ୍ରୀଛାତ୍ରଙ୍କ ଅଭିଭାବକଙ୍କୁ ନେଇ ଏକ ସ୍ବତନ୍ତ୍ର ବୈଠକ କରାଯିବ। ଏନେଇ ସମସ୍ତ ଜିଲା ଶିକ୍ଷା ଅଧିକାରୀ, ବ୍ଳକ ଶିକ୍ଷା ଅଧିକାରୀଙ୍କୁ ଚିଠି କରାଯାଇଛି।
ଉଲ୍ଲେଖଯୋଗ୍ୟ, ଏପିଏଏଆର୍‌ ଆଇଡି ପ୍ରସ୍ତୁତ କରିବା ପାଇଁ ଗତବର୍ଷ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ନିର୍ଦ୍ଦେଶ ଦିଆଯାଇଥିଲା। ନୂତନ ଜାତୀୟ ଶିକ୍ଷା ନୀତି ୨୦୨୦ ଅନୁସାରେ ଏହି ବ୍ୟବସ୍ଥା କରାଯିବ। ଗୋଟିଏ ଦେଶ ଗୋଟିଏ ପରିଚୟ ପତ୍ର କରିବା ପାଇଁ ଯୋଜନା ପ୍ରସ୍ତୁତ ହୋଇଥିଲା। ତେବେ ଏହି ଆଇଡି ପ୍ରଚଳନ କେନ୍ଦ୍ରୀୟ ବିଦ୍ୟାଳୟ ଓ ନବୋଦୟ ବିଦ୍ୟାଳୟରେ ହୋଇସାରିଛି। ତେବେ ଏହାକୁଚଳିତବର୍ଷରୁ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲରେ ଲାଗୁ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।
ଓସେପା ପକ୍ଷରୁ ଚିଠିରେ ଉଲ୍ଲେଖ କରାଯାଇଛି, ବୈଠକରେ ଅଭିଭାବକଙ୍କଠାରୁ ସେମାନଙ୍କ ପିଲାଙ୍କ ପାଇଁ କେନ୍ଦ୍ର ସରକାରଙ୍କ ଦ୍ବାରା ନିର୍ଦ୍ଦେଶିତ ନିୟମାବଳୀ ଅନୁଯାୟୀ ଏପିଏଏଆର୍‌ ଆଇଡି ସୃଷ୍ଟି କରିବା ପାଇଁ ସମ୍ମତି ସ୍ବାକ୍ଷର କରାଯିବ। ସମ୍ମତିପତ୍ରକୁ ସ୍କୁଲର ପ୍ରଧାନଶିକ୍ଷକ ସଂଗ୍ରହ କରି ବ୍ଲକ କାର୍ଯ୍ୟାଳୟକୁ ପଠାଇବେ। ଏହି କାର୍ଯ୍ୟକ୍ରମକୁ ସଫଳ ରୂପାୟନ ପାଇଁ ସମସ୍ତ ପ୍ରକାର ଉଦ୍ୟମ କରିବେ ସ୍କୁଲ କର୍ତ୍ତୃପକ୍ଷ। ସମ୍ମତିପତ୍ରରେ ଅଭିଭାବକଙ୍କ ସ୍ବାକ୍ଷରକୁ ସୁନିଶ୍ଚିତ କରାଯିବ।

  • Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 68 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ