ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷା ସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ: ରାଜସ୍ୱ ମନ୍ତ୍ରୀ

Spread the love

ଜେଏମଜେ ବ୍ୟୁରୋ : ସମ୍ଭାବ୍ୟ ବାତ୍ୟା ଓ ଲଘୁଚାପଜନିତ ପ୍ରବଳ ବର୍ଷା ପାଇଁ ଜିଲ୍ଲା ପ୍ରଶାସନକୁ ସତର୍କ କଲେ ରାଜ୍ୟ ସରକାର। ବିଦେଶୀ ପାଣିପାଗ ମଡେଲ ଓ ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନକୁ ଦେଖି ସବୁ ସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। 

ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ହେବାର ଆକଳନ ହୋଇଛି। ବାତ୍ୟା ନେଇ ଆମେରିକାର ଏକ ସଂସ୍ଥା ଆକଳନ କରୁଛି। କିନ୍ତୁ ଭାରତୀୟ ପାଣିପାଗ ସଂସ୍ଥା କେବଳ ବର୍ଷା ହେବ ବୋଲି ବର୍ତ୍ତମାନ ସୁଦ୍ଧା ଆକଳନ କରିଛି। ପାଣିପାଗ ବିଭାଗର ରିପୋର୍ଟ ଅନୁଯାୟୀ ଦକ୍ଷିଣ ଓଡ଼ିଶାରେ ବର୍ଷା ଅଧିକ ହେବାର ସମ୍ଭାବନା ରହିଛି। ତେଣୁ ତାକୁ ରେଡ ଆଲର୍ଟରେ ରଖାଯାଇଛି। ଉପକୂଳ ଜିଲ୍ଲା ଗୁଡ଼ିକୁ ଅରେଞ୍ଜ ଆଲର୍ଟରେ ରଖିଛୁ। ବର୍ଷା ଅଧିକ ପରିମାଣରେ ହେବାର ସମ୍ଭାବନା ଥିବାରୁ ଆମେ ଜିଲ୍ଲା ପ୍ରଶାସନ ଆଲର୍ଟରେ ରଖିଛୁ। ପ୍ରକୋପ ଯଦି ବେଶୀ ହୁଏ ସେଥିପାଇଁ ଆମେ ପ୍ରସ୍ତୁତ କମ ହେଲେ ବି ତାର ମୁକାବିଲା କରାଯିବ।ଆସନ୍ତାକାଲି ଉପକୂଳବର୍ତ୍ତୀ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ମାଲକାନଗିରି ,କୋରାପୁଟ,ରାୟଗଡ଼ା,ଗଜପତି, ଗଞ୍ଜାମ, ନୟାଗଡ, ପୁରୀ, ଖୋର୍ଦ୍ଧା, କଟକ,ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁରଭଦ୍ରକ, ବାଲେଶ୍ବର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ ।

  • jmjnewso

    Related Posts

    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି ପୂର୍ବ-ଦକ୍ଷିଣ-ପୂର୍ବ ଓ ବିଶାଖାପାଟନମରୁ ୪୭୦ କି.ମି…

    ସମ୍ଭାବ୍ୟ ଲଘୁଚାପକୁ ନେଇ ସଜାଗ ଗଞ୍ଜାମ ପ୍ରଶାସନ, ୨୩ ଓ ୨୪ରେ ରେଡ୍ ୱାର୍ଣ୍ଣିଂ

    Spread the love

    Spread the loveବ୍ରହ୍ମପୁର : ଜେଏମଜେ ନ୍ୟୁଜ : ସମ୍ଭାବ୍ୟ ଲଘୁଚାପକୁ ନେଇ ଗଞ୍ଜାମ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି । ସମ୍ଭାବ୍ୟ ପ୍ରବଳ ବର୍ଷା ଓ ଘଡ଼ଘଡ଼ିକୁ ଦୃଷ୍ଟିରେ ରଖି ଆରମ୍ଭ ହୋଇଛି ପ୍ରସ୍ତୁତି । ଆଜିଠାରୁ ୨୨ ତାରିଖ ଯାଏଁ…

    Leave a Reply

    Your email address will not be published. Required fields are marked *

    You Missed

    ପ୍ରବଳ ବର୍ଷିବ ଆଲର୍ଟ, ବଢ଼ିଲା ଭୂସ୍ଖଳନ ଭୟ : ଦୁଇ ଦିନ କଳିଙ୍ଗା ଘାଟିରେ ଯାତାୟାତ ବନ୍ଦ

    • By jmjnewso
    • September 22, 2026
    • 29 views
    ପ୍ରବଳ ବର୍ଷିବ ଆଲର୍ଟ, ବଢ଼ିଲା ଭୂସ୍ଖଳନ ଭୟ : ଦୁଇ ଦିନ କଳିଙ୍ଗା ଘାଟିରେ ଯାତାୟାତ ବନ୍ଦ

    ଓଡ଼ିଶା କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ : ଏକାଠି ହୋଇ ପଞ୍ଚାୟତ ନିର୍ବାଚନ ଲଢିବାକୁ ଆହ୍ବାନ

    • By jmjnewso
    • September 22, 2026
    • 16 views
    ଓଡ଼ିଶା କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ : ଏକାଠି ହୋଇ ପଞ୍ଚାୟତ ନିର୍ବାଚନ ଲଢିବାକୁ ଆହ୍ବାନ

    SIRକୁ ନେଇ ଗଜପତି ରେ ଅସନ୍ତୋଷ, ଭୋଟର ତାଲିକାରୁ ବାଦ୍ ପଡ଼ିଲେ ତିବ୍ବତୀୟ, ପୁନଃବିଚାର ପାଇଁ ଦାବି

    • By jmjnewso
    • September 22, 2026
    • 21 views
    SIRକୁ ନେଇ  ଗଜପତି ରେ ଅସନ୍ତୋଷ, ଭୋଟର ତାଲିକାରୁ ବାଦ୍ ପଡ଼ିଲେ ତିବ୍ବତୀୟ, ପୁନଃବିଚାର ପାଇଁ ଦାବି

    ଆଗକୁ ପଞ୍ଚାୟତ ନିର୍ବାଚନ ପୂର୍ବରୁ SIR ଝଟକା : ଗଞ୍ଜାମ ଜିଲ୍ଲାରେ ବାଦ ପଡ଼ିଲେ ୨ ଲକ୍ଷ ଭୋଟର

    • By jmjnewso
    • September 22, 2026
    • 29 views
    ଆଗକୁ ପଞ୍ଚାୟତ ନିର୍ବାଚନ ପୂର୍ବରୁ SIR ଝଟକା : ଗଞ୍ଜାମ ଜିଲ୍ଲାରେ ବାଦ ପଡ଼ିଲେ ୨ ଲକ୍ଷ ଭୋଟର

    ଟାଟା ପାୱାରର ଯୋଜନା, ଓଡ଼ିଶାରେ ନିବେଶ କରିବ ୯୧୯୩ କୋଟି: ଉପଭୋକ୍ତା ମହାସଂଘ ର ଜୋରଦାର ବିରୋଧ

    • By jmjnewso
    • September 22, 2026
    • 26 views
    ଟାଟା ପାୱାରର ଯୋଜନା, ଓଡ଼ିଶାରେ ନିବେଶ କରିବ ୯୧୯୩ କୋଟି: ଉପଭୋକ୍ତା ମହାସଂଘ ର ଜୋରଦାର ବିରୋଧ

    ବିଜେଡିର ଡେଡଲାଇନ : ଆଜି ରାତି ସୁଦ୍ଧା ଇସ୍ତଫା ଦିଅ, ନହେଲେ ବିଧାନସଭା ଘେରାଉ

    • By jmjnewso
    • September 22, 2026
    • 18 views
    ବିଜେଡିର ଡେଡଲାଇନ : ଆଜି ରାତି ସୁଦ୍ଧା ଇସ୍ତଫା ଦିଅ, ନହେଲେ ବିଧାନସଭା ଘେରାଉ